Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ
ଶାରୀରିକ ସମସ୍ୟା ଯୋଗୁ ଦିନଚର୍ଯ୍ୟା ଭଲ ନ ହୋଇପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟଣାଓଟରା ଭିତିରେ ପାଇବେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ମିଳିବ। ପଡ଼ୋଶୀଙ୍କ ସାହାଯ୍ୟରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାର ଆଶା ରହିଛି।
ବୃଷ
ବୃଷ
ସ୍ବାସ୍ଥ୍ୟ ପୂର୍ବଭଳି ରହିଲେ ମଧ୍ୟ ସାମୟିକ ଦୁର୍ବଳତା କାର୍ଯ୍ୟକ୍ଷେତ୍ରକୁ ମନ୍ଥର କରିପାରେ। ଆପଣଙ୍କ କାର୍ଯ୍ୟାବଳୀର ଖୁବ୍‌ ପ୍ରଶଂସା କରି ପଦସ୍ଥ ବ୍ୟକ୍ତିବିଶେଷ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବାକୁ ସରକାରୀ ଆଦେଶପତ୍ର ମିଳିପାରେ। ସାମାଜିକ ସ୍ତରରେ ଅର୍ଥ ଓ ସମ୍ମାନ ପାଇବେ।
ମିଥୁନ
ମିଥୁନ
ଫାଇଲ୍‌ କାମ ବୃଦ୍ଧି କାରଣରୁ ଆଜି ଘରକଥା ବୁଝିବା ପାଇଁ ମଧ୍ୟ ସମୟ ପାଇବେ ନାହିଁ। ସାମାଜିକ ସ୍ତରରେ ବନ୍ଧୁବର୍ଗଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ସାମୟିକଭାବରେ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି। ଆପୋସ ଆଲୋଚନା ଜରିଆରେ ହୃତ ସମ୍ପର୍କ ପୁନଃ ପ୍ରତିଷ୍ଠା ହୋଇପାରେ।
କର୍କଟ
କର୍କଟ
ଆାଜି ସକାଳୁ ସକାଳୁ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ମିଥ୍ୟା ଅଭିଯୋଗକୁ ବୁଝି ନ ପାରି ନିଜଲୋକଙ୍କ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଅନିୟମିତ ଭୋଜନ କାରଣରୁ ପେଟ ଗୋଳମାଳ ଦେଖାଦେଇ ପାରେ। କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ।
ସି˚ହ
ସି˚ହ
ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଅଭିଳଷିତ ଫଳ ପାଇ ଖୁସି ହେବେ। ଅପରାହ୍ନରେ ଗୃହସୀମାକୁ କେନ୍ଦ୍ରକରି ବିବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ଆଶୁ ସମାଧାନ ହୋଇଯିବ। ପରକଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
କନ୍ୟା
ଚତୁଃପାର୍ଶ୍ୱରେ ଘଟିଯାଉଥିବା ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ପରିବାରର ବରାଦ ଅନନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବେ। ଗୁରୁଜନଙ୍କଠାରୁ ପରାମର୍ଶ ପାଇ ଖୁସି ହେବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ପରିସ୍ଥିତି ପ୍ରତି ଲକ୍ଷ୍ୟ କରି କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ଆବଶ୍ୟକତା ଉପଲବ୍ଧି କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଆଜି କାମ ହାସଲ କରିବା ସକାଶେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବେନାହିଁ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। କେତେକ ନୂତନ କାମର ପରିକଳ୍ପନା କରି ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ। ଶାସ୍ତ୍ରାଧ୍ୟୟନ, ସାହିତ୍ୟ ଚର୍ଚ୍ଚା ଓ ସତ୍‌ସଙ୍ଗ, ସଭାସମିତି, ବିତର୍କରେ ଅଂଶଗ୍ରହଣ କରି ପ୍ରଶଂସିତ ହେବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
ମକର
ମକର
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହି ନ ପାରେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ଖୁସି ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ହେବ। ସଭାସମିତିକୁ ନିମନ୍ତ୍ରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ଠିକ୍‌ ହୋଇଯିବ। କୌଣସି ସମସ୍ୟାର ଆଶଙ୍କା କରି ଅସୁବିଧା ନ ଥିଲେ ମଧ୍ୟ ମନ ଅସ୍ଥିର ରହିବ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଫେରିବା ବାଟରେ ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବିଚଳିତ ବୋଧ କରିପାରନ୍ତି।
ମୀନମୀନ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ବହୁତ ଭଲ ହେବ। ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟକ୍ରମ, କଳା, ସାହିତ୍ୟ, ଆଲୋଚନା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri