Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍ ୨୧ ତାରିଖ – Daily Horoscope

ମେଷ
ଆଜି ଉତ୍ତେଜନାକୁ ନିୟନ୍ତ୍ରଣକରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ। ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ ଦେଇ ଅନ୍ୟର ଚକ୍ଷୁଶୂଳ ହେବେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ।
ବୃଷ
ବୃଷ
ପଡ଼ୋଶୀଙ୍କ ସହଯୋଗରେ କୌଣସି କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁଁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ। ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ନିଜର ସ୍ବାର୍ଥ ହାସଲ କରି ପାଇଁ ଚେଷ୍ଟା କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନଥିଲେ ମଧ୍ୟ ସନ୍ତାନ ହେତୁକ ପୀଡା ଅନୁଭବ କରିବେ।
ମିଥୁନ
ମିଥୁନ
ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଆପ୍ୟାୟିତ କରି ଅର୍ଥଲାଭର ମାର୍ଗକୁ ସୁଗମ କରିପାରନ୍ତି। କୌଣସି କର୍ମାରମ୍ଭ ପାଇଁ ପରିବାରରୁ ସହଯୋଗ ପାଇ ଖୁସି ରହିବେ। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟ ରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ପରିସ୍ଥିତି ପ୍ରତି ସଚେତନ ରହି କାମ କରିବା ଦ୍ୱାରା ପ୍ରତ୍ୟେକ ସମସ୍ୟାକୁ ଟାଳି ଦେବେ। କୁଟୁମ୍ବଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିଲେ ମଧ୍ୟ କିଛି କହି ପାରିବେ ନାହିଁ। ସଂନ୍ଧ୍ୟାରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ।
ସି˚ହ
ସି˚ହ
ସମସ୍ୟାଭାରରେ ଅତିଷ୍ଠ ହୋଇ ମାନସିକ ଅସ୍ଥିରତା ଅଶାନ୍ତି ସୃଷ୍ଟି କରିବ। କିନ୍ତୁ କ୍ରୀଡା, କଳା, ସାହିତ୍ୟ ଓ ସଂଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କଚେରୀ ମାମଲାର ଶୁଣାଣି ରୁ ମନ ଖୁସି ରହିବା ସଙ୍ଗକୁ ଶତ୍ରୁ ଉପଦବ୍ର ସମ୍ପୁର୍ଣ୍ଣ ଭାବେ କମିଯିବ। ବ୍ୟବସାୟରେ ପରିବାରବର୍ଗଙ୍କ ସହାୟତା ପାଇ ଖୁସି ହେବେ।
କନ୍ୟା
ନିଜ ପରିସରରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ସାମାଜିକ ସ୍ତରରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ।
ତୁଳା
ତୁଳା
କାହାକୁ କିଛି ନ କହିଲେ ମଧ୍ୟ ମନ ଭଲ ରହିବ ନାହିଁ। ଶତ୍ରୁତା କରୁଥିବା ବ୍ୟକ୍ତି ମାନଙ୍କ ଠାରୁ ଦୂରତା ରଖି କାମ କରିବା ଭଲ ହେବ। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବ, ଫଳତଃ ନିଜର କାମ ଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବୃଦ୍ଧିର ଆଶଙ୍କା ଦେଖା ଦେବ।
ବିଛା
ବିଛା
କର୍ମକ୍ଷେତ୍ର ପ୍ରତି ଆନୁଗତ୍ୟ ଉପରିସ୍ଥଙ୍କୁ ଖୁସୀ କରାଇବାରେ ସାହାଯ୍ୟ କରିବ। ଆପଣ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ଦୋକାନ, ପରିବହନ, ଶିଳ୍ପ ଓ ବ୍ୟବସାୟ,ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ କିନ୍ତୁ କାମ ଅଟକିବ ନାହିଁ। ଶିକ୍ଷା ଓ ପରୀକ୍ଷା ରେ ପିଲାମାନଙ୍କ ସଫଳତାକୁ ନେଇ ଆନନ୍ଦ ଅନୁଭବ କରିବେ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ।
ମକର
ମକର
କୌଣସି ବ୍ୟକ୍ତିଠାରୁ ହଠାତ୍‌ କିଛି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ। ଘରେ ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ।
କୁମ୍ଭ
କୁମ୍ଭ
ସ୍ଥ୍ୟାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
ସଞ୍ଜମତା ଅଭାବରୁ କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନୀ ଚିନ୍ତାର କାରଣ ହେବ। ପିଲାଙ୍କ ସମସ୍ୟା ସମାଧାନ ପାଇଁ ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?