Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କ ପାଇଁ ଦିନଟି ବହୁତ ଭଲରେ ଭଲରେ ବିତିବ ଏବଂ ଯାହା ଚାହୁଁଛନ୍ତି ତାହା ପାଇବେ। ଶତ୍ରୁମାନେ ଚେଷ୍ଟାକରି ଥକିଯିବେ ସିନା କିଛି କ୍ଷତି କରିପାରିବେ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗର ହାତ ଆପଣଙ୍କ ପାଖକୁ ଲମ୍ବି ଆସିବ। ବ୍ୟବସାୟୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବୃଷ
ବୃଷ
ମନ ଭିତରେ ଯାହା ଥାଉନା କାହିଁକି ମୁହଁରେ କଅଁଳ କଥା କହି କାମ ହାସଲ କରିପାରିବେ। ବନ୍ଧୁମାନଙ୍କ ସମର୍ଥନ କାମକୁ ଆଗକୁ ବଢ଼ାଇ ନେବାରେ ସାହାଯ୍ୟ କରିବ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ। କର୍ମକ୍ଷେତ୍ରରୁ ଫେରନ୍ତା ବାଟ ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
ଆର୍ଥିକ ଉନ୍ନତି ମନୋବଳକୁ ବୃଦ୍ଧି କରିବ ଏବଂ ଅର୍ଥବଳରେ ଅସାଧ୍ୟ ସାଧନର ରାସ୍ତା ଉନ୍ମୁକ୍ତ ହେବ। କାର୍ଯ୍ୟବ୍ୟସ୍ତତା ହେତୁ ମୁଣ୍ଡବ୍ୟଥା ସହ ସ୍ବାସ୍ଥ୍ୟହାନି ଦେଖାଦେଇପାରେ। ରେଷ୍ଟୁରାଣ୍ଟ, ମିଲ୍‌ସ ହୋଟେଲ, ଫାଷ୍ଟଫୁଡ୍‌ ଛୋଟ ଦୋକାନୀ ଆଜି ଲାଭବାନ ହେବେ। ଗୃହ,ଭୂମି,ଗାଡ଼ିମୋଟର ସମ୍ପର୍କୀୟ ସମସ୍ୟା ଆସିବାର ଆଶଙ୍କା ରହିଛି।
କର୍କଟ
କର୍କଟ
ଆଜି ଅଯଥା ଲଘୁ କ୍ରୋଧ ପ୍ରକାଶ କରି ଆତ୍ମୀୟଙ୍କ ବିରାଗଭାଜନ ହେବେ। ଉପସ୍ଥିତ ବୁଦ୍ଧି ପ୍ରୟୋଗକରି ପରିସ୍ଥିତିକୁ ସମ୍ଭାଳି ନେବେ। ଗତକାଲିର ନିଷ୍ପତ୍ତିକୁ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ତଥାପି ଆଲୋଚନା, ବ୍ୟବସାୟ, ଯାତ୍ର୍ରା ପ୍ରଭୃତି ଯେକୌଣସି କ୍ଷେତ୍ରରେ ମଧ୍ୟ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ଼ ଚେଷ୍ଟା କରିପାରନ୍ତି। ଅଧୁରା କାମକୁ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସ୍ବାସ୍ଥ୍ୟ ସଚେତନତା ଅଭାବରୁ ସାମୟିକ ଅସୁସ୍ଥତା ଦେଖାଦେଇପାରେ।
କନ୍ୟା
ଆଜି ଆପଣ ଏକାଧାରରେ ଅର୍ଥ, ସମ୍ମାନ, ବନ୍ଧୁମିଳନ ଓ ସାମାଜିକ ପ୍ରତିଷ୍ଠାର୍ଜନ କରିବେ। ବିଭିନ୍ନ ପାରିବାରିକ ଦୁଶ୍ଚିନ୍ତାରେ ମନକୁ ଆନ୍ଦୋଳିତ କରିପାରନ୍ତି। ଅଧିକାଂଶ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ କିମ୍ବା ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିବ। ଉପସ୍ଥିତ ବୁଦ୍ଧି ଖଟାଇ ପରିବାରର ଗୋଳମାଳିଆ ପରିସ୍ଥିତିକୁ ସମ୍ଭାଳି ନେବେ। ଦିନଭରି କାର୍ଯ୍ୟବ୍ୟସ୍ତତା ଯୋଗୁ ସାମାନ୍ୟ ବିଶ୍ରାମ କିମ୍ବା ଲଘୁ ଭୋଜନର ଅବସର ପାଇବେ ନାହିଁ। ଘର ସାଜସଜ୍ଜା କମ୍ବା ମରାମତି କାମରେ ବ୍ୟୟବୃଦ୍ଧି ଘଟିପାରେ।
ବିଛା
ବିଛା
ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଅଶାନ୍ତିର କାରଣ ହୋଇପାରେ। ଆଜି ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ପ୍ରତି ସତର୍କ ରୁହନ୍ତୁ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ କିମ୍ବା ନିଜ ପରିସରରେ ବନ୍ଧୁବର୍ଗ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ସାହାଯ୍ୟ,ସହଯୋଗର ପ୍ରତିଶ୍ରୁତି ବନ୍ଧୁଙ୍କଠାରୁ ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ଧନୁ
ଧନୁ
ଆପଣଙ୍କ ଭୁଲ୍‌ ନିଷ୍ପତ୍ତି ଓ ବିବାଦୀୟ ମନ୍ତବ୍ୟ ପରିବେଶ ଓ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ। ପରିବାର ସଦସ୍ୟ ଆପଣଙ୍କୁ ଭୁଲ୍‌ ଭାବିପାରନ୍ତି। କାମଗୁଡ଼ିକ ଠିକ୍‌ ଭାବେ ହେବାରେ କେତେକ ପ୍ରତିବନ୍ଧକ ସୃଷ୍ଟି ହେବ। ବ୍ୟବସାୟ ଓ ପରିବହନରେ ଆକସ୍ମିକ ସମସ୍ୟାକୁ ଅତି ଚତୁରତାର ସହ ସମାଧାନ କରପାରିିବେ।
ମକର
ମକର
ଆଜିର ଯାତ୍ରା ସମୟରେ ସ୍ଥାନ, କାଳ, ପାତ୍ର ଅନୁଯାୟୀ କଥାର ବ୍ୟତିକ୍ରମ ବିବାଦର ସୂତ୍ରପାତ କରିବ। ସ୍ବାସ୍ଥ୍ୟରେ ଉନ୍ନତି ଯୋଗୁ ଆଶ୍ୱସ୍ତି ଅନୁଭବ କରିବେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟିକ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। କଳା, ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିପ୍‌, ସଭାସମିତି ଓ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ସମସ୍ୟା ଲାଗି ରହୁଥିଲେ ମଧ୍ୟ କାମଟିକୁ ସମ୍ପନ୍ନ କରି ପାରିବେ ନାହିଁ କିମ୍ବା ଛାଡ଼ି ପାରିବେ ନାହିଁ। ପରୋକ୍ଷରେ ଶତ୍ରୁତା କରୁଥିବା ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି। ହଠାତ୍‌ ଯାତ୍ରା କରିବାକୁ ମନସ୍ଥକରି ବାଟରୁ ଫେରି ଆସିବାକୁ ପଡ଼ିପାରେ। ବାଣିଜ୍ୟ, ପରିବହନ, ମାଲିମକଦ୍ଦମା କିମ୍ବା ନିର୍ମାଣକାର୍ଯ୍ୟ ସମସ୍ୟାବହୁଳ ହୋଇପାରେ।
ମୀନମୀନ
ଆପଣଙ୍କ ନିରପେକ୍ଷ ବିଚାରଧାରା ଜନାଦୃତ ସହ ସାମାଜିକ ପ୍ରତିଷ୍ଠା ପ୍ରଦାନରେ ସହାୟକ ହେବ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜକୁ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଈର୍ଷା କରୁଥିବା ଲୋକମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?