Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇପାାରନ୍ତି। ପ୍ରତ୍ୟୁଷ ଯାତ୍ରା ଆକସ୍ମିକ ସମସ୍ୟା କାରଣରୁ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିକଟ ସମ୍ପର୍କୀୟଙ୍କ ଉପରେ ଭରସା କରି କୌଣସି କାମ କରିପାରିବେ।
ବୃଷ
ବୃଷ
ଆପଣ ଯାହା ପାଇଁ କଷ୍ଟ ସ୍ବୀକାର କରି ସାହାଯ୍ୟ କରିଥିଲେ, ସେହି ବ୍ୟକ୍ତି ହିଁ ଶତ୍ରୁତା କରିବ। ବିନା କାରଣରେ ଘର ସଦସ୍ୟ ବିରକ୍ତି ପ୍ରକାଶ କରିବେ। ରୋହିଣୀ ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସଙ୍ଗୀତ, ସାହିତ୍ୟ, କଳା, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ର ପାଇଁ ରାଜକୀୟ ସମ୍ମାନ, ପ୍ରଶାସନିକ ଅଧିକାରୀ, ବୁଦ୍ଧିଜୀବୀଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ଜୁଟିବ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ସହକର୍ମୀମାନେ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିପାରନ୍ତି। ବ୍ୟବସାୟରେ ଟଙ୍କା ପଇସାକୁ କେନ୍ଦ୍ର କରି କଳହ ଘଟିପାରେ। ପରିବାରର ସହମତିରେ ନୂତନ କର୍ମାରମ୍ଭ ପାଇଁ ଦିନଟି ଭଲ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ରର ବିଭିନ୍ନ ବିଷୟ ଚିନ୍ତାକରି ମନରେ ଅସ୍ଥିରତା ସୃଷ୍ଟି ହେବ। ଯାତ୍ରା ସମୟରେ ସତର୍କତା ଅଭାବରୁ ଧନହାନି କିମ୍ବା କଳହର ଆଶଙ୍କା ରହିଛି। ନିଜେ ଅସୁବିଧା ଭିତରେ ଚଳୁଥିଲେ ମଧ୍ୟ ବନ୍ଧୁଙ୍କ କାମରେ ଯଥାସାଧ୍ୟ ସାହାଯ୍ୟ କରିବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ଆଜି ଆକସ୍ମିକ ଭାବରେ ବନ୍ଧୁଙ୍କ ଡାକରା ପାଇ ହଠାତ୍‌ ଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯିବାରୁ ଘରୁ ଅଭିଯୋଗ ପାଇପାରନ୍ତି। ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ରର ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ଟେନ୍‌ସନଯୁକ୍ତ ରହିବ।
କନ୍ୟା
କୌଣସି ଜିନିଷ ଦେବା ପାଇଁ ବନ୍ଧୁ ପ୍ରତିଶ୍ରୁତି ଦେଇ ଶେଷରେ ମନା କରିଦେଇପାରନ୍ତି। କାମଗୁଡ଼ିକ ଆଜି ବହୁତ ବିଳମ୍ବରେ ସମ୍ପନ୍ନ ହେବା କାରଣରୁ ମନ ଭଲ ରହି ନ ପାରେ। ଆଜି ଚିତ୍ରା ନକ୍ଷତ୍ର ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ। ବାଣିଜ୍ୟ, ପରିବହନ ଓ ରାଜନୀତିର ଉନ୍ନତି ପରିଲକ୍ଷିତ ହେବ।
ତୁଳା
ତୁଳା
ପ୍ରତିକୂଳ ଗ୍ରହସ୍ଥିତିରୁ ଆପଣ ଆଜି ଭୁଲ୍‌ ନିଷ୍ପତ୍ତି ନେଇ ପାରନ୍ତି । ଯେତେ ସହଜ ଓ ସରଳରେ କାମଟି ହାସଲ କରିବାକୁ ଭାବୁଛନ୍ତି, ତାହା ହୁଏତ ନ ହୋଇପାରେ। ଅନ୍ୟମାନଙ୍କ କାର୍ଯ୍ୟକଳାପ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ।
ବିଛା
ବିଛା
ଆଜି ଗ୍ରହଙ୍କ ସ୍ଥିତି ଆପଣଙ୍କ ପାରିବାରିକ, ସାମାଜିକ ତଥା ପାରିପାର୍ଶ୍ୱିକ ପରିବେଶକୁ ଅଶାନ୍ତ ରଖିପାରେ। ଅନୁରାଧା ନକ୍ଷତ୍ର କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ଅଭିଯୋଗ ଆସିପାରେ। ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ବିଶ୍ୱାସର ସହ କାମ କରି ଚାଲିଲେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଉତ୍ତରାଷାଢ଼ା ନକ୍ଷତ୍ର ବକେୟା ଅର୍ଥ ଆଦାୟ କରିବାରେ ଅକ୍ଷମ ହେବେ। ଆନୁଷ୍ଠାନିକ କାମର ପ୍ରସ୍ତୁତି କରି ବିଚଳିତ ରହିବାର ଆଶଙ୍କା ଜାଗ୍ରତ ହୋଇପାରେ। ବିବାଦୀୟ ଘଟଣାରେ ନୀରବ ରହିଯିବା ଏକ ପ୍ରକାର ଭଲ ହେବ।
ମକର
ମକର
ସ୍ବାସ୍ଥ୍ୟ ଖରାପ ନ ଥିଲେ ମଧ୍ୟ ପୁରୁଣା ରୋଗ ଊଣା ଅଧିକେ ଦୁଶ୍ଚିନ୍ତାର କାରଣ ହେବ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ଚର୍ଚ୍ଚା, ସାହିତ୍ୟ, ସାମ୍ବାଦିକତା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ବନ୍ଧୁ ଆପଣଙ୍କ କଥାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କୁମ୍ଭ
କୁମ୍ଭ
ମନ ଭଲ ନ ଥିଲେ ମଧ୍ୟ ହାତରେ ରହିଥିବା କାମ କରିବାକୁ ବାଧ୍ୟ ହେବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପୂର୍ବଭାଦ୍ରବ ନକ୍ଷତ୍ର ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆଲୋଚନା ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ।
ମୀନମୀନ

କର୍ମକ୍ଷେତ୍ରରେ ରେବତୀ ନକ୍ଷତ୍ର ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବୃଦ୍ଧି ପାଇବ। ଅଯଥା ଅଧୈର୍ଯ ନ ହୋଇ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବା ପାଇଁ ପ୍ରଯନତ୍ କରିବା ଭଲ ହେବ। ଅତୀତ ଘଟଣାକୁ ନେଇ କଳହର ଆଶଙ୍କା କରି ମନ ଅସ୍ଥିର ରହିପାରେ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ବନ୍ଧୁ ସମ୍ପର୍କରେ ଆଶାଜନକ ଫଳ ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?