Posted inRasifala

ରାଶିଫଳ: ରବିବାର, ନଭେମ୍ବର ୨୧ ତାରିଖ – Daily Horoscope

ମେଷ
ଆଜି ନିକଟ ସମ୍ପର୍କୀୟମାନଙ୍କ ଅନାଦର ଭାବ ମନକୁ ବ୍ୟଥିତ କରିବ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାରର ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ହଜିଯିବାର ସମ୍ଭାବନା ରହିଛି। କଚେରି ମାମଲା ଦୁଶ୍ଚିନ୍ତାର କାରଣ ହୋଇପାରେ। ଦୂରସ୍ଥ ସନ୍ତାନ କିମ୍ବା ଆମତ୍ୀୟମାନଙ୍କ ସକାଶେ ମନ ବିଚଳିତ ରହିବ।
ମିଥୁନ
ମିଥୁନ
ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ଫଳରେ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ବଳାଇ କର୍ମମୁଖର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ସାଧାରଣ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବାର ସମ୍ଭାବନା ରହିଛି। ଅଫିସରେ ବାଧ୍ୟବାଧକତାରେ କେତେକ କାମ କରିବାକୁ ପଡିବ।
ସି˚ହ
ସି˚ହ
ସ୍ବାସ୍ଥ୍ୟ କ୍ରମଶଃ ଅବନତି ଦିଗକୁ ଗତି କରିପାରେ। ଏଣୁ ସାବଧାନତା ଅବଲମ୍ବନ କରିବା ଭଲ। ପାରିବାରିକ ପରିସ୍ଥିତି ବିଶେଷ ଭଲ ନ ହେଲେ ମଧ୍ୟ ମନ୍ଦ ହେବନି। ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ। କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ମନ ବଳାଇବେ। ଖଳ ଲୋକଙ୍କ କଥାରେ ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି। ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କୌଣସି ମୂଲ୍ୟବାନ୍‌ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ହଠାତ୍‌ କୌଣସି ଆଶାନୁରୂପ ସଫଳତା ମିଳି ନ ପାରେ।
ବିଛା
ବିଛା
ଦୀର୍ଘ ଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗିପାରନ୍ତି। ରାଜନୀତି, ପ୍ରଶାସନ, କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ବିନୟ ପୂର୍ବକ ପ୍ରିୟ କଥା କହି ଭୁଲ୍‌ ବୁଝାମଣାକୁ ସୁଧାରି ନେବେ। କୌଣସି ସମସ୍ୟା କ୍ଷେତ୍ରରେ ପାଖ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ। ଆଜି ଦିନଟିରେ ଯାନବାହନରେ ସତର୍କତା ରକ୍ଷା କରନ୍ତୁ। ବନ୍ଧୁଙ୍କ ସହାୟତାରେ ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ପାରିବାରିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ପୁତ୍ରକନ୍ୟାଙ୍କ ହେତୁକ ସୁଖ ମିଳିବ ଓ ପରିବାରରେ ଶାନ୍ତି ଫେରି ଆସିବ। ରପ୍ତାନି କାରବାର, ନିର୍ମାଣ, ପରିବହନ ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଜଣେ ବନ୍ଧୁ ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ, ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବେ।
ମୀନମୀନ
ଯେତେ ଚେଷ୍ଟା କଲେ ମଧ୍ୟ ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବ ନାହିଁ। ଆନୁଷ୍ଠାନିକ କାମରେ ଅର୍ଥ ଓ ସମ୍ମାନ ପାଇବାରେ ଅସୁବିଧା ନାହିଁ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri