Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୨ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ସଦ୍‌ଭାବ ଓ ସମ୍ପର୍କୀୟଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ପାଇ ଖୁସି ହେବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଏବଂ ପରିବହନରେ ମଧ୍ୟ ଉନ୍ନତି କରିବେ। କଠିନ ପରିଶ୍ରମ ଓ ଅନିଦ୍ରାଜନିତ ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି ।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ଘରୋଇ ଝମେଲା କାରଣରୁ ମନ ଭଲ ରହିବ ନାହିଁ। ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ପ୍ରତି ସ୍ନେହ ଶ୍ରଦ୍ଧାନୁରାଗୀ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯାଇପାରେ।
ମିଥୁନ
ମିଥୁନ
ଆଜି ସାମୟିକ ଅସୁବିଧା ମଧ୍ୟରେ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ବହୁତ ଦିନରୁ ଲାଗି ରହିଥିବା ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡି ବନ୍ଧୁମାନଙ୍କର କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ।
କର୍କଟ
କର୍କଟ
ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଏବଂ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ। ପରିବାର ବିଷୟରେ ଚିନ୍ତା ମନକୁ ବ୍ୟାକୁଳିତ କରିପାରେ।
ସି˚ହ
ସି˚ହ
ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ସଙ୍ଗକୁ ଅର୍ଥ ଓ ଦ୍ରବ୍ୟ ଲାଭ ହେବ। ପାରିବାରିକ ପରିସ୍ଥିତି ବିଶେଷ ଭଲ ନହେଲେ ମଧ୍ୟ ମନ୍ଦ ହେବନି। ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ। କ୍ରୀଡ଼ା , ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ବନ୍ଧୁ୍‌ ଗହଣରେ ସତ୍‌ସଙ୍ଗ, ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୂହିକ କାମରେ ତପତ୍ରତା ପ୍ରକାଶ କରିବେ। ଖଳ ଲୋକଙ୍କ କଥାରେ ପଡି ହଇରାଣ ହେବେ। ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ, କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ସହକର୍ମୀ ଅନାବଶ୍ୟକ ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିପାରେ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ଆଶାନୁରୂପ ସଫଳତା ପାଇବେ। ଆଜିର ଯାତ୍ରା ସମୟରେ ସତର୍କତା ଅଭାବରୁ ଧନହାନିର ଆଶଙ୍କା ରହିଛି। ସ୍ବାତୀ ନକ୍ଷତ୍ର ସକାଶେ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ଅଶାନ୍ତିର କାରଣ ପାଲଟିଯିବ। କ୍ରୋଧର ବଶବର୍ତ୍ତୀ ହୋଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଦ୍ରବ୍ୟ ନଷ୍ଟ କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି । ସାହିତ୍ୟ, ସାମ୍ବାଦିକତା, ରାଜନୀତି, ସଂଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ପାଖ ପଡ଼ୋଶୀଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ। ଘଟିଯାଇଥିବା ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତିମାନେ ବଢାଇ ଦେଇପାରନ୍ତି। ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତାରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରିବା ଭଲ ହେବ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଦୀର୍ଘ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ। ହଠାତ୍‌ ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ଜମିଜମା କିମ୍ବା ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି କରିବ। ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହେବ। ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri