Posted inRasifala

ରାଶିଫଳ: ଶନିବାର, ଜାନୁୟାରୀ ୨୨ ତାରିଖ – Daily Horoscope

ମେଷ
ତର୍କବିତର୍କ କାରଣରୁ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। କିନ୍ତୁ ବନ୍ଧୁଙ୍କ କାମରେ ଠିକ୍‌ ପରାମର୍ଶ ଦେଇ ଅନ୍ୟମାନଙ୍କ ପ୍ରଶଂସାର ପାତ୍ର ହେବେ। ବାଧ୍ୟବାଧକତାରେ ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ଅର୍ଥପ୍ରାପ୍ତିରେ ବିବାଦ ଦେଖାଦେବ।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ସ୍ତ୍ରୀ ସମ୍ପର୍କରେ ଉନ୍ନତ ଫଳ ପାଇବେ। କର୍ମକ୍ଷେତ୍ରରେ ବେପରୁଆ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପରିବାରରେ ମଧ୍ୟ ଇଚ୍ଛା ନ ଥାଇ କେତେକ କାମ କରିବାକୁ ପଡ଼ିବ। ଅଫିସ୍‌ କାମରେ ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ପାରିବାରିକ ସ୍ତରରେ ଅଭାବ ଅସୁବିଧା ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ସଙ୍ଗକୁ ସମସ୍ୟାରେ ମଧ୍ୟ ବ୍ୟସ୍ତତା ପ୍ରକାଶ କରିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବା ସହ ବୁଦ୍ଧିଜୀବୀଙ୍କ ପ୍ରଶଂସାର ପାତ୍ର ହେବେ। ସାମୂହିକ କାମରେ ନୀଚ୍ଚ ଜାତିର ବ୍ୟକ୍ତିଙ୍କ ସହ କଳହ ଲାଗିପାରେ।
କର୍କଟ
କର୍କଟ
ଦିନଟିରେ କିଛି ସୁବିଧା ସଙ୍ଗକୁ କିଛି ଅସୁବିଧା ରହିଥିବାରୁ ମାନସିକ ଦ୍ୱନ୍ଦ୍ୱ ଦେଇ ଗତି କରିବେ। ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ଫାଇଲ୍‌ କାମରେ ଅଧିକ ସମୟ ବିନିଯୋଗ କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବା ସହ ଆଜିର ନୂତନ କର୍ମାରମ୍ଭ ପ୍ରୀତିପ୍ରଦ ହେବ।
ସି˚ହ
ସି˚ହ
ପ୍ରତ୍ୟେକ କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ପାରିବାରିକ ସ୍ତରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ବନ୍ଧୁମାନଙ୍କ ମନ ଧରିଲା ଭଳି କଥା କହି ଶତ୍ରୁଠାରୁ କାମ ହାସଲ କରିନେବେ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
କନ୍ୟା
କୌଣସି ବନ୍ଧୁ ଅଯାଚିତ ଭାବରେ ଆର୍ଥିକ ସମସ୍ୟାକୁ ସୁଧାରି ନେବେ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଚିନ୍ତା କରିଥିବା କାମଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି, ଯାହା କି ଅଶାନ୍ତିର କାରଣ ହୋଇପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନାହିଁ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ମନରେ ଆଶଙ୍କା ସୃଷ୍ଟି ହେବାର ରହିଛି। କାର୍ଯ୍ୟବ୍ୟସ୍ତ ଯୋଗୁ ନିଜ କାମ କରିବା ସକାଶେ ସୁଅବସର ପାଇବେ ନାହିଁ। ପାରିବାରିକ ସମସ୍ୟା ବଡ଼ ଚିନ୍ତାର କାରଣ ହେବ।
ବିଛା
ବିଛା
କର୍ମକ୍ଷେତ୍ରରେ ପରିସ୍ଥିତି ବିଗିଡ଼ି ଯାଉଥିବାରୁ ମନସ୍ତାପ ମଧ୍ୟରେ ଗତି କରିବାକୁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସତର୍କରେ ନ ଚଳିଲେ ମିଥ୍ୟାପବାଦରେ ନିନ୍ଦିତ ହୋଇପାରନ୍ତି। ଅଭାବ ପୂରଣ ପରିପ୍ର୍ରେକ୍ଷୀରେ ଋଣ ସୂତ୍ରରେ ଅର୍ଥଲାଭ କରିବାକୁ ବାଧ୍ୟହେବେ। ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।
ଧନୁ
ଧନୁ
ଅଭିଳାଷ ପୂରଣ କରିବା ଦିଗରେ ଅନୁକୂଳ ପରିବେଶ ସୃଷ୍ଟି ହେବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଅପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରି ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି। ଅଜଣା ଜାଗାରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇପାରେ।
ମକର
ମକର
ମନକଥା ମନରେ ରଖି ଲକ୍ଷ୍ୟ ହାସଲ ଦିଗରେ ଚେଷ୍ଟା କଲେ ଉପକୃତ ହେବେ। ବନ୍ଧୁମାନଙ୍କ ସହାୟତାରେ ଅର୍ଥ ସଂଗ୍ରହ ଅଭିଯାନ ଜାରି ରଖିଲେ ସଫଳତା ପାଇପାରନ୍ତି । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପ୍ରତିଦାନ ସ୍ବରୂପ ଭ୍ରାତୃପ୍ରୀତି ମିଳିପାରେ, ଯାହା କି ସହଯୋଗ ରୂପେ ପ୍ରାପ୍ତ ହେବ।
କୁମ୍ଭ
କୁମ୍ଭ
ଶାରୀରିକ ସୁସ୍ଥତା ସଙ୍ଗକୁ ମାନସିକ ସ୍ଥିରତା ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପ୍ରଦାନ କରିବ। ଅଧିକ ଆଶା କରି ନିରାଶ ହୋଇପାରନ୍ତି। ପାରିବାରିକ ସମସ୍ୟା ବିଷୟ କ୍ଷେତ୍ରରେ ସ୍ତ୍ରୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାର ପୁନର୍ବିଚାର କରିବା ଭଲ ହେବ। ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଦୁଃଖ ଜଣାନ୍ତୁ; ଉପକୃତ ହେବେ।
ମୀନମୀନ
ଆପଣ ଯାହା ଚିନ୍ତା କରୁଛନ୍ତି ତାହା ଅବଶ୍ୟ ସୁବିଧାରେ ହୋଇଯିବ। ଏଜେନ୍ସି, ସାହିତ୍ୟ ଚର୍ଚ୍ଚା, ସଭାସମିତି, ମାଙ୍ଗଳିକ କାମ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ପରୋକ୍ଷ ଶତ୍ରୁତା କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ଆପଣଙ୍କ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ନିନ୍ଦା ରଟନା କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri