Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ
ସାମାନ୍ୟ ଡିପ୍ରେସନ ଲାଗି ରହିଲେ ମଧ୍ୟ କୌଣସି କାମ ଅସମ୍ପୂର୍ଣ୍ଣ ରହିବ ନାହିଁ। କର୍ମକ୍ଷେତ୍ରରେ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ। ଅନ୍ୟଥା ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ବୃଷ
ବୃଷ
ବ୍ୟୟାଧିପ ଚତୁର୍ଥସ୍ଥ ହେତୁ ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ବୃଦ୍ଧି ପାଇବ। ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ନିର୍ମାଣ କାର୍ଯ୍ୟରେ ଗତି ମନ୍ଥର ହେବ, କିନ୍ତୁ ସମସ୍ୟାର ସମାଧାନ ହୋଇଯିବ। ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ କାରଣରୁ ପାରିବାରିକ, ପ୍ରଶାସନ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି।
ମିଥୁନ
ମିଥୁନ
ଦୁଃସ୍ଥାନସ୍ଥ ରାହୁଙ୍କ ପ୍ରଭାବରେ ଶାରୀରିକ ସ୍ବାସ୍ଥ୍ୟ ସେତେଟା ଭଲ ରହି ନ ପାରେ। ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ଭଲ ହେବ। ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
କର୍କଟ
କର୍କଟ
ଶନିଯୁକ୍ତ ଚନ୍ଦ୍ରଙ୍କ କାରଣରୁ ସାମାନ୍ୟ ଥଣ୍ଡାକାଶଜନିତ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ପାରିବାରିକ ବ୍ୟତିକ୍ରମ କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହୋଇପାରେ। ସହକର୍ମୀଙ୍କ ସହ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ କରିପାରିବେ। କଳା, ସାହିତ୍ୟ, ସଙ୍ଗୀତ ତଥା ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ନିଜ ରାଶିରେ ମଙ୍ଗଳ ହେତୁ ଅନ୍ୟମାନଙ୍କ ସକାଶେ ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। କର୍ମକ୍ଷେତ୍ର ଓ ପାରିବାରିକ ପରିସ୍ଥିତି ଭଲ ରହିବ। ଏକା ସାଙ୍ଗରେ ବହୁତ କାମ ହାତକୁ ନେଇ ବ୍ୟସ୍ତ ହେବେ। ଦୀର୍ଘଦିନରୁ ହଜି ଯାଇଥିବା କିମ୍ବା ଖୋଜୁଥିବା ଜିନିଷର ସନ୍ଧାନ ହଠାତ୍‌ ପାଇଯିବେ।
କନ୍ୟା
କାର୍ଯ୍ୟରେ ବିଳମ୍ବ କିମ୍ବା ସମସ୍ୟାକୁ କେନ୍ଦ୍ରକରି ନିଜ ଲୋକଙ୍କୁ ଭୁଲ ବୁଝିପାରନ୍ତି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିବ। ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ହସ୍ତା ନକ୍ଷତ୍ର ପାଇଁ ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବା ପ୍ରଭୃତି କାମ କରିବାକୁ ପଡ଼ିପାରେ।
ତୁଳା
ତୁଳା
ବିଗତ ଦିନର ଘଟଣାବଳୀକୁ ନେଇ ମନ ଅସ୍ଥିର ରହିବ। ବୃଥା ସନ୍ଦେହ ଓ ମତପାର୍ଥକ୍ୟଜନିତ ସାଧାରଣ କଥାରେ ଝଡ଼ ଉଠିବାର ସୂଚନା ରହିଛି। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନତୁବା କଳହର ସୂତ୍ରପାତ ହୋଇପାରେ। ତଥାପି ପ୍ରତ୍ୟେକ କ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ।
ବିଛା
ବିଛା
ଅନ୍ୟ କଥାରେ ଭାସିଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ଯନତ୍ବାନ ହୋଇପାରନ୍ତି। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେଲେ ମଧ୍ୟ ବିଜୟୀ ହେବେ। ବନ୍ଧୁଙ୍କ ସହ ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ ଓ ଆଶାଜନକ ସୁଫଳ ମଧ୍ୟ ପାଇବେ।
ଧନୁ
ଧନୁ
ମନ ଭଲ ନ ଥିବା କାରଣରୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ବିଦ୍ୟୁତ୍‌ ଉପକରଣ, ପୋଷାକ ପରିଚ୍ଛଦ, ବ୍ୟବସାୟ, ପନିପରିବା ଦୋକାନୀ ଏବଂ ହୋଟେଲ ମାଲିକମାନେ ଉପକୃତ ହେବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। ସରକାରୀ ସ୍ତରରୁ କାୈଣସି ଖବର ପାଇ ବିସ୍ମିତ ହେବେ। ଶିକ୍ଷା, ପରୀକ୍ଷା, ପ୍ରଶାସନିକ ଆଲୋଚନା, ଗଠନମୂଳକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ପୁରୁଣା ଶତ୍ରୁତା କାରଣରୁ ବନ୍ଧୁଙ୍କୁ ସାହାଯ୍ୟ ଭିକ୍ଷା କରିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସତର୍କତା ରକ୍ଷା କରି ନ ଚଳିଲେ ବିଭିନ୍ନ ସମସ୍ୟା ଆସିବାର ଆଶଙ୍କା ରହିଛି। ଏଣେ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସଭାସମିତି, ସାମ୍ବାଦିକତା, ମାମଲା ସମାଧାନ ଓ ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁମିଳନ ଘଟିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ବିବାଦ ହୋଇପାରେ। ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି। ପାରିବାରିକ କ୍ଷେତ୍ରରେ ପଛକଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବା ଭଲ ହେବ । ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନ, ଲେଖାପଢ଼ାରେ ସମସ୍ୟା ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri