Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୨୨ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ରର ବ୍ୟୟବୃଦ୍ଧି, ରୋଗପୀଡ଼ା ଓ ପରୋକ୍ଷ ଶତ୍ରୁତା ବିଷୟରେ ଚିନ୍ତିତ କରାଇବ। ନିକଟ ସମ୍ପର୍କୀୟଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ଭାବରୁ ମନକୁ ସାନ୍ତ୍ୱନା ମିଳିଯିବ। କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନରେ ମଧ୍ୟ ଉନ୍ନତି କରିବେ।
ବୃଷ
ବୃଷ
ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ବ୍ୟବସାୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯିବ। ରୋହିଣୀର ଦୂରସ୍ଥ ସନ୍ତାନ କିମ୍ବା ଆତ୍ମୀୟଙ୍କ ସକାଶେ ମନ ବିଚଳିତ ରହିବ।
ମିଥୁନ
ମିଥୁନ
ଅସୁବିଧା ମଧ୍ୟରେ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ, ଫଳରେ ମନ ଭାରାକ୍ରାନ୍ତ ରହିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। ପୁନର୍ବସୁ ନକ୍ଷତ୍ର ସାମାଜିକ ସ୍ତରରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର ସକାଶେ ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଶୁଭପ୍ରଦ। ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ନିର୍ମାଣ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ।
ସି˚ହ
ସି˚ହ
ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ସାଙ୍ଗକୁ ଅର୍ଥ ଓ ଦ୍ରବ୍ୟ ଲାଭ ହେବ। ଉତ୍ତରାଫାଲଗୁନୀ ନକ୍ଷତ୍ରର ପାରିବାରିକ ପରିସ୍ଥିତି ଭଲ ନ ହେଲେ ମଧ୍ୟ ମନ୍ଦ ହେବନି। ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ। କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ଶନିଙ୍କ ଶୁଭ ପ୍ରଭାବରୁ ସତ୍‌ସଙ୍ଗ, ଧାର୍ମିକ ବାତାବରଣ, ସାଙ୍ଗଠନିକ କାର୍ଯ୍ୟ କିମ୍ବା ସାମୂହିକ କାମରେ ତପତ୍ରତା ପ୍ରକାଶ କରିବେ। କିନ୍ତୁ ଚିତ୍ରା ନକ୍ଷତ୍ର ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବେ। ମାଲି ମକଦ୍ଦମା, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ,କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ଆପଣଙ୍କ ଉତ୍କୃଷ୍ଟ ବିଚାରଧାରା ଓ ଉନ୍ନତ କାର୍ଯ୍ୟଶୈଳୀରୁ ପ୍ରଶଂସିତ ହେବେ। କୌଣସି ମୂଲ୍ୟବାନ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି। ଭଲ ସମ୍ପର୍କ ନ ଥିବା କାରଣରୁ ସ୍ବାତୀନକ୍ଷତ୍ର କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ସଫଳତା ପାଇବେ।
ବିଛା
ବିଛା
ଅଭାବ ଅସୁବିଧା ନ ଥିଲେ ମଧ୍ୟ ଅସୁସ୍ଥ ମାନସିକତା ହେତୁ ଅଶାନ୍ତ ରହିବେ। ବିଶାଖା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା କାର୍ଯ୍ୟହାନିର କାରଣ ପାଲଟିଯିବ। ସାଧାରଣ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
ପାରଷ୍ପରିକ ଉତ୍ତମ ବୁଝାମଣା ଯୋଗୁ ପାରିବାରିକ ଜୀବନ ନିୟନ୍ତ୍ରଣ ମଧ୍ୟରେ ରହିବ। ପଡ଼ୋଶୀମାନଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ। ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତିମାନେ ବଢ଼ାଇଦେଇ ପାରନ୍ତି। ପୂର୍ବାଷାଢ଼ା ନକ୍ଷତ୍ରର ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କାରଣରୁ ମନରେ ସରସତା ରହିବ ନାହିଁ। ଧନିଷ୍ଠା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରିବା ଭଲ ହେବ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ରପତ୍ାନି କାରବାର ପ୍ରଶାସନ, ପ୍ରକାଶନ ତଥା ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
କୁମ୍ଭ
କୁମ୍ଭ
ଦୀର୍ଘଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ। ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଶତଭିଷା ନକ୍ଷତ୍ର ସକାଶେ ଆଜିର ଯାତ୍ରା ଅବଶ୍ୟ ସଫଳ ହେବ।
ମୀନମୀନ
ଆଜି ଉତ୍ତରଭାଦ୍ରବ ନକ୍ଷତ୍ରର ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri