Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ
ଦୀର୍ଘଦିନ ହେଲା ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ଆନ୍ଦୋଳିତ କରିବ। ପରକୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ। ବନ୍ଧୁଙ୍କ ସହ ସ୍ନେହ ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ ପରସ୍ପରକୁ ସନ୍ଦେହ କରିପାରନ୍ତି। ଇଚ୍ଛା ନ ଥିଲେ ମଧ୍ୟ କର୍ତ୍ତୃପକ୍ଷଙ୍କ ଆଦେଶାନୁସାରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ବ୍ୟତିବ୍ୟସ୍ତ ହେବାକୁ ପଡ଼ିପାରେ। ସଭାସମିତି, ଆଲୋଚନା ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କିଛିଟା ଶ୍ରମ ସ୍ବୀକାର କରିପାରିଲେ ଅବଶ୍ୟ ସଫଳତା ପାଇବେ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମିଥୁନ
ମିଥୁନ
କାମଗୁଡ଼ିକ ଅଟକି ରହିଥିବା କାରଣରୁ ସେହିକଥା ଭାବି ଭାବି ଅନ୍ୟମନସ୍କ ରହିପାରନ୍ତି। କୌଣସି ଜିନିଷ ଦେବା ନେବାକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ହେବ। ସମ୍ପର୍କୀୟଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଯାନ ବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି। ପରିବାର, ଗୃହ, ଯାନ ବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି। ଆଜିର ଆନୁଷ୍ଠାନିକ କାମଗୁଡ଼ିକ ସଂପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ଏହା ସହ ବ୍ୟବସାୟରେ ଲାଭବାନ ହେବେ।
ସି˚ହ
ସି˚ହ
ଆଜି ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ। ଆଲୋଚନା ପରିସରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‌ ରୋଗଜନିତ ପୀଡ଼ାନୁଭବ କରିପାରନ୍ତି।
କନ୍ୟା
ଆଜି ଭଲ ସମ୍ପର୍କ ଥିବା ମିତ୍ରମାନେ ଶତ୍ରୁତା ଆଚରଣ କରିବାର ସୂଚନା ପାଇବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ, ପ୍ଲଟିଂ କାରବାରରେ ମାନମନାନ୍ତର ଦେଖା ଦେଇପାରେ। ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିବେ ଏବଂ ମଧ୍ୟାହ୍ନରେ ଟେନ୍‌ସନ ଦୂର ହେବ। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଅଫିସରେ କାଗଜପତ୍ର କିମ୍ବା ଫାଇଲ୍‌ କାମକୁ ନେଇ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟ, ପରିବହନ, ପ୍ଲଟିଂ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭ ଫଳ ପାଇବେ।
ବିଛା
ବିଛା
ଆଜି କର୍ମକ୍ଷେତ୍ରରୁ ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣି ପାରନ୍ତି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ରହିବା କାରଣରୁ ସାମୟିକ ଖୁସି ହେବେ। ସାୟାହ୍ନେ ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବ। ବନ୍ଧୁମାନଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗଁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ମକର
ମକର
ନିଜର ସମ୍ପର୍କୀୟ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ସାମାନ୍ୟ ଯୁକ୍ତିତର୍କ ପରେ ପାଇବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଆପଣ ଯାହା ଛିନ୍ତା କରୁଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ନିଜର ଉପରିସ୍ଥ ଅଫିସର କ୍ରୋଧ ପ୍ରକାଶ କରିପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଅନ୍ୟାନ୍ୟ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ। ଜମିଜମା କାରବାର, ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri