Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ରର ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ଅବୁଝା ବନ୍ଧୁ ମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ। ଶୁଭଖବର ପାଇବା ସହ ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କେତେକ ସାଧାରଣ କଥାକୁ କେନ୍ଦ୍ରକରି କିମ୍ବା ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସଙ୍ଗକୁ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଆରଦ୍ରା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିବ। ଆଜି ସମ୍ପର୍କୀୟଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଆପଣ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ।
କର୍କଟ
କର୍କଟ
ଆଜି ଅଶ୍ଳେଷା ନକ୍ଷତ୍ର ପାଇଁ ଦିନଟି ପ୍ରତ୍ୟେକ ଦିଗରୁ ଅନୁକୂଳ ରହିବ। ବାତାବରଣ ସୃଷ୍ଟି ହେବ। ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସମ୍ପର୍କୀୟଙ୍କ ସହ ସୁସମ୍ପର୍କରେ ସାମାନ୍ୟ ବ୍ୟତିକ୍ରମର ଆଶଙ୍କା ରହିଛି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ପୂର୍ବାଫାଲଗୁନୀ ନକ୍ଷତ୍ର ବହୁତ ଦିନରୁ ଖୋଜୁଥିବା ଜିନିଷ ଆଜି ହଠାତ୍‌ ପାଇଯିବେ। ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଦୀର୍ଘଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ଆଶଙ୍କା ସୃଷ୍ଟି କରିପାରେ। ଅବଶ୍ୟ ହସ୍ତାନକ୍ଷତ୍ର ବ୍ୟକ୍ତିମାନେ ବନ୍ଧୁଙ୍କ ସହଯୋଗରୁ ଉତ୍ସାହିତ ହେବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
ସାମାଜିକ କ୍ଷେତ୍ରରେ ବନ୍ଧୁଙ୍କୁ ମନ କଥା କହିବାରେ ସଙ୍କୋଚ ମଣିବେ। ବିଶାଖା ନକ୍ଷତ୍ର ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ଅନୁରାଧା ନକ୍ଷତ୍ର ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। କଳା, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ସାହିତ୍ୟ ଓ ସାମ୍ବାଦିକତାରେ ଉନ୍ନତି ସଙ୍ଗକୁ ବିଭିନ୍ନ ସ୍ତରରୁ ପ୍ରଶଂସିତ ହେବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରକୁ ପ୍ରଭାବିତ କରିପାରେ। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ସାଙ୍ଗସାଥୀଙ୍କ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମକର
ମକର
ଆଜି ଶ୍ରବଣା ନକ୍ଷତ୍ର ଯେଉଁ କାମ ଆରମ୍ଭ କରିବାକୁ ଯିବେ ତାହା ଅବଶ୍ୟ ସଫଳ ହେବ। ଘରର କେତେକ ଅତ୍ୟାବଶ୍ୟକ ଜିନିଷଗୁଡ଼ିକୁ ଆଣିବାକୁ ବାଧ୍ୟ ହୋଇପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଅସଜଡ଼ା ପରିସ୍ଥିତିକୁ ସଜାଡ଼ି ନେବାର ପ୍ରୟାସ କରି ନିଶ୍ଚିତ ସଫଳତା ପାଇବେ। ଶତଭିଷା ନକ୍ଷତ୍ରର ଆର୍ଥିକ ସ୍ଥିତି ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡ଼ିବ। ଆନୁଷ୍ଠାନିକ କ୍ଷେତ୍ରରେ ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ
ପାରସ୍ପରିକ ଭୁଲ୍‌ ବୁଝାମଣା କାରଣରୁ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜ ପରିସରରେ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ରେବତୀ ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଶୁଭକାର୍ଯ୍ୟର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ ଟଙ୍କାକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?