Posted inRasifala

ରାଶିଫଳ: ଗୁରୁବାର, ଫେବୃଆରୀ ୨୨ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରର ସମସ୍ୟାକୁ ନେଇ ଭାବପ୍ରବଣତା ବଢ଼ିଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହେବ। ସଭାସମିତି, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିପାରେ। ଶିଳ୍ପ, ବ୍ୟବସାୟ, କ୍ରୀଡ଼ା, କଳା, ପ୍ରତିଯୋଗିତା କ୍ଷେତ୍ରରେ ପ୍ରତିଷ୍ଠା ଓ ସମ୍ମାନ୍‌ ପାଇ ଖୁସି ହେବେ।
ବୃଷ
ବୃଷ
ପରିବାର ସଦସ୍ୟଙ୍କ ଛଳନାପୂର୍ଣ୍ଣ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଉପରେ ନିର୍ଭରକରି କୌଣସି କାମ ହୋଇପାରିବ ନାହିଁ। ଦୀର୍ଘମିଆଦୀ ଯୋଜନା ସକାଶେ ପୁଞ୍ଜି ଲଗାଣ ନିମନ୍ତେ ଅର୍ଥ ଆବଶ୍ୟକ ହୋଇପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଓ ବିଶୃଙ୍ଖଳିତ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ମିଥୁନ
ମିଥୁନ
ପୁରୁଣା ରୋଗପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି। ମୂଲ୍ୟବାନ୍‌ ଜିନିଷ, ଘରୋଇ ଉପକରଣ, ନୂତନ ପୋଷାକ ପରିଚ୍ଛଦ ଆଜି କିଣିବା ସକାଶେ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ ଆରକ୍ଷୀ ସମ୍ବନ୍ଧିତ ସମସ୍ୟାର ସମାଧାନ ଆଶା କରାଯାଇପାରେ। ବିଭିନ୍ନ ସମସ୍ୟା ଭିତର ଦେଇ ଚଳୁଥିବା କାରଣରୁ ମାନସିକସ୍ତରରେ ଶାନ୍ତି ରହିବନି।
କର୍କଟ
କର୍କଟ
ବିବାଦୀୟ ଘଟଣାର କାରଣ ନ ବୁଝି ନିଜ ପରିବାରର ଲୋକମାନେ କ୍ରୋଧ ପ୍ରକାଶ କରିପାରନ୍ତି। ବ୍ୟବସାୟିକ ସ୍ଥିତି, ପରିବହନ, ଶେୟାର ବଜାର, ନିର୍ମାଣ, ଜମିଜମା ପ୍ରଭୃତିରୁ ସୁଫଳ ପାଇବେ। ଫେରିବା ବାଟରେ ଯାନ ବାହନରେ ତ୍ରୁଟି ହେତୁ ହଇରାଣ ହୋଇପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଭାସମିତିରେ ସମସ୍ୟା ସମାଧାନ ହୋଇଯିବ।
ସି˚ହ
ସି˚ହ
ହାତକୁ ନେଇଥିବା କାମଗୁଡ଼ିକ ସମସ୍ୟାବହୁଳ ହୋଇପଡୁଥିବାରୁ ସେହି କଥା ଚିନ୍ତାକରି ଆଜି ମନରୁ ସରସତା ଉଭେଇଯିବ। ପାଇବାର ହକ୍‌ ରହିଥିଲେ ସୁଦ୍ଧା ଅନ୍ୟମାନଙ୍କ ଅବହେଳାରୁ ତାହା ନ ପାଇ ବ୍ୟସ୍ତତା ପ୍ରକାଶ କରିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରି ସଫଳ ହେବେ।
କନ୍ୟା
ପରିସ୍ଥିତିକୁ ସୁଧାରିନେବେ କିନ୍ତୁ ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ। ଆଲୋଚନା ପରିସରରେ ସଫଳତା ମିଳିବା କଷ୍ଟକର। ଆର୍ଥତ୍କ ଦିଗରୁ ସେପରି କିଛି ଅସୁବିଧା ନ ହେଲେ ମଧ୍ୟ ଖର୍ଚ୍ଚ ବୃଦ୍ଧି ପାଇବ। ହୋଟେଲ, ଛୋଟ ଦୋକାନ, ଢାବା, ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ଆଜିର ସାୟଂକାଳୀନ ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସନୀୟ କାମ କରି ବୁଦ୍ଧିଜୀବୀଙ୍କ ଦୃଷ୍ଟି ଆକର୍ଷଣ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ସଫଳତା ମିଳିବ।
ବିଛା
ବିଛା
ଅକସ୍ମାତ୍‌ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ପଡ଼ୋଶୀଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟ, ପରିବହନ, ସଭାସମିତି, ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାଜନକ ଫଳ ମିଳିବ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସମସ୍ୟାର ସମ୍ମୁଖୀନ ହେବେ।
ଧନୁ
ଧନୁ
ଆଜି କୌଣସି କଥାକୁ ନ ବୁଝି ନ ଶୁଝି ପରିବାର ସଦସ୍ୟଙ୍କ ଉପରେ ବିରକ୍ତ ହୁଅନ୍ତୁ ନାହିଁ। ବୁଝାମଣା ଅଭାବରୁ କିଛି ଭୁଲ୍‌ ନ କରି ମଧ୍ୟ ଦୋଷୀଭଳି ନୀରବ ରହିବାକୁ ବାଧ୍ୟହେବେ। କେତେକ ନୂତନ କାମର ଯୋଜନା ଓ ପରିକଳ୍ପନା କରି କାମକୁ ବଢ଼ାଇ ନେଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପରିବାରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ସାମାଜିକ ସ୍ତରରେ ଛୋଟକଥାକୁ ବଡ଼ ଆକାରରେ ଚିନ୍ତାକରି ମାନସିକ ସ୍ଥିତି ବିଗିଡ଼ି ଯାଇପାରେ। ଜଣେ ବନ୍ଧୁଙ୍କ କ୍ରୂର ବ୍ୟବହାରକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ଉପରେ ବୃଥା ସନ୍ଦେହକରି ସୁବିଧା ସୁଯୋଗକୁ ହରାଇବେ। ପାରିବାରିକ ଶାନ୍ତି ଓ ସୁସ୍ଥତା ସାମାନ୍ୟ ବ୍ୟତିକ୍ରମ ଭିତର ଦେଇ ରହିବ। କଚେରି ମାମଲା, କିମ୍ବା ଜମିଜମା ସମସ୍ୟା ଜଟିଳ ହେଲେ ମଧ୍ୟ ସମାଧାନ ହେବାରେ ବିଶେଷ ଡେରି ହେବନାହିଁ। ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ ଅର୍ଥ ଓ ସମ୍ମାନର ଅଭାବ ରହିବ ନାହିଁ।
ମୀନମୀନ

ଆଜିର ସଭାସମତି କିମ୍ବା ଆନୁଷ୍ଠାନିକ କାମରେ ସମ୍ମାନ୍‌ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରସ୍ପରିକ ଯୁକ୍ତିତର୍କ ମଧ୍ୟରେ ଘର ଭିତରେ ଛୋଟ କଥାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। ଋଣ ପରିଶୋଧ କରିବା ସକାଶେ ପ୍ରବଳ ଚାପର ସମ୍ମୁଖୀନ ହୋଇପାରନ୍ତି। ପାରିପାର୍ଶ୍ୱିକ ସମସ୍ୟା ସୁଧାରିବାରେ କେତେକାଂଶରେ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri