Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ
ଆଜି ସ୍ବଗୃହୀ କେନ୍ଦ୍ରସ୍ଥ ଚନ୍ଦ୍ର ପ୍ରଭାବରେ ଲୋକପ୍ରିୟତା, ଜନସମର୍ଥନ ଓ କର୍ମକ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ। ବିଭିନ୍ନ ଦିଗରେ ଖର୍ଚ୍ଚ ପରିମାଣ ବଢ଼ିଯିବ। ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଶିଳ୍ପ ବାଣିଜ୍ୟରେ ଉନ୍ନତି, କଳା ସାହିତ୍ୟରେ ପ୍ରଶଂସା ଏବଂ ସଂଗଠନ ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ।
ବୃଷ
ବୃଷ
ରାଶ୍ୟାଧିପତି ଶନି ସଂଯୁକ୍ତ ରହିଥିବାରୁ ଆଳସ୍ୟ ଅନୁଭବ କରିବେ ଓ କାମ କରିବାକୁ ଆଦୌ ଇଚ୍ଛା ହେବନାହିଁ। ନିର୍ମାଣ କାମ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ।
ମିଥୁନ
ମିଥୁନ
ବାଣୀକାରକ ଗ୍ରହ ବୁଧ ପାପଯୁକ୍ତ ହେତୁ ବନ୍ଧୁ ଗହଣରେ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ। ବିଶିଷ୍ଟ ବ୍ୟକ୍ତିଙ୍କ ଗହଣରେ ସମ୍ମାନିତ ହେବାର ସୌଭାଗ୍ୟ ପାଇବେ। ରାଶ୍ୟାଧିପତିଙ୍କ ଦୁର୍ବଳତା କାରଣରୁ ପୁରାତନ ରୋଗପୀଡ଼ା ଅନୁଭବ କରିବେ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ପ୍ରକାଶ କରିବେ।
କର୍କଟ
କର୍କଟ
ଶୁଭଚନ୍ଦ୍ରଙ୍କ ପ୍ରଭାବରୁ ସ୍ବାସ୍ଥ୍ୟ ନିୟନ୍ତ୍ରଣାଧୀନ ରହିବ ଏବଂ ଲୋକପ୍ରିୟତା ହାସଲ କରିବେ। ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିପାରନ୍ତି। ବନ୍ଧୁଙ୍କ ସହାୟତାରେ କଳା, ସାହିତ୍ୟ ଓ କ୍ରୀଡ଼ା ପ୍ରଭୃତିରେ ମନୋରଞ୍ଜନ ପ୍ରୀତିପ୍ରଦ ହେବ। ବାଣିଜ୍ୟ, ବ୍ୟବସାୟ ସମ୍ପର୍କିତ କେତେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ।
ସି˚ହ
ସି˚ହ
ଦୁଃସ୍ଥାନରେ ଦ୍ୱିତୀୟାଧିପତି ଥିବାରୁ ନିକଟ ଅତୀତର ଘଟଣାଗୁଡ଼ିକର ସମୀକ୍ଷା କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣସୂତ୍ରରେ ଅର୍ଥଲାଭ କରିବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ରଚନାମତ୍କ କାର୍ଯ୍ୟ, କଳା, କ୍ରୀଡ଼ା, ଚଳଚ୍ଚିତ୍ର ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ବୃହସ୍ପତିଙ୍କ ଶୁଭଦୃଷ୍ଟିରୁ ଆଜି ବନ୍ଧୁଙ୍କ ସାହାଯ୍ୟ ଲାଭକରି କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ କ୍ଷେତ୍ରରେ ପାରିବାରିକ ଖର୍ଚ୍ଚ ପରିମାଣ ହଠାତ୍‌ ବୃଦ୍ଧି ପାଇବ। ଉପରିସ୍ଥଙ୍କ ଆଦେଶ ପ୍ରାପ୍ତ ହୋଇ ହଠାତ୍‌ ବାହାରକୁ ଯିବାକୁ ପଡ଼ିପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
ତୁଳା
ତୁଳା
ଅନୁକୂଳ ଗ୍ରହସ୍ଥିତିରୁ ଆଜିର ସକାଳୁଆ ଯାତ୍ରା ପ୍ରାୟତଃ ଶୁଭପ୍ରଦ ହେବ। ପରିବାରରେ ଭାବପ୍ରବଣ ବଶତଃ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁନାହିଁ। କର୍ମକ୍ଷେତ୍ରର ପରିସ୍ଥିତି ଗମ୍ଭୀର ରହିବ। ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରିୟକଥା ମାଧ୍ୟମରେ ସମସ୍ୟା ସମାଧାନ କରିବେ।
ବିଛା
ବିଛା
ଚତୁର୍ଥସ୍ଥ ଶନି ଓ ମଙ୍ଗଳଙ୍କ ଦୃଷ୍ଟି କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବା ସାଙ୍ଗକୁ ଲୋକସମ୍ପର୍କ ବୃଦ୍ଧି ପାଇବ। ବନ୍ଧୁଙ୍କ ଜରିଆରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।
ଧନୁ
ଧନୁ
ଗ୍ରହ ଦୁଃସ୍ଥିତିର ପ୍ରଭାବରେ ଅତୀତ ଘଟଣାକୁ ନେଇ ମନ ଭାରାକ୍ରାନ୍ତ ରହିବ। ପୂର୍ବ ଘଟଣାକୁ କେନ୍ଦ୍ରକରି ମନରେ କିଛି ଭୟ ଓ ଆଶଙ୍କା ଜାଗ୍ରତ ହୋଇପାରେ। ଅନ୍ୟମାନଙ୍କ କଥା ଓ କାମ ମନକୁ ନ ପାଇଲେ ମଧ୍ୟ କିଛି କରିପାରିବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଇ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ।
ମକର
ମକର
ତୃତୀୟାଧିପ ଚତୁର୍ଥ କେନ୍ଦ୍ରରେ ଥିବାରୁ ସ୍ଥଗିତ କାମ ପୂରଣ ସକାଶେ ବନ୍ଧୁ ସାହାଯ୍ୟ କରିପାରନ୍ତି। ଭ୍ରାତୃ ସମ୍ପର୍କରେ ବ୍ୟତିକ୍ରମ ଦେଖାଦେବ। ପରିବାରର ଖର୍ଚ୍ଚ ବୃଦ୍ଧି ନିୟନ୍ତ୍ରଣ ପାଇଁ ନୂଆ ନୂଆ ଯୋଜନା ଚିନ୍ତା କରିପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟାର ସମାଧାନ ଦିଗରେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ପରିବାର ମଧ୍ୟରେ ହସଖୁସିର ବାତାବରଣରୁ ମନ ହାଲୁକା ରହିବ। ରାହୁଯୁକ୍ତ ସପ୍ତମାଧିପତି ରବି ହେତୁ ତରବରିଆ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ନ ପାଇବାରୁ ମନରେ ସରସତା ରହିବ ନାହିଁ।
ମୀନମୀନ

କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ଅଯଥା କଷ୍ଟ ଅନୁଭବ କରିବେ। ଚତୁର୍ଥାଧିପତିଙ୍କ ଦୁର୍ବଳତା କାରଣରୁ ସାମାଜିକସ୍ତରରେ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ। ବନ୍ଧୁଙ୍କ ମେଳରେ ଗାମ୍ଭୀର୍ଯ୍ୟ ରକ୍ଷାକରି ସମାଲୋଚିତ ହୋଇପାରନ୍ତି। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ପରିପ୍ରେକ୍ଷୀରେ ଆଲୋଚନା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri