Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ
ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ କୌଣସି କାମ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ। ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିବ। ନିଜର ଜଣାଶୁଣା ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ଅଶ୍ୱିନୀ ନକ୍ଷତ୍ର ଜାତବ୍ୟକ୍ତିମାନେ ଧର୍ମକାର୍ଯ୍ୟରେ ବ୍ୟୟବରାଦ କରିପାରନ୍ତି ।
ବୃଷ
ବୃଷ
ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଆଜି ପାରିବାରିକ ସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାର ଆଶା ରହିଛି। ରୋହିଣୀ ନକ୍ଷତ୍ରର ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ପ୍ରତ୍ୟେକ ଦିଗ ଅନୁକୂଳ ରହିବ।
ମିଥୁନ
ମିଥୁନ
ଆଜି ଅର୍ଥ ଦେଣ ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ। ଭୁଲ୍‌ ହିସାବରୁ, ଅଲଗା ସ୍ଥାନରେ ରଖିଦେଇଥିବା କାରଣରୁ କିମ୍ବା ଦେବା ନେବା କ୍ଷେତ୍ରରେ ଝମେଲା ଲାଗିପାରେ । ପୁନର୍ବସୁ ନକ୍ଷତ୍ର ସନ୍ତାନ ହେତୁକ ମାନସିକ ଆଘାତ ପାଇ ପାରନ୍ତି। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।
କର୍କଟ
କର୍କଟ
ଆଜି ସାମାଜିକ ସ୍ତରରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ। ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ ଆହୁରି ବହୁତ ସମୟ ଲାଗିପାରେ । ଅଶ୍ଳେଷା ନକ୍ଷତ୍ର କଅଁଳିଆ କଥା କହି କାମ ହାସଲ କରିପାରିବେ।
ସି˚ହ
ସି˚ହ
ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ କୌଣସି କାମ ସହଜରେ କରାଇ ଦେବନାହିଁ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ। ମଘା ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନ ପାରେ। ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ ।
କନ୍ୟା
ଆଜି ଆପଣଙ୍କର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ବ୍ୟବସାୟ, ବାଣିଜ୍ୟ, ପରିବହନ ଓ ଯାତ୍ରା ସମ୍ପର୍କରେ ଦୁଃଚିନ୍ତା ବଢ଼ିପାରେ। ନିର୍ମାଣାଧୀନ କାର୍ଯ୍ୟରେ ସାମାନ୍ୟ ପ୍ରତିବନ୍ଧକ ଲାଗି ରହିବାର ଆଶଙ୍କା ରହିଛି। ଚିତ୍ରା ନକ୍ଷତ୍ର ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ନିଜର କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏ ଛାଡ଼ିବେ ନାହିଁ। ଭଲ ସମ୍ପର୍କ ନ ଥିବା ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ପୂର୍ବ ସ୍ଥିରୀକୃତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବାର ଆଶା ରହିଛିି।
ବିଛା
ବିଛା
ଆଜି ଆପଣ ଖୁସିରେ ଯେମିତି ଭାବ ବିଭୋର ହେବେ କିନ୍ତୁ ପରକ୍ଷଣରେ ଦୁଃଖରେ ତାହାଠାରୁ ବଳି ମ୍ରିୟମାଣ ହୋଇପାରନ୍ତି। ଆଲୋଚନା ପରିସରରେ ତର୍କବିତର୍କଜନିତ ବାତାବରଣ ଅଶାନ୍ତ ହୋଇପାରେ। ଅନୁରାଧା ନକ୍ଷତ୍ରର କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।
ଧନୁ
ଧନୁ
ଉତ୍ତରାଷାଢ଼ା ନକ୍ଷତ୍ର ଜାତ ବ୍ୟକ୍ତିମାନେ ଶାରୀରିକ ସୁସ୍ଥତା ଫେରିପାଇବେ। ଲେଖାପଢ଼ା ତଥା ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇପାରେ । ପାରିବାରିକ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସୁସମ୍ପର୍କ ହ୍ରାସ ପାଇବ। ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଶ୍ରବଣା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
କୁମ୍ଭ
କୁମ୍ଭ
ଅଧିକାଂଶ ସମୟରେ ସ୍ବାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବ। ନିଜର ଲୋକମାନଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପୂର୍ବଭାଦ୍ରବ ନକ୍ଷତ୍ରର ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ ।
ମୀନମୀନ
ପ୍ରତ୍ୟେକ କାମ ନିିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମ୍ପୂର୍ଣ୍ଣ ନ ହେବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। କିନ୍ତୁ ଉତ୍ତରଭାଦ୍ରପଦ୍‌ ନକ୍ଷତ୍ର ଜାତ ବ୍ୟକ୍ତିଙ୍କର କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାରେ ପ୍ରତିବନ୍ଧକ ରହିବ ନାହିଁ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri