Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ
ସାମାନ୍ୟ ଡିପ୍ରେସନ ଲାଗି ରହିଲେ ମଧ୍ୟ କୌଣସି କାମ ଅସମ୍ପୂର୍ଣ୍ଣ ରହିବ ନାହିଁ। କର୍ମକ୍ଷେତ୍ରରେ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ। ଅନ୍ୟଥା ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ବୃଷ
ବୃଷ
ବ୍ୟୟାଧିପ ଚତୁର୍ଥସ୍ଥ ହେତୁ ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ବୃଦ୍ଧି ପାଇବ। ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ନିର୍ମାଣ କାର୍ଯ୍ୟରେ ଗତି ମନ୍ଥର ହେବ, କିନ୍ତୁ ସମସ୍ୟାର ସମାଧାନ ହୋଇଯିବ। ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ କାରଣରୁ ପାରିବାରିକ, ପ୍ରଶାସନ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି।
ମିଥୁନ
ମିଥୁନ
ଦୁଃସ୍ଥାନସ୍ଥ ରାହୁଙ୍କ ପ୍ରଭାବରେ ଶାରୀରିକ ସ୍ବାସ୍ଥ୍ୟ ସେତେଟା ଭଲ ରହି ନ ପାରେ। ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ଭଲ ହେବ। ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
କର୍କଟ
କର୍କଟ
ଶନିଯୁକ୍ତ ଚନ୍ଦ୍ରଙ୍କ କାରଣରୁ ସାମାନ୍ୟ ଥଣ୍ଡାକାଶଜନିତ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ପାରିବାରିକ ବ୍ୟତିକ୍ରମ କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହୋଇପାରେ। ସହକର୍ମୀଙ୍କ ସହ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ କରିପାରିବେ। କଳା, ସାହିତ୍ୟ, ସଙ୍ଗୀତ ତଥା ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ନିଜ ରାଶିରେ ମଙ୍ଗଳ ହେତୁ ଅନ୍ୟମାନଙ୍କ ସକାଶେ ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। କର୍ମକ୍ଷେତ୍ର ଓ ପାରିବାରିକ ପରିସ୍ଥିତି ଭଲ ରହିବ। ଏକା ସାଙ୍ଗରେ ବହୁତ କାମ ହାତକୁ ନେଇ ବ୍ୟସ୍ତ ହେବେ। ଦୀର୍ଘଦିନରୁ ହଜି ଯାଇଥିବା କିମ୍ବା ଖୋଜୁଥିବା ଜିନିଷର ସନ୍ଧାନ ହଠାତ୍‌ ପାଇଯିବେ।
କନ୍ୟା
କାର୍ଯ୍ୟରେ ବିଳମ୍ବ କିମ୍ବା ସମସ୍ୟାକୁ କେନ୍ଦ୍ରକରି ନିଜ ଲୋକଙ୍କୁ ଭୁଲ ବୁଝିପାରନ୍ତି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିବ। ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ହସ୍ତା ନକ୍ଷତ୍ର ପାଇଁ ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବା ପ୍ରଭୃତି କାମ କରିବାକୁ ପଡ଼ିପାରେ।
ତୁଳା
ତୁଳା
ବିଗତ ଦିନର ଘଟଣାବଳୀକୁ ନେଇ ମନ ଅସ୍ଥିର ରହିବ। ବୃଥା ସନ୍ଦେହ ଓ ମତପାର୍ଥକ୍ୟଜନିତ ସାଧାରଣ କଥାରେ ଝଡ଼ ଉଠିବାର ସୂଚନା ରହିଛି। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନତୁବା କଳହର ସୂତ୍ରପାତ ହୋଇପାରେ। ତଥାପି ପ୍ରତ୍ୟେକ କ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ।
ବିଛା
ବିଛା
ଅନ୍ୟ କଥାରେ ଭାସିଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ଯନତ୍ବାନ ହୋଇପାରନ୍ତି। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେଲେ ମଧ୍ୟ ବିଜୟୀ ହେବେ। ବନ୍ଧୁଙ୍କ ସହ ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ ଓ ଆଶାଜନକ ସୁଫଳ ମଧ୍ୟ ପାଇବେ।
ଧନୁ
ଧନୁ
ମନ ଭଲ ନ ଥିବା କାରଣରୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ବିଦ୍ୟୁତ୍‌ ଉପକରଣ, ପୋଷାକ ପରିଚ୍ଛଦ, ବ୍ୟବସାୟ, ପନିପରିବା ଦୋକାନୀ ଏବଂ ହୋଟେଲ ମାଲିକମାନେ ଉପକୃତ ହେବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। ସରକାରୀ ସ୍ତରରୁ କାୈଣସି ଖବର ପାଇ ବିସ୍ମିତ ହେବେ। ଶିକ୍ଷା, ପରୀକ୍ଷା, ପ୍ରଶାସନିକ ଆଲୋଚନା, ଗଠନମୂଳକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ପୁରୁଣା ଶତ୍ରୁତା କାରଣରୁ ବନ୍ଧୁଙ୍କୁ ସାହାଯ୍ୟ ଭିକ୍ଷା କରିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସତର୍କତା ରକ୍ଷା କରି ନ ଚଳିଲେ ବିଭିନ୍ନ ସମସ୍ୟା ଆସିବାର ଆଶଙ୍କା ରହିଛି। ଏଣେ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସଭାସମିତି, ସାମ୍ବାଦିକତା, ମାମଲା ସମାଧାନ ଓ ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁମିଳନ ଘଟିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ବିବାଦ ହୋଇପାରେ। ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି। ପାରିବାରିକ କ୍ଷେତ୍ରରେ ପଛକଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବା ଭଲ ହେବ । ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନ, ଲେଖାପଢ଼ାରେ ସମସ୍ୟା ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri