Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ଷଷ୍ଠାଧିପଙ୍କ ନକ୍ଷତ୍ରରେ ରହିଥିବାରୁ ବିବାଦୀୟ ପରିସ୍ଥିତି ସୃଷ୍ଟି କରି ମନକୁ ବିଭ୍ରାନ୍ତ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା,ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ରହିଯାଇଥିବା ଘରର କେତେକ କାମକୁ ଶୀଘ୍ର ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି। କ୍ରୀଡ଼ା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସିରହିବ।
ବୃଷ
ବୃଷ
ଧନାଧିପ ସ୍ବଗୃହସ୍ଥ ଯୋଗୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ବନ୍ଧୁଙ୍କ ନିକଟରୁ ଅର୍ଥ ଲାଭକରି ଖୁସି ହେବେ। ଗୁରୁବର୍ଗ କିମ୍ବା ଉପରିସ୍ଥ କର୍ମଚାରୀଙ୍କ ନିକଟରୁ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ପ୍ରଶାସନିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ କାର୍ଯ୍ୟ ମନ୍ଥର ହେବ।
ମିଥୁନ
ମିଥୁନ
ବୁଧଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟ ଭଲ ରହିବା ସହ ବନ୍ଧୁବର୍ଗଙ୍କ ଆଦରଣୀୟ ହେବେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ରହିପାରନ୍ତି। ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଅଫିସ୍‌ କାମରେ ସହକର୍ମୀମାନେ କୌଶଳରେ କାର୍ଯ୍ୟ ହାସଲ କରିନେବେ।
କର୍କଟ
କର୍କଟ
କେତୁଙ୍କ କୁପ୍ରଭାବରୁ ଆପଣଙ୍କ ନିଷ୍ପତ୍ତି ଓ ବିଚାରଧାରା ଠିକ୍‌ ରହି ନ ପାରେ। କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହିବା ସାଙ୍ଗକୁ ଏକ ମାମୁଲି ଘଟଣାରେ ଉଚ୍ଚବାଚର ଆଶଙ୍କା ରହିଛି। ଅପରାହ୍ନରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁଙ୍କ ସକ୍ରିୟତା ବୃଦ୍ଧିପାଇବା ହେତୁ ବ୍ୟସ୍ତ ରହିପାରନ୍ତି।
ସି˚ହ
ସି˚ହ
ଲାଭ ସ୍ଥାନରେ ଧନର ମାଲିକ ବୁଧ ଥିବାରୁ ଆଜି ବନ୍ଧୁଙ୍କ ସହାୟତାରେ ଅର୍ଥଲାଭ ଘଟିବ। କିନ୍ତୁ ପରିସ୍ଥିତିରେ ପଡି ଇଚ୍ଛା ନଥାଇ ମଧ୍ୟ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ। ପାରିବାରିକ ସମସ୍ୟା ସୁଧାରିବାକୁ ଯାଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ବୁଧଙ୍କ ଦୃଷ୍ଟିରେ ଚନ୍ଦ୍ର ହେତୁ ବାକ୍‌ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ପରୋକ୍ଷ ଶତ୍ରୁତା ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଅଫିସ୍‌ କାମରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ସ୍ବଗୃହୀ ଶନି ହେତୁ ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
ବିଛା
ବିଛା
କର୍ମଭାବସ୍ଥ ଶୁକ୍ର ହେତୁ ପ୍ରତ୍ୟୁଷ ଯାତ୍ରାରେ ସଫଳତା ନିଶ୍ଚିତ ମିଳିବ। କିନ୍ତୁ ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ଥତା ଦୂର ହୋଇଯିବ। କଳା, ସାହିତ୍ୟ, ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରେ। ସପ୍ତମସ୍ଥ ବୁଧଙ୍କ ଯୋଗୁ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ, କିନ୍ତୁ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ। ଭୁଲ୍‌ ବୁଝାମଣା କାରଣରୁ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ସୃଷ୍ଟି କରିପାରନ୍ତି।
ମକର
ମକର
ଅଷ୍ଟମସ୍ଥ ଶୁକ୍ର ହେତୁ ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ। ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ସାମାଜିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଶୁକ୍ରମଙ୍ଗଳ ଯୋଗ ପ୍ରଭାବରୁ ବନ୍ଧୁଙ୍କ ସହଯୋଗରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। କେତେକ କ୍ଷେତ୍ରରେ ସବୁ ଜାଣି ଶୁଣି ନୀରବଦ୍ରଷ୍ଟା ଭଳି କାମ କରିବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ମୀନମୀନ
କେନ୍ଦ୍ରସ୍ଥ ବୁଧ ହେତୁ ବୁଦ୍ଧିମତ୍ତାର ପରିଚୟ ଦେଇ ଅନ୍ୟକୁ ଆପଣାର କରିବା ସକାଶେ କୌଶଳ ପ୍ରୟୋଗ କରି ପାରନ୍ତି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri