Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ
ଆଜି ନୀଚସ୍ଥ ଓ ଅଷ୍ଟମସ୍ଥ ଚନ୍ଦ୍ର ହେତୁ ପାରିବାରିକ ବିଶୃଙ୍ଖଳାକୁ କେନ୍ଦ୍ରକରି ମନ ଭଲ ରହିବ ନାହିଁ। ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ପରିବାର ସଦସ୍ୟଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ କିନ୍ତୁ କିଛିଟା ପ୍ରତିରୋଧର ସାମ୍‌ନା କରିବାକୁ ପଡ଼ିବ। ବ୍ୟବସାୟିକ ଦିଗଟି ବେଶ୍‌ ଭଲ ରହିବ।
ବୃଷ
ବୃଷ
ନୀଚାରୋହୀ ଶୁକ୍ରଙ୍କ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟତା ହରାଇ ପାରନ୍ତି।
ମିଥୁନ
ମିଥୁନ
ରାଶିରେ ସ୍ବଗୃହୀ ବୁଧ ହେତୁ ନିଜକୁ ନିୟନ୍ତ୍ରଣରେ ନ ରଖିଲେ ପ୍ରତ୍ୟେକ କାମରେ କିଛିନା କିଛି ବ୍ୟତିକ୍ରମ ଦେଖାଦେବ। ବିବାଦୀୟ ପରିସ୍ଥିତି ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିପାରନ୍ତି। ବନ୍ଧୁଙ୍କ ପ୍ରାୟୋଜିତ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ।
କର୍କଟ
କର୍କଟ
ଏକାଦଶରେ ରାହୁ ଓ କୋଣଭାବସ୍ଥ ଚନ୍ଦ୍ର ହେତୁ ଆଜି ପାଇବେ ଯେତିକି ତାହାଠାରୁ ଅଧିକ କିଛି ହରାଇବାକୁ ପଡ଼ିପାରେ। କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବ। ଆଜିର ସକାଳୁଆ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ଆଇନ କ୍ଷେତ୍ର ପୂର୍ବବତ୍‌ ରହିବ।
ସି˚ହ
ସି˚ହ
କଣାକୁଜା ଯୋଗ ପ୍ରଭାବରେ ଉନ୍ନତ ଚିନ୍ତା ସଙ୍ଗକୁ ସୁଚିନ୍ତିତ ଯୋଜନା କାର୍ଯ୍ୟକାରୀ ଲାଗି ତତ୍ପର ହେବେ। ଉଦ୍ଦେଶ୍ୟ ପ୍ରଣୋଦିତ ବନ୍ଧୁମାନଙ୍କର ଛଳନାପୂର୍ଣ୍ଣ କଥାକୁ ବୁଝି ପାରିବେନି। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇଲେ ମଧ୍ୟ ଆବଶ୍ୟକତା ଅପୂରଣ ରହିବ ନାହିଁ। ଉପରିସ୍ଥଙ୍କ ଆଦେଶାନୁସାରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
କନ୍ୟା
ଷଷ୍ଠସ୍ଥାନରେ ବୃହସ୍ପତି ରହିଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ପ୍ରତିବନ୍ଧକ ଦେଖାଦେଇପାରେ। ଭାଇଙ୍କ ସମସ୍ୟାର ସମାଧାନ ପାଇଁ ଚିନ୍ତାଜନକ ସ୍ଥିତି ଉପୁଜିବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପ୍ରଶାସନିକ ସ୍ତରରେ ସମସ୍ୟାର ଅନ୍ତ ଘଟାଇବାରେ ସଫଳ ହେବେ। ବନ୍ଧୁଙ୍କ ସହାୟତାରେ ଅର୍ଥସଂକଟ ଦୂର କରି ପାରିବେ।
ତୁଳା
ତୁଳା
ଆଜି ଚନ୍ଦ୍ର ସହ କେତୁ ଯୁକ୍ତ ହେତୁ ଆପଣଙ୍କ ସକାଶେ କୌଣସି କାମ ଅସାଧ୍ୟ ରହିବ ନାହିଁ। କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ଓ ସଚ୍ଚୋଟତା କାରଣରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ନିକଟରେ ରହୁଥିବା ବ୍ୟକ୍ତିମାନେ ଶତ୍ରୁତା ଆଚରଣ କରିପାରନ୍ତି।
ବିଛା
ବିଛା
ଭାଗ୍ୟାଧିପତିଙ୍କ ଦୁର୍ବଳତା କାରଣରୁ ମନକୁ ପାଇଲା ଭଳି କାମ ନ ହେଉଥିବାରୁ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି। ଆକସ୍ମିକ ସମସ୍ୟା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହେବ। ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ଶନିଙ୍କ ବଳବାନତ୍ୱ ହେତୁ ଆପଣ ଅଧୈର୍ଯ୍ୟ ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ଉପକୃତ ହେବେ। ପୂର୍ବରାଗ ଶୁଝିବାକୁ ଯାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମକର
ମକର
କର୍ମାଧୀପ ନୀଚସ୍ଥ ଯୋଗୁ ଯେତେ ଉପାୟ ଅବଲମ୍ବନ କଲେ ସୁଦ୍ଧା କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କମିବ ନାହିଁ। ପାରିବାରିକ ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ସନ୍ଦେହ ସୃଷ୍ଟି କରିପାରେ। ଗୃହସୀମା, ନିର୍ମାଣ, ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ।
କୁମ୍ଭ
କୁମ୍ଭ
ଶୁକ୍ରଙ୍କ ଦୁର୍ବଳତା କାରଣରୁ ପାରିବାରିକ କ୍ଷେତ୍ର ବିବାଦ ବହୁଳ ହେବାର ସୂଚନା ରହିଛି। ବିଭିନ୍ନ ପୁରାତନ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ତର୍କର ସମ୍ଭାବନା ରହିଛି।
ମୀନମୀନ
କର୍ମକ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଲେ ମଧ୍ୟ ଚେଷ୍ଟା ଅବ୍ୟାହତ ରଖିବା ଭଲ। ଅଂଶୀଦାର ବ୍ୟବସାୟୀଙ୍କ ସହ ତର୍କ, ବିତର୍କ ଦେଖା ଦେଇପାରେ। ପରିବାରର ଆବଶ୍ୟକତା ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଆଜି ବନ୍ଧୁ ପରିଜନ ସହ ଭ୍ରମଣ ସଙ୍ଗକୁ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅଗଷ୍ଟ ୧ ତାରିଖ – Daily Horoscope

ମେଷ ଆଜି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାସଲ ସକାଶେ ଦୂରଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କଠାରୁ ଆଶାନୁଯାୟୀ ସାହାଯ୍ୟ ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ଚନ୍ଦ୍ରଙ୍କ ସହ ରାହୁ ସଂଯୋଗରୁ…

ରାଶିଫଳ: ଶୁକ୍ରବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। କର୍ମକ୍ଷେତ୍ରରେ ସୁସମ୍ପର୍କ ଅଭାବରୁ…

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri