Posted inRasifala

ରାଶିଫଳ: ରବିବାର, ଜୁନ୍ ୨୨ ତାରିଖ – Daily Horoscope

ମେଷ
ପାରିବାରିକ ସଦ୍ଭାବ ଓ ସମ୍ପର୍କୀୟଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ପାଇ ଖୁସି ରହିବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ପାଇଯାଇପାରନ୍ତି। ନିର୍ମାଣ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନର ଆଶା ରହିଛି। ଅଶ୍ୱିନୀ ନକ୍ଷତ୍ରର କର୍ମ ପରିସର ବୃଦ୍ଧି ସହ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।
ବୃଷ
ବୃଷ
ଘରୋଇ ଝାମେଲା କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ। ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯାଇପାରେ। କୃତ୍ତିକା ନକ୍ଷତ୍ରର ଦୂରସ୍ଥ ସନ୍ତାନ କିମ୍ବା ଆତ୍ମୀୟଙ୍କ ସକାଶେ ମନ ବିଚଳିତ ରହିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଅସୁବିଧା ମଧ୍ୟରେ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ଆର୍ଦ୍ରା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁ ମନ୍ଥର ଗତିରେ ପ୍ରତ୍ୟେକ କାମ ସମ୍ପନ୍ନ ହେବ। ଆଲୋଚନା କାଳରେ ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ ବିକଳ୍ପ ବ୍ୟବସ୍ଥା ସକାଶେ ମନସ୍ଥ କରିପାରନ୍ତି।
କର୍କଟ
କର୍କଟ
ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ କାମ ହାସଲ କରିନେବେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି। ଅଶ୍ଳେଷା ନକ୍ଷତ୍ରର ନିର୍ମାଣ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ। ପରିବାର ବିଷୟରେ କୌଣସି ଦୁଶ୍ଚିନ୍ତା ମନକୁ ବ୍ୟାକୁଳିତ କରିବାର ସୂଚନା ରହିଛି।
ସି˚ହ
ସି˚ହ
ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ସାଙ୍ଗକୁ ଅର୍ଥ ଓ ଦ୍ରବ୍ୟ ଲାଭ ସମ୍ଭାବନା ରହିଛି। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ରର ପାରିବାରିକ ପରିସ୍ଥିତି ମନ୍ଦ ହେବନି। ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ। କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ବନ୍ଧୁଙ୍କ ସହ ଧାର୍ମିକ ବାତାବରଣ କିମ୍ବା ସାମୂହିକ କାମରେ ତପତ୍ରତା ପ୍ରକାଶ କରିବେ। ଚିତ୍ରା ନକ୍ଷତ୍ର କୌଣସି ଖଳ ଲୋକଙ୍କ କଥାରେ ପଡ଼ି ହଇରାଣ ହୋଇପାରନ୍ତି। ଅବହେଳା କାରଣରୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମକଦ୍ଦମା, ବିତର୍କ, ସଙ୍ଗଠନ କ୍ଷେତ୍ରରୁ ଶୁଭଫଳ ପାଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ଉନ୍ନତ ବିଚାରଧାରା ସାଙ୍ଗକୁ ସୁସଂଯତ କାର୍ଯ୍ୟଶୈଳୀରୁ ପ୍ରଶଂସିତ ହେବେ। ବିଶାଖା ନକ୍ଷତ୍ର ହଠାତ୍‌ ମୂଲ୍ୟବାନ୍‌ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି। ଶିଳ୍ପ, ବ୍ୟବସାୟ, ରାଜନୀତିରେ ସମ୍ମାନିତ ହେବେ। ଗବେଷଣା, ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ ସ୍ତରରେ ଆଶାନୁରୂପ ସଫଳତା ପାଇପାରନ୍ତି।
ବିଛା
ବିଛା
ଭାଗ୍ୟାଧିପତିଙ୍କ ଉଚ୍ଚାବସ୍ଥାନରୁ ପ୍ରତ୍ୟେକ କ୍ଷେତ୍ରରେ ସକାରାମତ୍କ ଚିନ୍ତାଧାରା ସମସ୍ତ ପ୍ରକାରର ସୁଖସୌଭାଗ୍ୟ ପ୍ରଦାନ କରିବ। କିନ୍ତୁ ଜ୍ୟେଷ୍ଠା ନକ୍ଷତ୍ର କ୍ରୋଧର ବଶବର୍ତ୍ତୀ ହୋଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। କଳା, ସାହିତ୍ୟ, ସାମ୍ବାଦିକତା ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ବୃହସ୍ପତିଙ୍କ ଦୃଷ୍ଟି ପ୍ରଭାବରୁ ପାରିବାରିକ ଜୀବନ ନିୟନ୍ତ୍ରଣରେ ରହିବ। ବନ୍ଧୁ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ମୂଳା ନକ୍ଷତ୍ରର ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଲାଭ ହୋଇପାରେ। ଆଜି ଯାତ୍ରା ସମୟରେ ଅନ୍ୟମନସ୍କ ରୁହନ୍ତୁ ନାହିଁ ଏବଂ ଯାନ ବାହନରେ ସତର୍କତା ରକ୍ଷାକରନ୍ତୁ।
ମକର
ମକର
ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ଅଭିଳାଷ ଅବିଳମ୍ବେ ପୂରଣ ହୋଇଯିବ। ବିଶେଷତଃ ଶ୍ରବଣା ନକ୍ଷତ୍ରର ପାରିବାରିକ ସ୍ଥିତି ଏବଂ ବନ୍ଧୁ ସମ୍ପର୍କ ଭଲ ରହିବ। ବାଣିଜ୍ୟ, ରପତ୍ାନି କାରବାର ତଥା ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ପୂର୍ବ ବିବାଦକୁ ନେଇ ସମ୍ପର୍କୀୟମାନେ ପ୍ରତ୍ୟେକ କ୍ଷେତ୍ରରେ ଦୂରେଇ ରହିପାରନ୍ତି।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ର ସକାଶେ ଅନୁରୋଧ ରକ୍ଷାକରି ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ ସକାଶେ ଚେଷ୍ଟା କରିବେ। ଜମିଜମା ବିବାଦର ସମାଧାନ ସାଙ୍ଗକୁ କଚେରି ମାମଲାରେ ଆଶାଜନକ ଫଳ ପାଇବେ। ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାରେ ପଡ଼ିବେ।
ମୀନମୀନ

ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ରେବତୀ ନକ୍ଷତ୍ରର ଅନାବଶ୍ୟକ ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିନପାରେ। ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri