Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ନିଚ୍ଛକ ସତ୍ୟକଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ନିମନ୍ତ୍ରଣ ପାଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅର୍ଥ ଲାଭ ସହିତ ଶାରୀରିକ ସୁସ୍ଥତା ରହିବା କାରଣରୁ ମନ ପ୍ରଫୁଲ୍ଲ ରହିବ।
ବୃଷ
ବୃଷ
ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। ପଛକଥା ଚିନ୍ତା ନ କରି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ । ଉଦ୍ୟମ ସଫଳ ଦିଗରେ ଜଣେ ଦୂର ସମ୍ପର୍କୀୟ ବ୍ୟକ୍ତି ସାହାଯ୍ୟ କରିବେ। ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିଥିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବିଶେଷ କାରଣର ତର୍ଜମା ସକାଶେ ବନ୍ଧୁଦ୍ୱାରକୁ ଗମନ କରିବେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
ସହକର୍ମୀ କିମ୍ବା ବନ୍ଧୁଙ୍କ ଠାରୁ ଅଯାଚିତ ସାହାଯ୍ୟ ପାଇ ଖୁସି ହେବେ। ଆଲୋଚନା ପରିସରରେ ବିଜ୍ଞ ବ୍ୟକ୍ତି ମାନଙ୍କ ନିିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପ୍ରଶାସନିକ,ରାଜନୈତିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ସାମୟିକ ଅସହଯୋଗ କାରଣରୁ ଗଠନମୂଳକ କାଯର୍‌ୟରେ ଗତି ମନ୍ଥର ହେବ।
ସି˚ହ
ସି˚ହ
ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗକରି କାର୍ଯ୍ୟ ସାଧନ କରିବେ। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଘରେ ବନ୍ଧୁମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ।
କନ୍ୟା
ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ,ଏଣୁ ସତର୍କତା ରକ୍ଷା କରିବା ଭଲ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଯୋଜନା ମୁତାବକ କାମରେ ସଫଳତା ହାସଲ କରିବେ।
ତୁଳା
ତୁଳା
ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ପୁତ୍ରକନ୍ୟାଙ୍କ ହେତୁକ ସୁଖ ମିଳିବା ସାଙ୍ଗକୁ ପରିବାରରେ ଶାନ୍ତି ଫେରିଆସିବ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ପ୍ରତ୍ୟେକ କାର୍ଯ୍ୟ ଦରଖଣ୍ଡିଆ ରହିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଅନ୍ୟାୟ ବିରୋଧରେ ସ୍ବର ଉଠାଇଲେ ମଧ୍ୟ ସମସ୍ତେ ଶୁଣି ନ ଶୁଣୁଥିବାର ଅଭିନୟ କରିବେ। ଆଜିର କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସରଳ ସମାଧାନ ଘଟିବ। ଆପଣଙ୍କ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ତଥାପି ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ପଡ଼ୋଶୀଙ୍କ ଈର୍ଷା, ଅସୂୟା ଓ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ବହୁଦିନର ଶତ୍ରୁତାର ଅବସାନ ଘଟିବ।
ମକର
ମକର
ଆଜି ଦିନଟିରେ ଅସମ୍ପୂର୍ଣ୍ଣ କାଯର୍‌ୟ ସଙ୍ଗକୁ ବନ୍ଧୁଙ୍କ ଅନାଦର ଯୋଗୁ ମନ ଦୁଃଖ ହୋଇପାରେ। ନିଜର ହିତୈଷୀ ମାନଙ୍କୁ ବୃଥା ସନ୍ଦେହ କରି ଭୁଲ୍‌ଠିକ୍‌ର ସୁବିଚାର କରିପାରିବେ ନାହିଁ। ଧାର କରଜ କରି ପରିବାରର ଆବଶ୍ୟକତା ଚଳାଇ ନେବେ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଆଜି କର୍ମକ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋଭାବ ପୋଷଣ କରି ସମସ୍ୟା ସୃଷ୍ଟି କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ଆଶଙ୍କା ରହିଛି। ସାଙ୍ଗସାଥୀଙ୍କ ସହଯୋଗରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ମୀନମୀନ
ପରିବାରରୁ ପୂର୍ଣ୍ଣ ସମର୍ଥନ ନପାଇବା କାରଣରୁ କାମଟି ପୂର୍ଣ୍ଣାଙ୍ଗ ହେବା ସହଜସାଧ୍ୟ ନହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ଯାନବାହାନ ଚାଳାନାରେ ସତର୍କତା ଅବଲମ୍ବନ କରନ୍ତୁ। ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?