Posted inRasifala

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ
ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ ଅଶାନ୍ତି ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି। ଅଭାବବୋଧ ନ ଥିଲେ ମଧ୍ୟ ସମ୍ପର୍କୀୟ ବ୍ୟକ୍ତି ବିଶେଷଙ୍କ ଅନାଦରଭାବ ବ୍ୟଥିତ କରିବ।
ବୃଷ
ବୃଷ
ରାଶିରେ ବୁଧାଦିତ୍ୟ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ସୁପ୍ରତିଷ୍ଠିତ ହେବେ। ବିବାଦୀୟ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହେବେ। ସାହିତ୍ୟ, ସାମ୍ବାଦିକତା, ଆଲୋଚନା, ଯୋଗଯୋଗ ଓ ଚୁକ୍ତିପତ୍ର ସମ୍ପାଦନ କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ କ୍ଷେତ୍ରରେ ତୃତୀୟବ୍ୟକ୍ତିଙ୍କ ଅନୁପ୍ରବେଶ ଅଶାନ୍ତ ବାତାବରଣକୁ ନିମନ୍ତ୍ରଣ କରିପାରେ।
ମିଥୁନ
ମିଥୁନ
ରାହୁଙ୍କ ଦୃଷ୍ଟିରେ ଗୁରୁଜନିତ ଭୁଲ୍‌ ବୁଝାମଣା ହେତୁ ପରିବାରରେ ସମସ୍ୟା ବୃଦ୍ଧି ପାଇବ। ଶୁଭେଚ୍ଛୁଙ୍କ ଦ୍ୱାରା ପ୍ରଶଂସା ପାଇବା ସମୟରେ ନିନ୍ଦୁକ ଗୋଷ୍ଠୀ କୁତ୍ସାରଟନା କରିବେ। ବ୍ୟବସାୟ, ପ୍ଲଟିଂ କାରବାର ମନ୍ଥର ଗତିରେ ଚାଲୁଥିବାରୁ ବ୍ୟସ୍ତ ହେବେ। ଉଚ୍ଚ ପଦାଧିକାରୀଙ୍କ ସମ୍ମୁଖରେ ମନ କଥା କହିବାରେ ପଛେଇ ଯାଇପାରନ୍ତି।
କର୍କଟ
କର୍କଟ
ଆଜି ସ୍ବଗୃହୀ ଚନ୍ଦ୍ରଙ୍କ ଯୋଗୁ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ସମସ୍ୟା ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବେନି। ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଅର୍ଥର ଅଭାବ ପରିଲକ୍ଷିତ ହେବ। ଶିଳ୍ପ,ବାଣିଜ୍ୟ, ରାଜନୀତିରେ ସମସ୍ୟା ସୁଧାରିବା ପ୍ରଯତ୍ନ କଲେ ଭଲ ହେବ।
ସି˚ହ
ସି˚ହ
ବନ୍ଧୁଙ୍କ କଥାରେ ବିଶ୍ୱାସ କରି ନିର୍ଦ୍ଦିଷ୍ଟ ସମୟରେ ଅପୂରଣୀୟ ଆଶାଜନିତ ନିରାଶ ହେବାକୁ ପଡିବ। ସଭାସମିତିରେ ପ୍ରିୟଜନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଜମଜିମା, କଚେରି ମାମଲା, ପରିବହନ, ବାଣିଜ୍ୟ କ୍ଷେତ୍ରରୁ ଉପକୃତ ହେବେ। ପସନ୍ଦର ଜିନିଷ ଆଣିବା ପାଇଁ ପରିବାର ବର୍ଗ ଅନୁରୋଧ କରିପାରନ୍ତି।
କନ୍ୟା
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ କର୍ମଜଞ୍ଜାଳ ବୋଝଜନିତ ମାନସିକ ସୁସ୍ଥତା ରହି ନ ପାରେ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିବେ। ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ଗାଡି, ମୋଟର, ଯାନ୍ତ୍ରିକ ଜିନିଷ କିମ୍ବା ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ଶିଳ୍ପ, ବାଣିଜ୍ୟ କିମ୍ବା ପରିବହନରେ ସମସ୍ୟାର ସମାଧାନ ହୋଇଯିବ।
ତୁଳା
ତୁଳା
ପାରିବାରିକ ପ୍ରତିରୋଧ କିମ୍ବା ବୃଦ୍ଧ ପିତାଙ୍କ ସ୍ବାସ୍ଥ୍ୟହାନି ମାନସିକ ସ୍ଥିତିକୁ ଦୋହଲାଇ ଦେବ। ସାହାଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କେତେକ କ୍ଷେତ୍ରରେ ମନକଥା ମନରେ ରଖି ଗୁରୁଜନମାନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ। ପରକଥାକୁ ବିଶ୍ୱାସ କରି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ବିଛା
ବିଛା
ଯେତେ ଉପାୟ ଅବଲମ୍ବନ କଲେ ମଧ୍ୟ ସମସ୍ୟା ସୁଧାରିବା କଷ୍ଟକର ହେବ। କର୍ମକ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିବେ। ଉଚ୍ଚବର୍ଗଙ୍କ ସହାୟତା ଲାଭ କରି ସ୍ଥଗିତ କାମର ପୁନରୁଦ୍ଧାର କରିପାରନ୍ତି। କ୍ଷୁଣ୍ଣ ହୋଇଥିବା ସମ୍ପର୍କ ପୁନଶ୍ଚ ଫେରି ପାଇବେ। ବନ୍ଧୁଙ୍କର ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରିବେ।
ଧନୁ
ଧନୁ
ସକାଳୁ ସକାଳୁ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଅଭାବ ନ ଥିଲେ ମଧ୍ୟ ମାନସିକ ସୁସ୍ଥତା ଅଭାବରୁ କୌଣସି ସୁଖଦ ପରରିସ୍ଥିତି ମଧ୍ୟ ଉପଭୋଗ୍ୟ ହେବନାହିଁ। ପ୍ରକାଶନ, ପ୍ରଶାସନ, ରଚନାତ୍ମକ କାମ, ଗବେଷଣା, ଅନୁସନ୍ଧାନ, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିରୋଧର ସାମ୍ନା କରି ଲକ୍ଷ୍ୟ ସାଧନ ଦିଗରେ ଅଗ୍ରସର ହେବେ। ଯୁକ୍ତିଯୁକ୍ତ କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ଲୋକଙ୍କୁ ମୁଗ୍ଧ କରିବାରେ ସମର୍ଥ ହେବେ। ଋଣ ଭାର ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ ଏବଂ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ। ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟିର ସୂଚନା ରହିଛି।
ମୀନମୀନ
କର୍ମକ୍ଷେତ୍ରରେ ସାମାନ୍ୟ ସୁଧାର ଆସିଲେ ମଧ୍ୟ ପାରିବାରିକ ସ୍ଥିତି ପୂର୍ବପରି ରହିବ। ଅଭାବ ନ ଥିଲେ ମଧ୍ୟ କ୍ରମଶଃ ଆବଶ୍ୟକତା ବୃଦ୍ଧି ପାଉଥିବାର ଅନୁଭବ କରିବେ। ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତିରେ ଓ ବନ୍ଧୁମିଳନରୁ ଆନନ୍ଦିତ ହୋଇପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?