Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୨୨ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କାମ ଯଥା ସମୟରେ ସମ୍ପନ୍ନ ହେବ କିନ୍ତୁ ଆପଣ ଅଯଥା ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ। କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।
ବୃଷ
ବୃଷ
କର୍ମାରମ୍ଭରୁ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସ୍ବତନ୍ତ୍ରଭାବରେ ଆହୂତ ହୋଇ ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ମିଥୁନ
ମିଥୁନ
ସହକର୍ମୀମାନେ ଜାଣିଶୁଣି ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ। ପାରିବାରିକ ଦ୍ୱନ୍ଦ୍ୱ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ପାଖରେ ନ ଥିବା ଜିନିଷଟି ପାଇବା ସକାଶେ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ଆଜି ଦୂରସ୍ଥ କର୍ମକ୍ଷେତ୍ରରୁ ପ୍ରତ୍ୟାବର୍ତ୍ତନ ପଥରେ କଷ୍ଟ ସ୍ବୀକାର କରିବେ। ନିରଳସ କର୍ମଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଧାରଣ କଥାରେ ଉଚ୍ଚବାଚ ହେତୁ ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି।
ସି˚ହ
ସି˚ହ
ଦୀର୍ଘଦିନରୁ ଅଟକି ରହିଥିବା କାମଟି ବନ୍ଧୁଙ୍କ ହସ୍ତକ୍ଷେପରୁ ସାଧିତ ହୋଇପାରିବ। କାର୍ଯ୍ୟହାସଲ ସକାଶେ ଦିନ ମଧ୍ୟରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବ କରିବେ। ଅବଶ୍ୟ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପୂର୍ବାଫାଲଗୁନୀ ନକ୍ଷତ୍ର ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
କନ୍ୟା
ଆଜିର କର୍ମକ୍ଷେତ୍ରରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବାରମ୍ବାର କାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯିବ। ବ୍ୟବସାୟରେ ସମସ୍ୟା ଗୁରୁତର ଆକାର ଧାରଣ କରିବାର ସୂଚନା ରହିଛି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।
ତୁଳା
ତୁଳା
ବିଗତ ଦିନରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍‌ ସମାଧାନ ହେବ। ମାଙ୍ଗଳିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବାଧ୍ୟ ବାଧକତାରେ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ହାତକୁ ନେଇଥିବା ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ବିଛା
ବିଛା
କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ସାହିତ୍ୟ ଓ ସଂଗୀତରେ ସମ୍ବର୍ଦ୍ଧିତ ହେବା ସହ ସୁନାମ ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଅନୁରାଧା ନକ୍ଷତ୍ର ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ।
ଧନୁ
ଧନୁ
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କଚେରି ମାମଲାରେ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମକର
ମକର
ସାମାଜିକ କ୍ଷେତ୍ରରେ କଲ୍ୟାଣମୂଳକ କର୍ମ ସମ୍ପାଦନ କରି ସୁଫଳ ପ୍ରାପ୍ତି ହୋଇପାରେ। କଳା ସାହିତ୍ୟରେ ବିଗତ ଦିନର ସମସ୍ୟା ସମାଧାନ ହୋଇଯିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦ ମିଳିବ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ପରିସ୍ଥିତିବଶତଃ କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ପାଇଁ ବନ୍ଧୁମାନଙ୍କ ସାହାଯ୍ୟ ଦରକାର ପଡ଼ିପାରେ। ଶତଭିଷା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ମୀନମୀନ
ଆକସ୍ମିକ ଭାବରେ ଅନ୍ୟର କାମରେ ବାହାରକୁ ଯିବାକୁ ପଡ଼ିପାରେ। ଅତୀତ କଥାକୁ ନେଇ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ପୂର୍ବଭାଦ୍ରବ ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆପଣଙ୍କ କଠୋରକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ…

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?