Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଶୁକ୍ର ପ୍ରଭାବରେ ବିଳାସ ଉପକରଣ ଓ ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା ଫେରିପାଇବେ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାମ ତଥା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇପାରେ।
ବୃଷ
ବୃଷ
ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କେତେକ ସାଧାରଣ କଥାକୁ କେନ୍ଦ୍ରକରି କିମ୍ବା ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସାଙ୍ଗକୁ ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଯେତେ ଭଲ କାମ କଲେ ମଧ୍ୟ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିବ। ଆଜି ନିକଟ ସମ୍ପର୍କୀୟଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସାମାନ୍ୟ ସଫଳତା ବିଳମ୍ବରେ ପାଇବେ।
କର୍କଟ
କର୍କଟ
ଆଜି ଦିନଟିରେ ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆକସ୍ମିକ ଭାବରେ ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ଖୁସି ହେବେ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ସୃଷ୍ଟି କରିପାରେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
ସାମାଜିକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇ ଯିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ସାଙ୍ଗସାଥୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇପାରେ। ସାମାଜିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯିବେ ତାହା ସଫଳ ହେବ। ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଗୁଡ଼ିକୁ ଆଣିବାକୁ ବାଧ୍ୟ ହେବେ। ଆକସ୍ମିକ ଭାବରେ ଅପରାହ୍ନରେ କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିବ।
କୁମ୍ଭ
କୁମ୍ଭ
ଅସଜଡ଼ା ପରିସ୍ଥିତିକୁ ସଜାଡ଼ି ନେବାର ପ୍ରୟାସ କରି ନିଶ୍ଚିତ ସଫଳତା ପାଇବେ। ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡ଼ିବ। ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ

ପାରସ୍ପରିକ ଭୁଲ୍‌ ବୁଝାମଣା କାରଣରୁ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜ ପରିସରରେ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି। ଆଇନ ସମ୍ପର୍କୀୟ ମାମଲା ଅନୁକୂଳ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri