Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ
ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ହେବାରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ବୃଷ
ବୃଷ
ସ୍ବାସ୍ଥ୍ୟ ପୂର୍ବଭଳି ରହିଲେ ମଧ୍ୟ ସାମୟିକ ଦୁର୍ବଳତା କାର୍ଯ୍ୟକ୍ଷେତ୍ରକୁ ମନ୍ଥର କରିପାରେ। ଆପଣଙ୍କ କାର୍ଯ୍ୟାବଳୀର ଭୂୟସୀ ପ୍ରଶଂସା କରି ପଦସ୍ଥ ବ୍ୟକ୍ତି ଗୁରୁ ଦାୟିତ୍ୱ ନେବାକୁ ଅନୁରୋଧ କରିପାରନ୍ତି। ଦୂରଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ସୁଫଳ ପାଇବେ। ମତଭେଦ କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି କାରଣରୁ ଆଜି ଘରକଥା ବୁଝିବାକୁ ସମୟ ପାଇବେ ନାହିଁ। ସାମାଜିକ ସ୍ତରରେ ବନ୍ଧୁବର୍ଗଙ୍କ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପାରିବାରିକ ସ୍ଥିତି ଭଲ ଥିଲେ ମଧ୍ୟ ରୋଗ, ଋଣ ଓ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି। ଆପୋସ ଆଲୋଚନା ଜରିଆରେ ହୃତ୍‌ ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ।
କର୍କଟ
କର୍କଟ
ଆାଜି ସକାଳୁ ଅଫିସ୍‌ରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ପ୍ରତିଶ୍ରୁତି ଦେଇ ମଧ୍ୟ ଶେଷ ସମୟରେ ପାରିବାରିକ ବନ୍ଧୁଟି ଅବିଶ୍ୱାସ କାମ କରିପାରନ୍ତି। ଶିଳ୍ପ, ବାଣିଜ୍ୟରେ ଲକ୍ଷ୍ୟ ହାସଲ କରିବେ କିନ୍ତୁ ବହୁତ ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ମିଥ୍ୟା ଅଭିଯୋଗକୁ ବୁଝି ନ ପାରି ନିଜ ଲୋକମାନଙ୍କ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଅଭିଳଷିତ ଫଳ ପାଇ ଖୁସୀ ହେବେ। ଗୃହସୀମାକୁ କେନ୍ଦ୍ରକରି ବିବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ଆଶୁ ସମାଧାନ ହୋଇଯିବ। ପରକଥାରେ ପଡ଼ି ଭୂଲ୍‌ ମାର୍ଗର ଅନୁସରଣ କରିବା ହେତୁ ଅନୁତାପ କରିବାକୁ ପଡ଼ିପାରେ।
କନ୍ୟା
ନିଜର ଚତୁଃପାର୍ଶ୍ୱରେ ଘଟି ଯାଉଥିବା ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ପରିବାରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବେ। ଗୁରୁଜନଙ୍କଠାରୁ ପରାମର୍ଶ ପାଇ ଖୁସି ହେବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ଆବଶ୍ୟକତା ଉପଲବ୍ଧତ୍ କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
ବନ୍ଧୁ ଗହଣରେ ସତ୍ୟ କହି ଅପ୍ରିୟ ହୋଇପାରନ୍ତି। କିନ୍ତୁ ଅନୁରାଧା ନକ୍ଷତ୍ର ଠିକ୍‌ ଓଲଟାଫଳସ୍ବରୂପ କାମ ହାସଲ କରିବା ସକାଶେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ, କିନ୍ତୁ ସହଯୋଗ ପାଇବେନାହିଁ। ଅନିୟମିତ ଆହାର ଯୋଗୁଁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଶାସ୍ତ୍ରାଧ୍ୟୟନ,ସାହିତ୍ୟ ଚର୍ଚ୍ଚା ଓ ସତ୍‌ସଙ୍ଗ, ସଭାସମିତି, ବିତର୍କରେ ଅଂଶଗ୍ରହଣ କରି ପ୍ରଶଂସିତ ହେବେ। ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ମକର
ମକର
ଶନିଙ୍କ ନିଜ ରାଶି ପ୍ରତି ଦୃଷ୍ଟି ସ୍ବାସ୍ଥ୍ୟପାଇଁ ଅନୁକୂଳ। ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନ ପାରେ। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ହେବ। ମହିଳାମାନେ ଆର୍ଥିକ ଅଭାବ ଅନଟନ ହେତୁ ମନମାରି ରହିପାରନ୍ତି।
କୁମ୍ଭ
କୁମ୍ଭ
କେତୁଙ୍କ ଦ୍ୱିତୀୟଭାବାରୋହଣ ସମସ୍ୟାର କାରଣ ହୋଇପାରେ। ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମ ଠିକ୍‌ ଠିକ୍‌ ହୋଇଯିବ। କୌଣସି ସମସ୍ୟାର ଆଶଙ୍କା କରି ଅସୁବିଧା ନ ଥିଲେ ମଧ୍ୟ ମନ ଅସ୍ଥିର ରହିବ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବିଚଳିତ ହେବେ। ମହିଳାମାନେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମୀନମୀନ
କୌଣସି କାମରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ଅତୀତ ଘଟଣା ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିପାରେ। ଅର୍ଥ ଲାଭ, କଳା, ସାହିତ୍ୟ, ଆଲୋଚନା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri