Posted inRasifala

ରାଶିଫଳ: ବୁଧବାର, ଜୁନ୍ ୨୨ ତାରିଖ – Daily Horoscope

ମେଷ
ପାରିବାରିକ ସଦ୍‌ଭାବ ଓ ନିକଟ ସମ୍ପର୍କୀୟମାନଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ଭାବରୁ ମନକୁ ସାନ୍ତ୍ୱନା ମିଳିଯିବ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ମଧ୍ୟ ଉନ୍ନତି କରିବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
ବୃଷ
ବୃଷ
ବିଭିନ୍ନ ପ୍ରକାରର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ବାଣିଜ୍ୟ ଓ ବ୍ୟବସାୟ, ପରିବହନ, ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ପ୍ରତି ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯାଇପାରେ।
ମିଥୁନ
ମିଥୁନ
ସାମୟିକ ଅସୁବିଧା ମଧ୍ୟରେ ଅଟକି ରହିଥିବା କାମ ଗୁଡିକ ସୁବିଧାରେ ହୋଇଯିବ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। ଯାତ୍ରାରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ ଓ ସଫଳତା ମଧ୍ୟ ପାଇବେ। ସ୍ବାସ୍ଥ୍ୟସମସ୍ୟା କେତେକାଂଶରେ ନିୟନ୍ତ୍ରିତ ରହିବ।
କର୍କଟ
କର୍କଟ
ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ। ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଏବଂ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ। ପରିବାର ବିଷୟରେ କୌଣସି ଚିନ୍ତା ମନକୁ ବ୍ୟାକୁଳିତ କରିପାରେ।
ସି˚ହ
ସି˚ହ
ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ସଙ୍ଗକୁ ଅର୍ଥ ଓ ଦ୍ରବ୍ୟ ଲାଭ ହେବ। ପାରିବାରିକ ପରିସ୍ଥିତି ବିଶେଷ ଭଲ ନ ହେଲେ ମଧ୍ୟ ମନ୍ଦ ହେବନି। ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ। କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୂହିକ କାମରେ ତପତ୍ରତା ପ୍ରକାଶ କରିବେ। ଖଳ ଲୋକଙ୍କ କଥାରେ ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। କାମରେ ଅବହେଳା ଯୋଗୁ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ଆଶାନୁରୂପ ସଫଳତା ପାଇବେ। ଯାତ୍ରା ସମୟରେ ଧନହାନିର ଆଶଙ୍କାକୁ ଏଡ଼ି ହେବ ନାହିଁ। ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ଅର୍ଥଲାଭ ଓ ବନ୍ଧୁ ମିଳନ ଘଟିବ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ଅଶାନ୍ତିର କାରଣ ପାଲଟିଯିବ। କ୍ରୋଧର ବଶବର୍ତ୍ତୀ ହୋଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଂଗଠନରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ପରିବାର ଭିତରେ ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ପାଖ ପଡ଼ୋଶୀମାନଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ। କର୍ମକ୍ଷେତ୍ରର ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତିମାନେ ବଢାଇ ଦେଇପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରିବା ଭଲ ହେବ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି କାରବାର ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଦୀର୍ଘଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ସୁବିଧାରେ ପାଇଯିବେ। ହଠାତ୍‌ ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ ସକାଶେ ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି କରିବ। ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ କଷ୍ଟକର ହୋଇପଡ଼ିବ। ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri