Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ
ଦୀର୍ଘ ଦିନ ହେଲା ପରସ୍ପର ପଡୁନଥିବା ପୁଅ-ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ। ଧାର ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ। ବନ୍ଧୁଙ୍କ ସହ ସ୍ନେହ ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ ପରସ୍ପରକୁ ସନ୍ଦେହ କରିପାରନ୍ତି। ଇଚ୍ଛା ନ ଥିଲେ ମଧ୍ୟ କର୍ତ୍ତୃପକ୍ଷଙ୍କ ଆଦେଶାନୁସାରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇପଡ଼ିବେ। ସଭାସମିତି, ଆଲୋଚନା, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କିଛିଟା ଶ୍ରମ ସ୍ବୀକାର କରିପାରିଲେ ଅବଶ୍ୟ ସଫଳତା ପାଇବେ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନ୍ୟମନସ୍କ ରହିପାରନ୍ତି। କୌଣସି ଜିନିଷ ଦେବା ନେବାକୁ କେନ୍ଦ୍ରକରି ପରିବାରରେ ମତାନ୍ତର ସୃଷ୍ଟି ହେବ। ସମ୍ପର୍କୀୟଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
ପଡ଼ୋଶୀଙ୍କ ସାହାଯ୍ୟରେ ପାରିବାରିକ ଶୃଙ୍ଖଳା ବଜାୟ ରଖିବେ। ଗୃହ, ଯାନବାହନ ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି। ପାରସ୍ପରିକ ମତଭେଦ କାରଣରୁ ଆଜିର ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ଏହା ସହ ବ୍ୟବସାୟରେ ଲାଭବାନ୍‌ ହେବେ।
ସି˚ହ
ସି˚ହ
ପରିବାର ଭିତରେ ସାଧାରଣ କଥାରୁ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାମାଜିକ ସ୍ତରରେ ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‌ ରୋଗଜନିତ ପୀଡ଼ାନୁଭବ କରିପାରନ୍ତି। କୌଣସି ସାଙ୍ଗଠନିକ କାମ, ରାଜନୈତିକ କ୍ଷେତ୍ର ପାଇଁ ଦିନଟି ବହୁତ ଭଲ।
କନ୍ୟା
ମିତ୍ରମାନେ ପରୋକ୍ଷ ଶତ୍ରୁତା ଆଚରଣର ସୂଚନା ପାଇବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ, ପ୍ଲଟିଂ କାରବାରରେ ମତାନ୍ତର ଦେଖାଦେଇପାରେ। ବନ୍ଧୁମାନେ ଅସହଯୋଗ କରିବା ଫଳରେ ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ। ଆଜି ଅଫିସ୍‌ କାମରୁ କ୍ଳାନ୍ତି ଅନୁଭବ କରିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ରହିବେ। ଅଫିସରେ ଫାଇଲ୍‌ କାମକୁ ନେଇ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟ, ପରିବହନ, ପ୍ଲଟିଂ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭ ଫଳ ପାଇବେ।
ବିଛା
ବିଛା
ଆଜି ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ୍‌ ଜିନିଷ ଆଣିପାରନ୍ତି। ମାଲି ମକଦ୍ଦମାରେ ସ୍ଥିତି ଅନୁକୂଳ ରହିବା କାରଣରୁ ସାମୟିକ ଖୁସି ହେବେ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବ। ପିଲାମାନଙ୍କ ସକାଶେ ଅନ୍ତର୍ଦ୍ୱନ୍ଦ୍ୱ ଭିତର ଦେଇ ଗତି କରିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ନୂତନ କର୍ମସଂସ୍ଥାନ ପାଇଁ କିମ୍ବା ସ୍ଥାନାନ୍ତର ସକାଶେ ମନ ବଳିବ।
ମକର
ମକର
ସମ୍ପର୍କୀୟ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବିଳମ୍ବରେ ହେଲେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ ଏବଂ ଏଥିପାଇଁ ବହୁତ କଷ୍ଟସ୍ବୀକାର କରିବାକୁ ପଡ଼ିବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଯାହା ଚିନ୍ତା କରୁଛନ୍ତି, ତାହା ସହଜରେ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ନିଜର ଉପରିସ୍ଥ ଅଫିସର କ୍ରୋଧ ପ୍ରକାଶ କରିପାରନ୍ତି।
ମୀନମୀନ
କର୍ମ କ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ନୀଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ବହୁତ ପରିଶ୍ରମ ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଅନ୍ୟାନ୍ୟ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri