Posted inRasifala

ରାଶିଫଳ: ଶନିବାର, ମେ ୨୧ ତାରିଖ – Daily Horoscope

ମେଷ
ଆଜି କର୍ମଭାବରେ ଚନ୍ଦ୍ର ରହିଥିବାରୁ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରାଇବେ। ଉଚ୍ଚାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ। ପରିବାରରେ ଅଶାନ୍ତି ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇପାରନ୍ତି।
ବୃଷ
ବୃଷ
ବୁଧାଦିତ୍ୟ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ସମ୍ମାନ ପାଇବେ । କିନ୍ତୁ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତିକୁ ସ୍ବାଭାବିକ କରିବା ମାନସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ସାହିତ୍ୟ, ସାମ୍ବାଦିକତା, ଆଲୋଚନା, ଯୋଗାଯୋଗ ଓ ଚୁକ୍ତିପତ୍ର ସମ୍ପାଦନ କ୍ଷେତ୍ରରେ ସୁଫଳ ପାଇବେ।
ମିଥୁନ
ମିଥୁନ
କବନ୍ଧଗ୍ରହ କେତୁଙ୍କ ପ୍ରଭାବରେ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ସମସ୍ୟାକୁ ନିମନ୍ତ୍ରଣ କରିବେ। ସନ୍ତାନମାନଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିଶୃଙ୍ଖଳା ଯୋଗୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଶୁଭେଚ୍ଛୁମାନଙ୍କ ଦ୍ୱାରା ପ୍ରଶଂସା ପାଇବା ସମୟରେ ନିନ୍ଦୁକ ଗୋଷ୍ଠୀ କୁତ୍ସାରଟନା କରିବେ। ବ୍ୟବସାୟ, ପ୍ଲଟିଂ କାରବାର କ୍ଷେତ୍ରରେ ସଫଳତା ପାଇବେ ନାହିଁ ।
କର୍କଟ
କର୍କଟ
ସପ୍ତମଭାବସ୍ଥ ଚନ୍ଦ୍ର ହେତୁ ଦୂରଯାତ୍ରା ପାଇଁ ପ୍ରସ୍ତୁତ ହୋଇପାରନ୍ତି। ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବେନି । ଅର୍ଥାଭାବ ନ ଥିଲେ ମଧ୍ୟ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଟଙ୍କା ପଇସା ଅଭାବ ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ବଳବାନ୍‌ ରବି ଓ ଶନି ପାରିବାରିକ ଜୀବନରେ ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି। ପ୍ରତ୍ୟେକ ପରିସ୍ଥିତିର ସଫଳ ମୁକାବିଲା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କଥାରେ ବିଶ୍ୱାସ କରି ନିର୍ଦ୍ଦିଷ୍ଟ ସମୟରେ ନିରାଶ ହେବାକୁ ପଡ଼ିବ। ଜମଜିମା, କଚେରି ମାମଲା, ପରିବହନ, ବ୍ୟବସାୟ କ୍ଷେତ୍ରରୁ ଉପକୃତ ହୋଇପାରନ୍ତି।
କନ୍ୟା
ଭାଗ୍ୟସ୍ଥ ବୁଧ ଶୁଭଯୋଗ ପ୍ରଭାବରୁ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ୍ଚ ଘଟିପାରେ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ। ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ଗାଡ଼ି, ମୋଟର, ଯାନ୍ତ୍ରିକ ଜିନିଷ କିମ୍ବା ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ତୁଳା
ତୁଳା
ଚତୁର୍ଥ ଚନ୍ଦ୍ର ପ୍ରଭାବରେ ପରିବାର ଓ ସାମାଜିକ ସ୍ତରରେ ଆଦରଣୀୟ ହେବେ। ଅତି ନିକଟରେ ରହି ସାହାଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରିବା ଠିକ୍‌ ହେବନି। କେତେକ କ୍ଷେତ୍ରରେ ମନକଥା ମନରେ ରଖି ଗୁରୁଜନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ। ପରକଥାକୁ ବିଶ୍ୱାସ କରି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି ।
ବିଛା
ବିଛା
ଭାଗ୍ୟସ୍ଥାନକୁ ଚନ୍ଦ୍ର ଅବଲୋକନ କରୁଥିବାରୁ ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ପାଇପାରିବେ। କର୍ମ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଉଚ୍ଚବର୍ଗଙ୍କ ସହାୟତା ଲାଭ କରି ସ୍ଥଗିତ କାମର ପୁନରୁଦ୍ଧାର କରିପାରନ୍ତି। ଦୀର୍ଘଦିନରୁ କ୍ଷୁଣ୍ଣ ହୋଇଥିବା ସମ୍ପର୍କ ପୁନଶ୍ଚ ଫେରିପାଇବେ।
ଧନୁ
ଧନୁ
ଶନି ତୃତୀୟସ୍ଥ ହେତୁ ବନ୍ଧୁ ନିମନ୍ତ୍ରଣ ପାଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଅଭାବ ନ ଥିଲେ ମଧ୍ୟ ମାନସିକ ସୁସ୍ଥତା ଅଭାବରୁ କୌଣସି ସୁଖଦ ପରିସ୍ଥିତି ମଧ୍ୟ ଉପଭୋଗ୍ୟ ହୋଇପାରିବନାହିଁ। ପ୍ରକାଶନ, ପ୍ରଶାସନ, ରଚନାତ୍ମକ କାମ, ଗବେଷଣା, ଅନୁସନ୍ଧାନ, କଳା, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
ରାଶ୍ୟାଧିପତି ପ୍ରଭାବଶାଳୀ ଯୋଗୁ ଲକ୍ଷ୍ୟ ସାଧନ କରିପାରିବେ। ଆର୍ଥିକ ସ୍ଥିତି ମଧ୍ୟ ମନ୍ଦ ହେବନି, କିନ୍ତୁ ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ, ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ବନ୍ଧୁଙ୍କ ସମସ୍ୟାକୁ ସୁଧାରିନେବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ଚିନ୍ତା କରିପାରନ୍ତି। ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ
କର୍ମକ୍ଷେତ୍ରରେ ସାମାନ୍ୟ ସୁଧାର ଆସିଲେ ମଧ୍ୟ ପାରିବାରିକ ସ୍ଥିତି ପୂର୍ବପରି ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତିରେ ବନ୍ଧୁ ମିଳନରୁ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ପକ୍ଷପାତିତାର ବିରୋଧ କରି କଳହ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri