Posted inRasifala

ରାଶିଫଳ: ସୋମବାର, ଜୁନ୍‌ ୨୧ ତାରିଖ – Daily Horoscope

ମେଷ
ଆଜି ସପ୍ତମସ୍ଥ ଚନ୍ଦ୍ରଙ୍କ ସହ ଶୁକ୍ରଙ୍କ ନବପଞ୍ଚମ ଯୋଗରୁ ଉତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ବାକ୍ୟାଳାପ କରିବାରେ ସମର୍ଥ ହେବେ। ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ ଦେଇ ଅନ୍ୟ ମାନଙ୍କର ଚକ୍ଷୁଶୂଳ ହେବାକୁ ପଡିପାରେ। ବ୍ୟବସାୟରେ ଅବସ୍ଥା ଦେଖି ବ୍ୟବସ୍ଥା ନକଲେ ଅନୁତାପ କରିବାକୁ ପଡିବ । ଚିନ୍ତିତ କାର୍ଯ୍ୟର ଆଜି ସରଳ ସମାଧାନ ହୋଇଯିବ।
ବୃଷ
ବୃଷ
ବକ୍ରୀବୁଧ ରାଶିରେ ଥିବାରୁ ବନ୍ଧୁ, ସହକର୍ମୀ ଅଥବା ପଡୋଶୀ ସହଯୋଗର ହାତ ବଢାଇବେ। ଅଫିସରେ କାର୍ଯ୍ୟବ୍ୟସ୍ତ ଯୋଗୁଁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ସ୍ବାର୍ଥ ହାସଲ କରି ପାଇଁ ଚେଷ୍ଟା କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନଥିଲେ ମଧ୍ୟ ସନ୍ତାନ ହେତୁକ ପୀଡା ଅନୁଭବ କରିବେ।
ମିଥୁନ
ମିଥୁନ
ମଙ୍ଗଳଙ୍କ ପ୍ରଭାବରୁ ମନର ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣ ମଧ୍ୟରେ ନରଖିଲେ ଓଲଟା ଫଳ ହୋଇପାରେ। ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଆପ୍ୟାୟିତ କରି ଅର୍ଥଲାଭର ମାର୍ଗକୁ ସୁଗମ କରିପାରନ୍ତି। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଟାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ।
କର୍କଟ
କର୍କଟ
ସୁସ୍ଥ ମସ୍ତିଷ୍କରେ କାମ କଲେ ସବୁ ସମସ୍ୟାକୁ ଟାଳି ଦେଇ ପାରିବେ। ବୁଧଙ୍କ ପ୍ରଭାବରୁ ନିଜ ଲୋକଙ୍କ ସହ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିଲେ ମଧ୍ୟ ପ୍ରକାଶ୍ୟରେ କିଛି କହି ପାରିବେ ନାହିଁ। ଜଣେ ପ୍ରତିଷ୍ଟାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ।
ସି˚ହ
ସି˚ହ
ସମସ୍ୟାଭାରରେ ଅତିଷ୍ଠ ହୋଇ ମାନସିକ ଅସ୍ଥିରତା ଅଶାନ୍ତି ସୃଷ୍ଟି କରିବ। ଏକାଦଶସ୍ଥ ଶୁକ୍ର ହେତୁ କ୍ରୀଡା, କଳା, ସାହିତ୍ୟ ଓ ସଂଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଅଫିସିଆଲି କାମକ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ। ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦ ମନରେ କାମ କରିବେ।
କନ୍ୟା
ଭଲ ପଡୁନଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି। ଆଳସ୍ୟଯୋଗୁଁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ସାମାଜିକ ସ୍ତରରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।
ତୁଳା
ତୁଳା
ରାଶିରେ ଚନ୍ଦ୍ର ରହିଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କଠାରୁ ଦୂରତା ରଖି କାମ କରିବା ଭଲ। ବନ୍ଧୁଟି ବାଟରୁ ଲେଉଟି ଆସିବା ଫଳରେ ନିଜ କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବୃଦ୍ଧିର ଆଶଙ୍କା ଦେଖା ଦେବ । ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ରବିଙ୍କ ପ୍ରଭାବରେ କର୍ମକ୍ଷେତ୍ର ପ୍ରତି ଆନୁଗତ୍ୟ ଉପରିସ୍ଥଙ୍କୁ ଖୁସି କରିବ। ଆପଣ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇଁ ବ୍ୟାକୁଳତା ପ୍ରକାଶ କରିବେ। ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳ ହେବେ। ପରିବାରର ସଦସ୍ୟମାନଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଶନିଙ୍କ ସୁପ୍ରଭାବରୁ ଆର୍ଥିକ ଦିଗରୁ ସମସ୍ୟା ଲାଗି ରହିବ କିନ୍ତୁ କାମ ଅଟକିବ ନାହିଁ। ଅଫିସରେ ଅବସର ସମୟରେ ସହକର୍ମୀଙ୍କ ସହ ମିଷ୍ଟାଳାପରୁ ଖୁସି ରହିବେ। ପିଲାମାନଙ୍କ ସଫଳତାକୁ ନେଇ ଆନନ୍ଦ ଅନୁଭବ କରିବେ।
ମକର
ମକର
ବିପରୀତ ରାଜଯୋଗ ପ୍ରଭାବରେ କୌଣସି ବ୍ୟକ୍ତିଠାରୁ ହଠାତ୍‌ କିଛି ଖବର ପାଇ ବିଚଳିତ ହେବେ। ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ।
କୁମ୍ଭ
କୁମ୍ଭ
ବକ୍ରୀଶନି ଦ୍ୱାଦଶସ୍ଥ ଯୋଗୁଁ ସ୍ଥ୍ୟାସ୍ଥ୍ୟ ପ୍ରତି ଧ୍ୟାନ ନଦେଲେ ଅସୁବିଧା ଭୋଗିବେ। ବନ୍ଧୁରେ କଳହ, ଧନହାନୀ, ପରିବହନରେ ବିତର୍କ ଓ ସାଧାରଣ କଥାରୁ ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ସଂଯମତା ଅଭାବରୁ କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନୀ ଚିନ୍ତାର କାରଣ ହେବ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି। ଧାରକରଜ କରି ଆବଶ୍ୟକତା ତୁଲାଇବାକୁ ବାଧ୍ୟ ହେବେ। ରେବତୀ ନକ୍ଷତ୍ର ସକାଶେ ବାହାରକୁ ଯିବା ସମୟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। କର୍ମକ୍ଷେତ୍ରରେ ସୁସମ୍ପର୍କ ଅଭାବରୁ…

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri