Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର କ୍ଷେତ୍ରରେ ମଙ୍ଗଳଙ୍କ ସ୍ଥିତି ପାରିବାରିକ ଜୀବନକୁ ଚିନ୍ତାଶୀଳ କରାଇବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ, ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ମିଳିପାରେ।
ବୃଷ
ବୃଷ
ବକ୍ରୀ ବୃହସ୍ପତି ରାଶିରେ ରହିଥିବାରୁ ଅଟକି ରହିଥିବା ପ୍ରାପ୍ୟ ସହଜରେ ପାଇପାରିବେ। ସ୍ବାସ୍ଥ୍ୟ ପୂର୍ବଭଳି ରହିଲେ ମଧ୍ୟ ଦୁର୍ବଳତା କାର୍ଯ୍ୟକ୍ଷେତ୍ରକୁ ମନ୍ଥର କରିବ। ଆପଣଙ୍କ କାର୍ଯ୍ୟାବଳୀର ପ୍ରଶଂସା କରି ପଦସ୍ଥ ବ୍ୟକ୍ତି ଗୁରୁଦାୟିତ୍ୱ ବହନ କରିବାକୁ ଅନୁରୋଧ କରିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନରେ ଆଶାଜନକ ସୁଫଳ ପାଇବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ରାହୁ କର୍ମଜଞ୍ଜାଳ ବୃଦ୍ଧିଜନିତ ଆଜି ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ସାମାଜିକ ସ୍ତରରେ ବନ୍ଧୁବର୍ଗଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପାରିବାରିକ ସମସ୍ୟାର ସରଳ ସମାଧାନ ହେଲେ ମଧ୍ୟ ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି।
କର୍କଟ
କର୍କଟ
ଆଜି ଶୁକ୍ରଙ୍କ ରାଶ୍ୟାବଲୋକନରୁ ସକାଳୁ ଅଫିସ୍‌ରୁ କୌଣସି ଖବର ପାଇ ଖୁସି ହେବେ। ପ୍ରତିଶ୍ରୁତି ଦେଇ ଶେଷ ସମୟରେ ବନ୍ଧୁ ଅବିଶ୍ୱାସ କାମ କରିପାରନ୍ତି। ଶିଳ୍ପ, ବାଣିଜ୍ୟରେ ଲକ୍ଷ୍ୟ ହାସଲ କରିବେ, କିନ୍ତୁ ବହୁତ ଶ୍ରମ ସ୍ବୀକାର କରିବାକୁ ପଡ଼ିବ। ଅନିୟମିତ ଭୋଜନ କାରଣରୁ ପେଟ ଗୋଳମାଳ ଦେଖାଦେଇପାରେ।
ସି˚ହ
ସି˚ହ
କୋଣଭାବସ୍ଥ ଗ୍ରହଙ୍କ ସୁପ୍ରଭାବରୁ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗରୁ ଅଭିଳଷିତ ଫଳ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ନିର୍ମାଣ ଓ ପ୍ରଶାନକିକ ସ୍ତରରେ ସମସ୍ୟାର ଆଶୁ ସମାଧାନ ହୋଇଯିବ। ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କଲେ ଅନୁତାପ କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବାର ସୂଚନା ରହିଛି।
କନ୍ୟା
କେନ୍ଦ୍ର ଓ କୋଣସ୍ଥ ଗ୍ରହଜନିତ ନିଜର ଚତୁଃପାର୍ଶ୍ୱରେ ଘଟି ଯାଉଥିବା ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ପରିବାରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବେ। ବିବାଦୀୟ ପରିବେଶରେ ଗୁରୁଜନଙ୍କଠାରୁ ପରାମର୍ଶ ପାଇ ଖୁସି ହେବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ଦ୍ୱାଦଶସ୍ଥ କେତୁ ହେତୁ ପରିସ୍ଥିତି ପ୍ରତି ଲକ୍ଷ୍ୟ କରି ନୀରବ ରହିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଆବଶ୍ୟକତା ଉପଲବ୍ଧି କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଚନ୍ଦ୍ର କ୍ଷେତ୍ରରେ ରାଶ୍ୟାଧିପତି ଥିବାରୁ କାମ ହାସଲ ସକାଶେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ହିତୈଷୀଙ୍କ ସହଯୋଗରୁ ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିପାରନ୍ତି। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ, କିନ୍ତୁ ସହଯୋଗ ପାଇବେ ନାହିଁ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଶାସ୍ତ୍ରାଧ୍ୟୟନ, ସାହିତ୍ୟ ଚର୍ଚ୍ଚା ଓ ସତ୍‌ସଙ୍ଗ, ସଭାସମିତି, ବିତର୍କରେ ଅଂଶଗ୍ରହଣ କରି ପ୍ରଶଂସିତ ହେବେ। ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ମତାନ୍ତର ଜନିତ ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ମକର
ମକର
ଶୁକ୍ର ରାଶିରେ ଅବସ୍ଥାନ କରିଥିବାରୁ ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହି ନ ପାରେ। କର୍ମକ୍ଷେତ୍ରରେ, ବନ୍ଧୁ ମେଳରେ ରହିବାର ସୁଯୋଗ ପାଇବେ ଏବଂ କାମ ହାସଲ କରିବେ। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ହେବ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ସହ ପୂର୍ବାଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ ଠିକ୍‌ ହୋଇଯିବ। କୌଣସି ସମସ୍ୟାର ଆଶଙ୍କା କରି ଅସୁବିଧା ନ ଥିଲେ ମଧ୍ୟ ମନ ଅସ୍ଥିର ରହିପାରେ। ଫେରିବା ବାଟରେ ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବିଚଳିତ ହେବେ। ରାଜନୈତିକ ସ୍ତରରେ ଅଥବା ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
ମୀନମୀନ

ଯେକୌଣସି କାମରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ବହୁତ ଭଲ ହେବ। ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ତଥାପି ଅର୍ଥ ଲାଭ, କଳା, ସାହିତ୍ୟ, ଆଲୋଚନା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri