Posted inRasifala

ରାଶିଫଳ: ଶନିବାର, ମେ ୨୨ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡିପାରନ୍ତି। କୃତ୍ତିକା ନକ୍ଷତ୍ର ହଠାତ୍‌ ଆନୁଷ୍ଠାନିକ କାମରେ ଦୂରଯାତ୍ରା କରିବାକୁ ପଡିପାରେ।
ବୃଷ
ବୃଷ
ଆଜି ରୋହିଣୀ ନକ୍ଷତ୍ର ଶ୍ରୁତିରୋଚକ କଥା କହି ବନ୍ଧୁଙ୍କ ପ୍ରିୟଭାଜନ ହେବେ। କର୍ମକ୍ଷେତ୍ରରେ ଟେନ୍ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା ଖର୍ଚ୍ଚ ପରିମାଣକୁ ବୃଦ୍ଧି ଚିନ୍ତାର କାରଣ ହୋଇପାରେ। ସାମାଜିକ ସ୍ତରରେ କିମ୍ବା ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ସାମୟିକ ଶାରୀରିକ ଅସୁସ୍ଥତା ପୂର୍ବାହ୍ନକୁ ନିରୁତ୍ସାହିତ କରିବ। ବିବାଦୀୟ ପରିସ୍ଥିତିରେ, କର୍ମକ୍ଷେତ୍ରରେ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କାମରେ ସଫଳତା ପାଇଲେ ମଧ୍ୟ ପୂର୍ଣ୍ଣ ସନ୍ତୋଷ ଆସି ନ ପାରେ। ଆରଦ୍ରା ନକ୍ଷତ୍ର ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ଆଜି ଆନୁଷ୍ଠାନିକ କାମରେ ଏତେଦୂର ମଗ୍ନ ହୋଇପଡିବେ ଯେ ସମୟ ଜାଣିପାରିବେନି। ଆର୍ଥିକ କ୍ଷେତ୍ରରେ ସମସ୍ୟା ରହିଥିଲେ ତାହାର ପୂର୍ଣ୍ଣଚ୍ଛେଦ ଅପରାହ୍ନରେ ପଡିଯିବ। ଅଫିସିଆଲି କ୍ଷେତ୍ରରେ ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି। ପୁନର୍ବସୁ ନକ୍ଷତ୍ରର ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ଆଜି ସମୟର ସଦୁପଯୋଗ କରିପାରିଲେ ଫାଇଦାରେ ରହିବେ। ମନରେ ସାହସ ବାନ୍ଧି କାମ ଆରମ୍ଭ କଲେ ଅବଶ୍ୟ ସଫଳତା ପାଇବେ। ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହୋଇପାରେ। ପୂର୍ବାଫାଲଗୁନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖା ଦେଇପାରେ।
କନ୍ୟା
ନିଜ ଲୋକଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିବେ। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ। ହସ୍ତା ନକ୍ଷତ୍ର ବ୍ୟବସାୟ, ବାଣିଜ୍ୟ, ଗାଡି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି। କୌଣସି ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ନିର୍ବାହ କରିବାକୁ ପଡିପାରେ।
ତୁଳା
ତୁଳା
ଆଜି ସକାଳୁ ସ୍ବାତୀ ନକ୍ଷତ୍ରର କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଇବା ହେତୁ ମନ ଅସ୍ଥିର ରହିବ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ସମସ୍ୟା ସୃଷ୍ଟି କରିପାରେ। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜି ସକାଳୁ ବନ୍ଧୁମିଳନ ଓ ଧାର୍ମିକ କାର୍ଯ୍ୟରେ ମନ ଉଲ୍ଲସିତ ରହିବ। ଅନୁରାଧା ନକ୍ଷତ୍ର ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ସ୍ଥାନ କାଳ ପାତ୍ରକୁ ଗୁରୁତ୍ୱ ଦେବା ଭଲ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରିବ।
ଧନୁ
ଧନୁ
ପୂର୍ବ ସମସ୍ୟା ସମାଧାନ ହୋଇଯିବା କାରଣରୁ ମନ ଭଲ ରହିବ। ଉତ୍ତରାଷାଢା ନକ୍ଷତ୍ର ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ଗବେଷଣା, ଲେଖାପଢା କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇପାରନ୍ତି।
ମକର
ମକର
ଆଜି ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ ଓ ପାରିବାରିକ ସମସ୍ୟାରୁ ମଧ୍ୟ ମୁକୁଳି ଯାଇ ପାରନ୍ତି। ସାୟାହ୍ନରେ କାୈଣସି ସୁଖଦ ଶୁଭଖବର ପାଇ ମନ ବହୁତ ଖୁସି ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜରେ ସମ୍ପନ୍ନ ହୋଇପାରିବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଜମିଜମା ସମସ୍ୟା, ମାଲିମକଦ୍ଦମା, ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମୀନମୀନ
ସମସ୍ୟା ରହିଥିଲେ ମଧ୍ୟ ସମାଧାନ ଦିଗରେ ଉଦ୍ୟମର ଅଭାବ ପରିଲକ୍ଷିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ସାମନା କଲେ ଉପକୃତ ହେବେ। ଯାତ୍ରା, ବାଣିଜ୍ୟ, ମାଲି ମକଦ୍ଦମା, ସାଂଗଠନିକ କ୍ଷେତ୍ରରୁ ସୁଫଳ ପ୍ରାପ୍ତି ହେବ। ପ୍ଲଟିଙ୍ଗ କାରବାର, ପ୍ରଯୁକ୍ତି ବିଦ୍ୟା, ପ୍ରଶାସନ, ଲୋକ ସମ୍ପର୍କ, ଆଲୋଚନା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଅଗ୍ରଗତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri