Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ରର ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ଅବୁଝା ବନ୍ଧୁ ମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ। ଶୁଭଖବର ପାଇବା ସହ ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କେତେକ ସାଧାରଣ କଥାକୁ କେନ୍ଦ୍ରକରି କିମ୍ବା ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସଙ୍ଗକୁ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଆରଦ୍ରା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିବ। ଆଜି ସମ୍ପର୍କୀୟଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଆପଣ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ।
କର୍କଟ
କର୍କଟ
ଆଜି ଅଶ୍ଳେଷା ନକ୍ଷତ୍ର ପାଇଁ ଦିନଟି ପ୍ରତ୍ୟେକ ଦିଗରୁ ଅନୁକୂଳ ରହିବ। ବାତାବରଣ ସୃଷ୍ଟି ହେବ। ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସମ୍ପର୍କୀୟଙ୍କ ସହ ସୁସମ୍ପର୍କରେ ସାମାନ୍ୟ ବ୍ୟତିକ୍ରମର ଆଶଙ୍କା ରହିଛି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ପୂର୍ବାଫାଲଗୁନୀ ନକ୍ଷତ୍ର ବହୁତ ଦିନରୁ ଖୋଜୁଥିବା ଜିନିଷ ଆଜି ହଠାତ୍‌ ପାଇଯିବେ। ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଦୀର୍ଘଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ଆଶଙ୍କା ସୃଷ୍ଟି କରିପାରେ। ଅବଶ୍ୟ ହସ୍ତାନକ୍ଷତ୍ର ବ୍ୟକ୍ତିମାନେ ବନ୍ଧୁଙ୍କ ସହଯୋଗରୁ ଉତ୍ସାହିତ ହେବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
ସାମାଜିକ କ୍ଷେତ୍ରରେ ବନ୍ଧୁଙ୍କୁ ମନ କଥା କହିବାରେ ସଙ୍କୋଚ ମଣିବେ। ବିଶାଖା ନକ୍ଷତ୍ର ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ଅନୁରାଧା ନକ୍ଷତ୍ର ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। କଳା, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ସାହିତ୍ୟ ଓ ସାମ୍ବାଦିକତାରେ ଉନ୍ନତି ସଙ୍ଗକୁ ବିଭିନ୍ନ ସ୍ତରରୁ ପ୍ରଶଂସିତ ହେବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରକୁ ପ୍ରଭାବିତ କରିପାରେ। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ସାଙ୍ଗସାଥୀଙ୍କ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମକର
ମକର
ଆଜି ଶ୍ରବଣା ନକ୍ଷତ୍ର ଯେଉଁ କାମ ଆରମ୍ଭ କରିବାକୁ ଯିବେ ତାହା ଅବଶ୍ୟ ସଫଳ ହେବ। ଘରର କେତେକ ଅତ୍ୟାବଶ୍ୟକ ଜିନିଷଗୁଡ଼ିକୁ ଆଣିବାକୁ ବାଧ୍ୟ ହୋଇପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଅସଜଡ଼ା ପରିସ୍ଥିତିକୁ ସଜାଡ଼ି ନେବାର ପ୍ରୟାସ କରି ନିଶ୍ଚିତ ସଫଳତା ପାଇବେ। ଶତଭିଷା ନକ୍ଷତ୍ରର ଆର୍ଥିକ ସ୍ଥିତି ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡ଼ିବ। ଆନୁଷ୍ଠାନିକ କ୍ଷେତ୍ରରେ ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ
ପାରସ୍ପରିକ ଭୁଲ୍‌ ବୁଝାମଣା କାରଣରୁ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜ ପରିସରରେ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ରେବତୀ ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri