Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଶୁକ୍ର ପ୍ରଭାବରେ ବିଳାସ ଉପକରଣ ଓ ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା ଫେରିପାଇବେ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାମ ତଥା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇପାରେ।
ବୃଷ
ବୃଷ
ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କେତେକ ସାଧାରଣ କଥାକୁ କେନ୍ଦ୍ରକରି କିମ୍ବା ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସାଙ୍ଗକୁ ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଯେତେ ଭଲ କାମ କଲେ ମଧ୍ୟ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିବ। ଆଜି ନିକଟ ସମ୍ପର୍କୀୟଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସାମାନ୍ୟ ସଫଳତା ବିଳମ୍ବରେ ପାଇବେ।
କର୍କଟ
କର୍କଟ
ଆଜି ଦିନଟିରେ ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆକସ୍ମିକ ଭାବରେ ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ଖୁସି ହେବେ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ସୃଷ୍ଟି କରିପାରେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
ସାମାଜିକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇ ଯିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ସାଙ୍ଗସାଥୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇପାରେ। ସାମାଜିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯିବେ ତାହା ସଫଳ ହେବ। ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଗୁଡ଼ିକୁ ଆଣିବାକୁ ବାଧ୍ୟ ହେବେ। ଆକସ୍ମିକ ଭାବରେ ଅପରାହ୍ନରେ କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିବ।
କୁମ୍ଭ
କୁମ୍ଭ
ଅସଜଡ଼ା ପରିସ୍ଥିତିକୁ ସଜାଡ଼ି ନେବାର ପ୍ରୟାସ କରି ନିଶ୍ଚିତ ସଫଳତା ପାଇବେ। ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡ଼ିବ। ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ

ପାରସ୍ପରିକ ଭୁଲ୍‌ ବୁଝାମଣା କାରଣରୁ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜ ପରିସରରେ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି। ଆଇନ ସମ୍ପର୍କୀୟ ମାମଲା ଅନୁକୂଳ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri