Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ
ଦୀର୍ଘ ଦିନ ହେଲା ପରସ୍ପର ପଡୁନଥିବା ପୁଅ-ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ। ଧାର ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ। ବନ୍ଧୁଙ୍କ ସହ ସ୍ନେହ ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ ପରସ୍ପରକୁ ସନ୍ଦେହ କରିପାରନ୍ତି। ଇଚ୍ଛା ନ ଥିଲେ ମଧ୍ୟ କର୍ତ୍ତୃପକ୍ଷଙ୍କ ଆଦେଶାନୁସାରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇପଡ଼ିବେ। ସଭାସମିତି, ଆଲୋଚନା, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କିଛିଟା ଶ୍ରମ ସ୍ବୀକାର କରିପାରିଲେ ଅବଶ୍ୟ ସଫଳତା ପାଇବେ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନ୍ୟମନସ୍କ ରହିପାରନ୍ତି। କୌଣସି ଜିନିଷ ଦେବା ନେବାକୁ କେନ୍ଦ୍ରକରି ପରିବାରରେ ମତାନ୍ତର ସୃଷ୍ଟି ହେବ। ସମ୍ପର୍କୀୟଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
ପଡ଼ୋଶୀଙ୍କ ସାହାଯ୍ୟରେ ପାରିବାରିକ ଶୃଙ୍ଖଳା ବଜାୟ ରଖିବେ। ଗୃହ, ଯାନବାହନ ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି। ପାରସ୍ପରିକ ମତଭେଦ କାରଣରୁ ଆଜିର ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ଏହା ସହ ବ୍ୟବସାୟରେ ଲାଭବାନ୍‌ ହେବେ।
ସି˚ହ
ସି˚ହ
ପରିବାର ଭିତରେ ସାଧାରଣ କଥାରୁ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାମାଜିକ ସ୍ତରରେ ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‌ ରୋଗଜନିତ ପୀଡ଼ାନୁଭବ କରିପାରନ୍ତି। କୌଣସି ସାଙ୍ଗଠନିକ କାମ, ରାଜନୈତିକ କ୍ଷେତ୍ର ପାଇଁ ଦିନଟି ବହୁତ ଭଲ।
କନ୍ୟା
ମିତ୍ରମାନେ ପରୋକ୍ଷ ଶତ୍ରୁତା ଆଚରଣର ସୂଚନା ପାଇବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ, ପ୍ଲଟିଂ କାରବାରରେ ମତାନ୍ତର ଦେଖାଦେଇପାରେ। ବନ୍ଧୁମାନେ ଅସହଯୋଗ କରିବା ଫଳରେ ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ। ଆଜି ଅଫିସ୍‌ କାମରୁ କ୍ଳାନ୍ତି ଅନୁଭବ କରିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ରହିବେ। ଅଫିସରେ ଫାଇଲ୍‌ କାମକୁ ନେଇ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟ, ପରିବହନ, ପ୍ଲଟିଂ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭ ଫଳ ପାଇବେ।
ବିଛା
ବିଛା
ଆଜି ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ୍‌ ଜିନିଷ ଆଣିପାରନ୍ତି। ମାଲି ମକଦ୍ଦମାରେ ସ୍ଥିତି ଅନୁକୂଳ ରହିବା କାରଣରୁ ସାମୟିକ ଖୁସି ହେବେ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବ। ପିଲାମାନଙ୍କ ସକାଶେ ଅନ୍ତର୍ଦ୍ୱନ୍ଦ୍ୱ ଭିତର ଦେଇ ଗତି କରିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ନୂତନ କର୍ମସଂସ୍ଥାନ ପାଇଁ କିମ୍ବା ସ୍ଥାନାନ୍ତର ସକାଶେ ମନ ବଳିବ।
ମକର
ମକର
ସମ୍ପର୍କୀୟ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବିଳମ୍ବରେ ହେଲେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ ଏବଂ ଏଥିପାଇଁ ବହୁତ କଷ୍ଟସ୍ବୀକାର କରିବାକୁ ପଡ଼ିବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଯାହା ଚିନ୍ତା କରୁଛନ୍ତି, ତାହା ସହଜରେ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ନିଜର ଉପରିସ୍ଥ ଅଫିସର କ୍ରୋଧ ପ୍ରକାଶ କରିପାରନ୍ତି।
ମୀନମୀନ
କର୍ମ କ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ନୀଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ବହୁତ ପରିଶ୍ରମ ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଅନ୍ୟାନ୍ୟ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri