Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ନିଚ୍ଛକ ସତ୍ୟକଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ନିମନ୍ତ୍ରଣ ପାଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅର୍ଥ ଲାଭ ସହିତ ଶାରୀରିକ ସୁସ୍ଥତା ରହିବା କାରଣରୁ ମନ ପ୍ରଫୁଲ୍ଲ ରହିବ।
ବୃଷ
ବୃଷ
ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। ପଛକଥା ଚିନ୍ତା ନ କରି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ । ଉଦ୍ୟମ ସଫଳ ଦିଗରେ ଜଣେ ଦୂର ସମ୍ପର୍କୀୟ ବ୍ୟକ୍ତି ସାହାଯ୍ୟ କରିବେ। ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିଥିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବିଶେଷ କାରଣର ତର୍ଜମା ସକାଶେ ବନ୍ଧୁଦ୍ୱାରକୁ ଗମନ କରିବେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
ସହକର୍ମୀ କିମ୍ବା ବନ୍ଧୁଙ୍କ ଠାରୁ ଅଯାଚିତ ସାହାଯ୍ୟ ପାଇ ଖୁସି ହେବେ। ଆଲୋଚନା ପରିସରରେ ବିଜ୍ଞ ବ୍ୟକ୍ତି ମାନଙ୍କ ନିିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପ୍ରଶାସନିକ,ରାଜନୈତିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ସାମୟିକ ଅସହଯୋଗ କାରଣରୁ ଗଠନମୂଳକ କାଯର୍‌ୟରେ ଗତି ମନ୍ଥର ହେବ।
ସି˚ହ
ସି˚ହ
ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗକରି କାର୍ଯ୍ୟ ସାଧନ କରିବେ। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଘରେ ବନ୍ଧୁମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ।
କନ୍ୟା
ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ,ଏଣୁ ସତର୍କତା ରକ୍ଷା କରିବା ଭଲ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଯୋଜନା ମୁତାବକ କାମରେ ସଫଳତା ହାସଲ କରିବେ।
ତୁଳା
ତୁଳା
ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ପୁତ୍ରକନ୍ୟାଙ୍କ ହେତୁକ ସୁଖ ମିଳିବା ସାଙ୍ଗକୁ ପରିବାରରେ ଶାନ୍ତି ଫେରିଆସିବ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ପ୍ରତ୍ୟେକ କାର୍ଯ୍ୟ ଦରଖଣ୍ଡିଆ ରହିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଅନ୍ୟାୟ ବିରୋଧରେ ସ୍ବର ଉଠାଇଲେ ମଧ୍ୟ ସମସ୍ତେ ଶୁଣି ନ ଶୁଣୁଥିବାର ଅଭିନୟ କରିବେ। ଆଜିର କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସରଳ ସମାଧାନ ଘଟିବ। ଆପଣଙ୍କ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ତଥାପି ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ପଡ଼ୋଶୀଙ୍କ ଈର୍ଷା, ଅସୂୟା ଓ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ବହୁଦିନର ଶତ୍ରୁତାର ଅବସାନ ଘଟିବ।
ମକର
ମକର
ଆଜି ଦିନଟିରେ ଅସମ୍ପୂର୍ଣ୍ଣ କାଯର୍‌ୟ ସଙ୍ଗକୁ ବନ୍ଧୁଙ୍କ ଅନାଦର ଯୋଗୁ ମନ ଦୁଃଖ ହୋଇପାରେ। ନିଜର ହିତୈଷୀ ମାନଙ୍କୁ ବୃଥା ସନ୍ଦେହ କରି ଭୁଲ୍‌ଠିକ୍‌ର ସୁବିଚାର କରିପାରିବେ ନାହିଁ। ଧାର କରଜ କରି ପରିବାରର ଆବଶ୍ୟକତା ଚଳାଇ ନେବେ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଆଜି କର୍ମକ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋଭାବ ପୋଷଣ କରି ସମସ୍ୟା ସୃଷ୍ଟି କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ଆଶଙ୍କା ରହିଛି। ସାଙ୍ଗସାଥୀଙ୍କ ସହଯୋଗରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ମୀନମୀନ
ପରିବାରରୁ ପୂର୍ଣ୍ଣ ସମର୍ଥନ ନପାଇବା କାରଣରୁ କାମଟି ପୂର୍ଣ୍ଣାଙ୍ଗ ହେବା ସହଜସାଧ୍ୟ ନହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ଯାନବାହାନ ଚାଳାନାରେ ସତର୍କତା ଅବଲମ୍ବନ କରନ୍ତୁ। ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri