Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ବିଳାସକାରକ ଶୁକ୍ରଙ୍କ ନକ୍ଷତ୍ରରେ ରହିଥିବାରୁ ଅଭିଳାଷ ପୂରଣ ହେବା ସହ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ।
ବୃଷ
ବୃଷ
ତୃତୀୟାଧିପ କେନ୍ଦ୍ରସ୍ଥ ଯୋଗୁ ବନ୍ଧୁଙ୍କ ନିକଟରୁ ଯାହା ପାଉଛନ୍ତି ତାହାକୁ ଆଦରର ସହ ଗ୍ରହଣ କରିବା ଭଲ। ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଘଟିବ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
କେନ୍ଦ୍ରାଧିପ ଦୋଷଯୁକ୍ତ ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ରଜନିତ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ିପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ ।
କର୍କଟ
କର୍କଟ
ଏକାଧିକ ଗ୍ରହ ଚତୁର୍ଥସ୍ଥ ହେତୁ ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ ଅଭିଯୋଗ ଆଣିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ, ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିବ। ପରିବହନ, ବ୍ୟବସାୟ ଓ ସଂଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଉପୁଜିବ। ପୁନର୍ବସୁ ନକ୍ଷତ୍ର ଆର୍ଥିକ ଦୃଷ୍ଟିକୋଣରୁ ଉପକୃତ ହେବେ।
ସି˚ହ
ସି˚ହ
ଧନାଧିପ ଧନସ୍ଥ ଯୋଗୁ ଆର୍ଥିକ ସ୍ଥିତି ବଦଳି ଯିବାରୁ ମନ ହାଲୁକା ହୋଇଯିବ । ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ହୋଇଯିବ। କଳା, ସାହିତ୍ୟ, ସଂଗଠନ, ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ।
କନ୍ୟା
ରାଶିରେ ବୁଧଙ୍କ ଶୁଭ ପ୍ରଭାବରୁ ସକାଳୁ କୌଣସି ଶୁଭ ଖବର ପାଇ ମନ ଖୁସି ହୋଇଯିବ। ଚିତ୍ରା ନକ୍ଷତ୍ର ବୁଝିବିଚାରି କାମ ନ କଲେ ସମସ୍ୟାକୁ ଡାକି ଆଣିବେ। ବହୁତ ଦିନରୁ ଇଚ୍ଛା ଥିବା ଜିନିଷଟି ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉତ୍କଟ ହେବ ନାହିଁ।
ତୁଳା
ତୁଳା
ସ୍ବଗୃହୀ ବଳବାନ ଶୁକ୍ରଙ୍କ ସଂଯୋଗ ହେତୁ ଆଜି ସବୁ ଦିଗରୁ ଯେମିତି ଚାହୁଁଛନ୍ତି ସେମିତି ପାଇପାରିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଦୀର୍ଘ ଦିନରୁ ରହିଥିବା ସମସ୍ୟାର ସମଧାନ ହୋଇଯିବ। ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, ଫଳରେ ଦୂର ଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
ଅଷ୍ଟମସ୍ଥ ରାଶ୍ୟାଧିପତି ହେତୁ ଫାଇଦା ହାସଲ ସକାଶେ ସର୍ବଦା ଚେଷ୍ଟିତ ରହିବା ହିଁ ସମସ୍ୟାର କାରଣ ହେବ। ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିପାରେ । ସାଙ୍ଗଠନିକ କାର୍ଯ୍ୟ, ସଭା ସମିତି, ରାଜନୀତିରେ ପ୍ରଶଂସିତ ହେବେ।
ଧନୁ
ଧନୁ
କେନ୍ଦ୍ରସ୍ଥ ବକ୍ରୀ ବୃହସ୍ପତି କାରଣରୁ ବିଭିନ୍ନ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା, କଳାଧନ, କଚେରି ମାମଲା ସମ୍ବନ୍ଧୀୟ ଅଯଥା ଚିନ୍ତା କରିପାରନ୍ତି। ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯତ୍ନ କରିପାରନ୍ତି । ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବେ।
ମକର
ମକର
ଅଷ୍ଟମସ୍ଥ ଚନ୍ଦ୍ର ପ୍ରଭାବରେ ଆପଣଙ୍କ ପ୍ରିୟ ବ୍ୟକ୍ତିଟି ଅଯଥା ବାକ୍ୟାଳାପ କରି ବିବାଦ ବୃଦ୍ଧି କରିପାରନ୍ତି। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଅବଶ୍ୟ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକି ଥିବା କାମଟି ସହଜରେ ହାସଲ କରିବେ। ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଚନ୍ଦ୍ରଙ୍କ ପାପ ପ୍ରଭାବରୁ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ, ଏଣୁ ସତର୍କ ରହିବା ଭଲ। ସନ୍ଧ୍ୟାରେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ
ଆପଣଙ୍କୁ ଆଜି ପ୍ରତ୍ୟେକ କ୍ଷେତ୍ରରୁ ନିରାଶ ହେବାକୁ ପଡ଼ିବ। ଅବଶ୍ୟ ଉତ୍ତରଭାଦ୍ରବ ନକ୍ଷତ୍ର ପାଇଁ ଲକ୍ଷ୍ୟ ପୂରଣ ହୋଇପାରିବ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାଯର୍‌ୟକ୍ରମ ବଦଳି ଯାଇପାରେ କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଚେଷ୍ଟା କରୁଥିବା କାମରେ ଅବଶ୍ୟ ସଫଳତା ପାଇବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri