Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ
ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ହେବାରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ବୃଷ
ବୃଷ
ସ୍ବାସ୍ଥ୍ୟ ପୂର୍ବଭଳି ରହିଲେ ମଧ୍ୟ ସାମୟିକ ଦୁର୍ବଳତା କାର୍ଯ୍ୟକ୍ଷେତ୍ରକୁ ମନ୍ଥର କରିପାରେ। ଆପଣଙ୍କ କାର୍ଯ୍ୟାବଳୀର ଭୂୟସୀ ପ୍ରଶଂସା କରି ପଦସ୍ଥ ବ୍ୟକ୍ତି ଗୁରୁ ଦାୟିତ୍ୱ ନେବାକୁ ଅନୁରୋଧ କରିପାରନ୍ତି। ଦୂରଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ସୁଫଳ ପାଇବେ। ମତଭେଦ କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି କାରଣରୁ ଆଜି ଘରକଥା ବୁଝିବାକୁ ସମୟ ପାଇବେ ନାହିଁ। ସାମାଜିକ ସ୍ତରରେ ବନ୍ଧୁବର୍ଗଙ୍କ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପାରିବାରିକ ସ୍ଥିତି ଭଲ ଥିଲେ ମଧ୍ୟ ରୋଗ, ଋଣ ଓ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି। ଆପୋସ ଆଲୋଚନା ଜରିଆରେ ହୃତ୍‌ ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ।
କର୍କଟ
କର୍କଟ
ଆାଜି ସକାଳୁ ଅଫିସ୍‌ରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ପ୍ରତିଶ୍ରୁତି ଦେଇ ମଧ୍ୟ ଶେଷ ସମୟରେ ପାରିବାରିକ ବନ୍ଧୁଟି ଅବିଶ୍ୱାସ କାମ କରିପାରନ୍ତି। ଶିଳ୍ପ, ବାଣିଜ୍ୟରେ ଲକ୍ଷ୍ୟ ହାସଲ କରିବେ କିନ୍ତୁ ବହୁତ ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ମିଥ୍ୟା ଅଭିଯୋଗକୁ ବୁଝି ନ ପାରି ନିଜ ଲୋକମାନଙ୍କ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଅଭିଳଷିତ ଫଳ ପାଇ ଖୁସୀ ହେବେ। ଗୃହସୀମାକୁ କେନ୍ଦ୍ରକରି ବିବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ଆଶୁ ସମାଧାନ ହୋଇଯିବ। ପରକଥାରେ ପଡ଼ି ଭୂଲ୍‌ ମାର୍ଗର ଅନୁସରଣ କରିବା ହେତୁ ଅନୁତାପ କରିବାକୁ ପଡ଼ିପାରେ।
କନ୍ୟା
ନିଜର ଚତୁଃପାର୍ଶ୍ୱରେ ଘଟି ଯାଉଥିବା ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ପରିବାରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବେ। ଗୁରୁଜନଙ୍କଠାରୁ ପରାମର୍ଶ ପାଇ ଖୁସି ହେବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ଆବଶ୍ୟକତା ଉପଲବ୍ଧତ୍ କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
ବନ୍ଧୁ ଗହଣରେ ସତ୍ୟ କହି ଅପ୍ରିୟ ହୋଇପାରନ୍ତି। କିନ୍ତୁ ଅନୁରାଧା ନକ୍ଷତ୍ର ଠିକ୍‌ ଓଲଟାଫଳସ୍ବରୂପ କାମ ହାସଲ କରିବା ସକାଶେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ, କିନ୍ତୁ ସହଯୋଗ ପାଇବେନାହିଁ। ଅନିୟମିତ ଆହାର ଯୋଗୁଁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଶାସ୍ତ୍ରାଧ୍ୟୟନ,ସାହିତ୍ୟ ଚର୍ଚ୍ଚା ଓ ସତ୍‌ସଙ୍ଗ, ସଭାସମିତି, ବିତର୍କରେ ଅଂଶଗ୍ରହଣ କରି ପ୍ରଶଂସିତ ହେବେ। ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ମକର
ମକର
ଶନିଙ୍କ ନିଜ ରାଶି ପ୍ରତି ଦୃଷ୍ଟି ସ୍ବାସ୍ଥ୍ୟପାଇଁ ଅନୁକୂଳ। ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନ ପାରେ। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ହେବ। ମହିଳାମାନେ ଆର୍ଥିକ ଅଭାବ ଅନଟନ ହେତୁ ମନମାରି ରହିପାରନ୍ତି।
କୁମ୍ଭ
କୁମ୍ଭ
କେତୁଙ୍କ ଦ୍ୱିତୀୟଭାବାରୋହଣ ସମସ୍ୟାର କାରଣ ହୋଇପାରେ। ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମ ଠିକ୍‌ ଠିକ୍‌ ହୋଇଯିବ। କୌଣସି ସମସ୍ୟାର ଆଶଙ୍କା କରି ଅସୁବିଧା ନ ଥିଲେ ମଧ୍ୟ ମନ ଅସ୍ଥିର ରହିବ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବିଚଳିତ ହେବେ। ମହିଳାମାନେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମୀନମୀନ
କୌଣସି କାମରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ଅତୀତ ଘଟଣା ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିପାରେ। ଅର୍ଥ ଲାଭ, କଳା, ସାହିତ୍ୟ, ଆଲୋଚନା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri