Posted inRasifala

ରାଶିଫଳ: ଶନିବାର, ମେ ୨୨ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡିପାରନ୍ତି। କୃତ୍ତିକା ନକ୍ଷତ୍ର ହଠାତ୍‌ ଆନୁଷ୍ଠାନିକ କାମରେ ଦୂରଯାତ୍ରା କରିବାକୁ ପଡିପାରେ।
ବୃଷ
ବୃଷ
ଆଜି ରୋହିଣୀ ନକ୍ଷତ୍ର ଶ୍ରୁତିରୋଚକ କଥା କହି ବନ୍ଧୁଙ୍କ ପ୍ରିୟଭାଜନ ହେବେ। କର୍ମକ୍ଷେତ୍ରରେ ଟେନ୍ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା ଖର୍ଚ୍ଚ ପରିମାଣକୁ ବୃଦ୍ଧି ଚିନ୍ତାର କାରଣ ହୋଇପାରେ। ସାମାଜିକ ସ୍ତରରେ କିମ୍ବା ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ସାମୟିକ ଶାରୀରିକ ଅସୁସ୍ଥତା ପୂର୍ବାହ୍ନକୁ ନିରୁତ୍ସାହିତ କରିବ। ବିବାଦୀୟ ପରିସ୍ଥିତିରେ, କର୍ମକ୍ଷେତ୍ରରେ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କାମରେ ସଫଳତା ପାଇଲେ ମଧ୍ୟ ପୂର୍ଣ୍ଣ ସନ୍ତୋଷ ଆସି ନ ପାରେ। ଆରଦ୍ରା ନକ୍ଷତ୍ର ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ଆଜି ଆନୁଷ୍ଠାନିକ କାମରେ ଏତେଦୂର ମଗ୍ନ ହୋଇପଡିବେ ଯେ ସମୟ ଜାଣିପାରିବେନି। ଆର୍ଥିକ କ୍ଷେତ୍ରରେ ସମସ୍ୟା ରହିଥିଲେ ତାହାର ପୂର୍ଣ୍ଣଚ୍ଛେଦ ଅପରାହ୍ନରେ ପଡିଯିବ। ଅଫିସିଆଲି କ୍ଷେତ୍ରରେ ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି। ପୁନର୍ବସୁ ନକ୍ଷତ୍ରର ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ଆଜି ସମୟର ସଦୁପଯୋଗ କରିପାରିଲେ ଫାଇଦାରେ ରହିବେ। ମନରେ ସାହସ ବାନ୍ଧି କାମ ଆରମ୍ଭ କଲେ ଅବଶ୍ୟ ସଫଳତା ପାଇବେ। ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହୋଇପାରେ। ପୂର୍ବାଫାଲଗୁନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖା ଦେଇପାରେ।
କନ୍ୟା
ନିଜ ଲୋକଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିବେ। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ। ହସ୍ତା ନକ୍ଷତ୍ର ବ୍ୟବସାୟ, ବାଣିଜ୍ୟ, ଗାଡି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି। କୌଣସି ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ନିର୍ବାହ କରିବାକୁ ପଡିପାରେ।
ତୁଳା
ତୁଳା
ଆଜି ସକାଳୁ ସ୍ବାତୀ ନକ୍ଷତ୍ରର କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଇବା ହେତୁ ମନ ଅସ୍ଥିର ରହିବ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ସମସ୍ୟା ସୃଷ୍ଟି କରିପାରେ। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜି ସକାଳୁ ବନ୍ଧୁମିଳନ ଓ ଧାର୍ମିକ କାର୍ଯ୍ୟରେ ମନ ଉଲ୍ଲସିତ ରହିବ। ଅନୁରାଧା ନକ୍ଷତ୍ର ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ସ୍ଥାନ କାଳ ପାତ୍ରକୁ ଗୁରୁତ୍ୱ ଦେବା ଭଲ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରିବ।
ଧନୁ
ଧନୁ
ପୂର୍ବ ସମସ୍ୟା ସମାଧାନ ହୋଇଯିବା କାରଣରୁ ମନ ଭଲ ରହିବ। ଉତ୍ତରାଷାଢା ନକ୍ଷତ୍ର ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ଗବେଷଣା, ଲେଖାପଢା କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇପାରନ୍ତି।
ମକର
ମକର
ଆଜି ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ ଓ ପାରିବାରିକ ସମସ୍ୟାରୁ ମଧ୍ୟ ମୁକୁଳି ଯାଇ ପାରନ୍ତି। ସାୟାହ୍ନରେ କାୈଣସି ସୁଖଦ ଶୁଭଖବର ପାଇ ମନ ବହୁତ ଖୁସି ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜରେ ସମ୍ପନ୍ନ ହୋଇପାରିବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଜମିଜମା ସମସ୍ୟା, ମାଲିମକଦ୍ଦମା, ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମୀନମୀନ
ସମସ୍ୟା ରହିଥିଲେ ମଧ୍ୟ ସମାଧାନ ଦିଗରେ ଉଦ୍ୟମର ଅଭାବ ପରିଲକ୍ଷିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ସାମନା କଲେ ଉପକୃତ ହେବେ। ଯାତ୍ରା, ବାଣିଜ୍ୟ, ମାଲି ମକଦ୍ଦମା, ସାଂଗଠନିକ କ୍ଷେତ୍ରରୁ ସୁଫଳ ପ୍ରାପ୍ତି ହେବ। ପ୍ଲଟିଙ୍ଗ କାରବାର, ପ୍ରଯୁକ୍ତି ବିଦ୍ୟା, ପ୍ରଶାସନ, ଲୋକ ସମ୍ପର୍କ, ଆଲୋଚନା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଅଗ୍ରଗତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri