Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ
ଆଜି ଶୁକ୍ର ନକ୍ଷତ୍ରସ୍ଥ ଜନ୍ମ ଚନ୍ଦ୍ର ହେତୁ ଟେନ୍ସନ ଭିତରେ କାମଗୁଡ଼ିକୁ ପୂରା ଦମ୍‌ରେ କରିବା ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ଲାଭାଧିପ ତୃତୀୟଭାବକୁ ଦେଖୁଥିବାରୁ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ଗ୍ରହଣ କରିନେବା ଭଲ। ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ଭାଇ, ଭଉଣୀଙ୍କ କୌଣସି କାମ ହାସଲ ସକାଶେ ଘରେ କଳହ କରିପାରନ୍ତି।
ମିଥୁନ
ମିଥୁନ
ଚତୁର୍ଥାଧିପ ସ୍ବଗୃହୀ ହେତୁ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ। କିଛି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି।
କର୍କଟ
କର୍କଟ
କେନ୍ଦ୍ରସ୍ଥ କର୍ମାଧିପ ଚତୁର୍ଥଭାବକୁ ଦେଖୁଥିବାରୁ କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ଭଲ ରହିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନ, ବ୍ୟବସାୟ ଓ ସଂଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆର୍ଥିକ ଦୃଷ୍ଟିକୋଣରୁ ଉପକୃତ ହେବେ ଓ ମନୋରଞ୍ଜନ କାର୍ଯ୍ୟକ୍ରମରୁ ପ୍ରଶଂସିତ ହେବେ ।
ସି˚ହ
ସି˚ହ
ଧନାଧିପ ଧନଭାବରେ ଥିବାରୁ ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳି ଯିବ। ପର କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ, ଯାହା କି ସମସ୍ୟାକୁ ବୃଦ୍ଧି କରିପାରେ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ଶାନ୍ତ ହୋଇଯିବ।
କନ୍ୟା
କୋଣଭାବସ୍ଥ ଗୁରୁ ହେତୁ ସକାଳୁ କୌଣସି ଶୁଭ ଖବର ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ବୁଝିବିଚାରି କାମ ନ କଲେ ସମସ୍ୟାକୁ ଡାକି ଆଣିବେ। ବହୁତ ଦିନ ହେଲା ଆଜି ସୁଦ୍ଧା ପାଇା ପାରି ନ ଥିବା ଜିନିଷଟି ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉକତ୍ଟ ହେବ ନାହିଁ।
ତୁଳା
ତୁଳା
ଆଜି ଧନଏକାଦଶାଧିପ ରାଶିସ୍ଥ ଯୋଗୁ ସବୁ ଦିଗରୁ ଯେମିତି ଭଲ ଚାହୁଁଛନ୍ତି ସେମିତି ପାଇପାରିବେ। ପିଲାମାନଙ୍କ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘଦିନରୁ ରହିଥିବା ସମସ୍ୟାର ସମଧାନ ହୋଇଯିବ।
ବିଛା
ବିଛା
ଶୁକ୍ର କବନ୍ଧଗ୍ରହ ଯୁକ୍ତ କାରଣରୁ ଦୀର୍ଘଦିନ ହେଲା ଜଣାଶୁଣା ଲୋକଟି ନିଜ ଫାଇଦା ସକାଶେ ଚେଷ୍ଟା କରିପାରେ। ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ବେଶ୍‌ ପ୍ରତିଷ୍ଠା ମିଳିବ। ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ଧନୁ
ଧନୁ
ଦୁର୍ବଳ ରାଶ୍ୟାଧିପ ହେତୁ ବିଭିନ୍ନ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଚିନ୍ତା ଦୁଶ୍ଚିନ୍ତାକୁ ଡାକିଆଣିବ। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କରିପାରନ୍ତି । ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବେ।
ମକର
ମକର
ଅଟକି ରହିଥିବା କାମଗୁଡ଼ିକ ଆଜି ଅତି କମ୍‌ ସମୟରେ ସମ୍ପନ୍ନ ହୋଇପାରିବ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକି ଥିବା କାମଟି ସହଜରେ ହାସଲ କରିବେ।
କୁମ୍ଭ
କୁମ୍ଭ
ମଙ୍ଗଳ ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ ଆଜି କୌଣସି ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିପାରେ,ଏଣୁ ସତର୍କ ରହିବା ଭଲ। ସନ୍ଧ୍ୟାରେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପଡ଼ା, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ
ଗଜକେଶରୀ ଯୋଗ ପ୍ରଭାବରୁ ଦିନ ଭିତରେ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନିଶ୍ଚିତ ପୂରଣ ହୋଇପାରିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ଗତ ରାତିରେ ଆଲୋଚନା ଅନୁଯାୟୀ ଆଜିର କାମସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ, କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri