Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜି ସ୍ବଗୃହୀ ଶନି ଓ ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ଅବୁଝା ବନ୍ଧୁମାନଙ୍କୁ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ , ଆନୁଷ୍ଠାନିକ କାମ ତଥା ପିତୃକାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ ।
ବୃଷ
ବୃଷ
ମଙ୍ଗଳଙ୍କ ରାଶ୍ୟାବସ୍ଥାନରୁ ପାରିବାରିକ ଜୀବନ ବୁଝାମଣା ମଧ୍ୟରେ ଗତିଶୀଳ ହେବ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି। ସାମଜିକ କିମ୍ବା ପ୍ରଶାସନିକ ସ୍ତରରେ ଆଲୋଚନା ପୂର୍ବକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସାଙ୍ଗକୁ ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ନବମସ୍ଥ ଗୁରୁହେତୁ କର୍ମକ୍ଷେତ୍ରରେ ସମସ୍ତ ସୁବିଧା ଲାଭକରି କାମ ହାସଲ କରିବେ। କିନ୍ତୁ ଆରଦ୍ରା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିବ। ଆଜି ସମ୍ପର୍କୀୟଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସାମାନ୍ୟ ସଫଳତା ବିଳମ୍ବରେ ପାଇବେ।
କର୍କଟ
କର୍କଟ
ସ୍ବଗୃହୀ ଚନ୍ଦ୍ର ହେତୁ ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। କେତୁ ନକ୍ଷତ୍ରସ୍ଥ ଯୋଗୁ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ, ଯାହାଦ୍ୱାରା କିଛି ବି କରିପାରିବେ ନାହିଁ। ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ।
ସି˚ହ
ସି˚ହ
ଶୁକ୍ର ନିଜ ରାଶିରେ ଅବସ୍ଥାନ କରୁଥିବାର କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ଆଜି ହଠାତ୍‌ ପାଇଯିବେ। ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ ।
କନ୍ୟା
ପାପଗ୍ରହଙ୍କ କୁପ୍ରଭାବରୁ ଦୀର୍ଘଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ଆଶଙ୍କା ସୃଷ୍ଟି କରିପାରେ ।
ଅବଶ୍ୟ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି।
ତୁଳା
ତୁଳା
ରାଶିରେ କବନ୍ଧଗ୍ରହ ଥିବାରୁ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉଙ୍କି ମାରିବ, କିନ୍ତୁ କିଛିବି ହୋଇପାରିବ ନାହିଁ। କୌଣସି ନୂତନ କର୍ମାରମ୍ଭ କରିବେ ଓ ଏଥିରେ ସହଯୋଗ ଅବଶ୍ୟ ମିଳିବ । ନିର୍ମାଣ ଓ ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ବିଛା
ବିଛା
ଅନୁକୂଳ ଗ୍ରହସ୍ଥିତି ପ୍ରଭାବରୁ ଯାହା ହାସଲ କରିବାକୁ ଚିନ୍ତା କରୁଛନ୍ତି ନିଶ୍ଚିତ ପାଇପାରିବେ। କିନ୍ତୁ ଦ୍ୱାଦଶସ୍ଥ କେତୁଙ୍କ ଯୋଗୁ କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାପଗ୍ରହ ମଧ୍ୟସ୍ଥ ବୃହସ୍ପତିଙ୍କ ଯୋଗୁ ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ପ୍ରକାଶନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ସାଙ୍ଗସାଥୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେବ। ଅଫିସରେ ସବୁକଥାକୁ ହାଲୁକା ଭାବେ ନେଲେ କ୍ଷତିରେ ପଡ଼ିବେ।
ମକର
ମକର
ଭାଗ୍ୟସ୍ଥାନରେ ବୁଧାଦିତ୍ୟ ଯୋଗ ହେତୁ ଯେଉଁ କାମ ଆରମ୍ଭ କରିବେ ସଫଳ ହେବ। କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। ଧନିଷ୍ଠା ନକ୍ଷତ୍ର ପାଇଁ କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେବ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିବ।
କୁମ୍ଭ
କୁମ୍ଭ
ଶନିଙ୍କ କ୍ରୂର ଦୃଷ୍ଟିରେ ଧନାଧିପ ରହିଥିବାରୁ ଆର୍ଥିକ ସ୍ଥିତି ଦୁର୍ବଳ କାରଣରୁ ଚିନ୍ତା କରିବାକୁ ପଡ଼ିବ। ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସହଜ ଓ ସୁବିଧାରେ ହାତକୁ ନେଇଥିବା କାମ ସମ୍ପନ୍ନ ହୋଇଯିବ। ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। କଠୋର ପଦକ୍ଷେପ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
ରାହୁଙ୍କ ପ୍ରଭାବରେ ପାରଷ୍ପରିକ ଭୁଲ୍‌ ବୁଝାମଣା କାରଣରୁ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ଥ ହେବେ। ନିଜ ପରିସରରେ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ସଫଳତା ହାସଲ କରିବେ। ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri