Posted inRasifala

ରାଶିଫଳ: ରବିବାର, ମେ ୨୨ ତାରିଖ – Daily Horoscope

ମେଷ
କର୍ମଭାବସ୍ଥ ଚନ୍ଦ୍ର ହେତୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଅଫିସ୍‌ କାମରେ ଏପରିକି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ହଠାତ୍‌ ଆନୁଷ୍ଠାନିକ କାମରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଶ୍ରୁତିରୋଚକ କଥା କହି ବନ୍ଧୁମାନଙ୍କ ପ୍ରିୟଭାଜନ ହେବେ। ପରିବାରର ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍‌ସନ ଲାଗି ରହିବ। ସାମାଜିକ ସ୍ତରରେ ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ମିଥୁନ
ମିଥୁନ
କଠିନ ଶ୍ରମ ହେତୁକ ଶାରୀରିକ ଅସୁସ୍ଥତା ନିରୁତ୍ସାହିତ କରିବ। ବିବାଦୀୟ ପରିସ୍ଥିତିରେ, କର୍ମକ୍ଷେତ୍ରରେ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ସାମୂହିକ କାର୍ଯ୍ୟରେ ନିଜକୁ ସାମିଲ କରି ପରିବାର ପାଇଁ ସମୟ ଦେଇପାରିବେ ନାହିଁ।
କର୍କଟ
କର୍କଟ
ଆଜି ମାଙ୍ଗଳିକ କାମ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। ଆର୍ଥିକ ସମସ୍ୟା ସମାଧାନ ଖୁବ୍‌ଶୀଘ୍ର ହୋଇଯିବ। ଅଫିସ୍‌ କ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହ କରିପାରନ୍ତି। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ପ୍ରୟୋଗ କଲେ ସଫଳ ହେବେ। ବିଦେଶାଗତ ବନ୍ଧୁଠାରୁ ସୁଖବର ପାଇବେ।
ସି˚ହ
ସି˚ହ
ପଛ କଥା ଭୁଲି ବର୍ତ୍ତମାନର ସଦୁପଯୋଗ କଲେ ଫାଇଦା ପାଇବେ। ଅନ୍ୟମାନଙ୍କ ସକାଶେ ଯେତେ ସୁବିଧା ସୁଯୋଗ କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରିବା କଷ୍ଟକର ହୋଇପାରେ। କିନ୍ତୁ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ଆମୋଦ ପ୍ରମୋଦର ସୁଯୋଗ ପାଇବେ ।
କନ୍ୟା
ନିଜ ଲୋକଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିବେ। ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ। ବ୍ୟବସାୟ, ବାଣିଜ୍ୟ, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି।
ତୁଳା
ତୁଳା
କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଇବା ହେତୁ ମନ ଅସ୍ଥିର ରହିବ। ସାଧାରଣ କଥାକୁ ନେଇ ପରିବାରରେ ଝଡ଼ ଉଠିପାରେ। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହୋଇନପାରେ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜି ସକାଳୁ ସକାଳୁ ବନ୍ଧୁମିଳନ ଓ ଧାର୍ମିକ କାର୍ଯ୍ୟରେ ମନ ଉଲ୍ଲସିତ ରହିବ। ବାଚାଳତା ପରିହାର କରି ଅନଧିକାର ଚର୍ଚ୍ଚା କରିବା ଠିକ୍‌ ହେବ ନାହିଁ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ସ୍ଥାନ, କାଳ, ପାତ୍ରକୁ ଗୁରୁତ୍ୱ ଦେବା ଭଲ ହେବ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
ସମସ୍ୟା ସମାଧାନ ହୋଇ ଯାଇଥିବାରୁ ମନ ଭଲ ରହିବ। ସାମାଜିକ ସ୍ତରରେ କିମ୍ବା ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ଗବେଷଣା, ଲେଖାପଢ଼ା କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇପାରନ୍ତି।
ମକର
ମକର
ଯାହା କରିବା ସକାଶେ ମନସ୍ଥ କରିଛନ୍ତି ବିନା ପ୍ରତିବନ୍ଧକରେ ତାହା ସମ୍ପନ୍ନ କରିବାରେ ସମର୍ଥ ହେବେ। ପ୍ରତ୍ୟୁତ୍ପନ୍ନମତିତା ହେତୁ କର୍ମକ୍ଷେତ୍ରରେ ଓ ପାରିବାରିକ ସମସ୍ୟାରୁ ମଧ୍ୟ ମୁକୁଳି ଯାଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦେବେ, ତାହା ସୁବିଧାରେ ସମ୍ପନ୍ନ ହୋଇଯିବ। ଛୋଟ କଥାକୁ କେନ୍ଦ୍ର କରି ପରିବାରରେ ସମସ୍ୟା ବଢ଼ିପାରେ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଜମିଜମା ସମସ୍ୟା, ମାଲିମକଦ୍ଦମା, ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମୀନମୀନ
ସମସ୍ୟା ରହିଥିଲେ ମଧ୍ୟ ସମାଧାନ ଦିଗରେ ଉଦ୍ୟମର ଅଭାବ ପରିଲକ୍ଷିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ନୀରବ ନ ରହି ପରିସ୍ଥିତିର ସାମ୍ନା କଲେ ସଫଳ ହେବେ। ଦୀର୍ଘଦିନରୁ ପ୍ରତୀକ୍ଷିତ ଖବର ଆଜି ଅପରାହ୍ନେ ପାଇପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସାଙ୍ଗଠନିକ କ୍ଷେତ୍ରରୁ ସୁଫଳ ପ୍ରାପ୍ତି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri