Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ଷଷ୍ଠାଧିପଙ୍କ ନକ୍ଷତ୍ରରେ ରହିଥିବାରୁ ବିବାଦୀୟ ପରିସ୍ଥିତି ସୃଷ୍ଟି କରି ମନକୁ ବିଭ୍ରାନ୍ତ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା,ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ରହିଯାଇଥିବା ଘରର କେତେକ କାମକୁ ଶୀଘ୍ର ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି। କ୍ରୀଡ଼ା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସିରହିବ।
ବୃଷ
ବୃଷ
ଧନାଧିପ ସ୍ବଗୃହସ୍ଥ ଯୋଗୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ବନ୍ଧୁଙ୍କ ନିକଟରୁ ଅର୍ଥ ଲାଭକରି ଖୁସି ହେବେ। ଗୁରୁବର୍ଗ କିମ୍ବା ଉପରିସ୍ଥ କର୍ମଚାରୀଙ୍କ ନିକଟରୁ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ପ୍ରଶାସନିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ କାର୍ଯ୍ୟ ମନ୍ଥର ହେବ।
ମିଥୁନ
ମିଥୁନ
ବୁଧଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟ ଭଲ ରହିବା ସହ ବନ୍ଧୁବର୍ଗଙ୍କ ଆଦରଣୀୟ ହେବେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ରହିପାରନ୍ତି। ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଅଫିସ୍‌ କାମରେ ସହକର୍ମୀମାନେ କୌଶଳରେ କାର୍ଯ୍ୟ ହାସଲ କରିନେବେ।
କର୍କଟ
କର୍କଟ
କେତୁଙ୍କ କୁପ୍ରଭାବରୁ ଆପଣଙ୍କ ନିଷ୍ପତ୍ତି ଓ ବିଚାରଧାରା ଠିକ୍‌ ରହି ନ ପାରେ। କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହିବା ସାଙ୍ଗକୁ ଏକ ମାମୁଲି ଘଟଣାରେ ଉଚ୍ଚବାଚର ଆଶଙ୍କା ରହିଛି। ଅପରାହ୍ନରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁଙ୍କ ସକ୍ରିୟତା ବୃଦ୍ଧିପାଇବା ହେତୁ ବ୍ୟସ୍ତ ରହିପାରନ୍ତି।
ସି˚ହ
ସି˚ହ
ଲାଭ ସ୍ଥାନରେ ଧନର ମାଲିକ ବୁଧ ଥିବାରୁ ଆଜି ବନ୍ଧୁଙ୍କ ସହାୟତାରେ ଅର୍ଥଲାଭ ଘଟିବ। କିନ୍ତୁ ପରିସ୍ଥିତିରେ ପଡି ଇଚ୍ଛା ନଥାଇ ମଧ୍ୟ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ। ପାରିବାରିକ ସମସ୍ୟା ସୁଧାରିବାକୁ ଯାଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ବୁଧଙ୍କ ଦୃଷ୍ଟିରେ ଚନ୍ଦ୍ର ହେତୁ ବାକ୍‌ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ପରୋକ୍ଷ ଶତ୍ରୁତା ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଅଫିସ୍‌ କାମରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ସ୍ବଗୃହୀ ଶନି ହେତୁ ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
ବିଛା
ବିଛା
କର୍ମଭାବସ୍ଥ ଶୁକ୍ର ହେତୁ ପ୍ରତ୍ୟୁଷ ଯାତ୍ରାରେ ସଫଳତା ନିଶ୍ଚିତ ମିଳିବ। କିନ୍ତୁ ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ଥତା ଦୂର ହୋଇଯିବ। କଳା, ସାହିତ୍ୟ, ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରେ। ସପ୍ତମସ୍ଥ ବୁଧଙ୍କ ଯୋଗୁ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ, କିନ୍ତୁ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ। ଭୁଲ୍‌ ବୁଝାମଣା କାରଣରୁ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ସୃଷ୍ଟି କରିପାରନ୍ତି।
ମକର
ମକର
ଅଷ୍ଟମସ୍ଥ ଶୁକ୍ର ହେତୁ ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ। ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ସାମାଜିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଶୁକ୍ରମଙ୍ଗଳ ଯୋଗ ପ୍ରଭାବରୁ ବନ୍ଧୁଙ୍କ ସହଯୋଗରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। କେତେକ କ୍ଷେତ୍ରରେ ସବୁ ଜାଣି ଶୁଣି ନୀରବଦ୍ରଷ୍ଟା ଭଳି କାମ କରିବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ମୀନମୀନ
କେନ୍ଦ୍ରସ୍ଥ ବୁଧ ହେତୁ ବୁଦ୍ଧିମତ୍ତାର ପରିଚୟ ଦେଇ ଅନ୍ୟକୁ ଆପଣାର କରିବା ସକାଶେ କୌଶଳ ପ୍ରୟୋଗ କରି ପାରନ୍ତି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri