Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ
ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ଶୁକ୍ରଙ୍କ ପ୍ରଭାବରେ ବିଳାସ ଉପକରଣ ଓ ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା ଫେରି ପାଇବେ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ ତଥା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇପାରେ।
ବୃଷ
ବୃଷ
ଧନାଧିପତି କୋଣଭାବରେ ରହିଥିବାରୁ ଆଶା କରୁଥିବା ଦିଗରୁ ଅର୍ଥ ପାଇ ଖୁସି ହେବେ। ବନ୍ଧୁଙ୍କଠାରୁ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ବିଶିଷ୍ଟବ୍ୟକ୍ତିଙ୍କ ଦ୍ୱାରା ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସାଙ୍ଗକୁ ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।
ମିଥୁନ
ମିଥୁନ
ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡ଼ିପାରେ। ନିଜ ସୁଖ ସୁବିଧାକୁ ଜଳାଞ୍ଜଳି ଦେଇ ଯେତେ ଭଲ କାମ କଲେ ମଧ୍ୟ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିପାରେ। ସମ୍ପର୍କୀୟଙ୍କ ଦ୍ୱାରା ଭୋଗ ବିଳାସର ମଉକା ଜୁଟିପାରେ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ଅବଶ୍ୟ ପାଇବେ।
କର୍କଟ
କର୍କଟ
ବିବାଦୀୟ ପରିସ୍ଥିତିର ସମ୍ମୁଖୀନ ହୋଇ ହଠାତ୍‌ କୌଣସି ନିଷ୍ପତ୍ତି ନେଇପାରିବେ ନାହିଁ। ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ହେତୁ ସତର୍କତା ଅବଲମ୍ବନ କରିବା ଭଲ ହେବ।
ସି˚ହ
ସି˚ହ
ପ୍ରତିକୂଳ ପରିସ୍ଥିତି ଯୋଗୁ ଇଚ୍ଛା ଥିଲେ ମଧ୍ୟ କେତେକ କାମ କରିବା ଦିଗରେ ପଛେଇ ଯାଇପାରନ୍ତି। ଜମିଜମା, ଆରକ୍ଷୀ ମାମଲା ତଥା ବହୁତ ଦିନରୁ ଖୋଜୁଥିବା ଜିନିଷ ପ୍ରାପ୍ତି ହେବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତା ପ୍ରକଟ କରିପାରନ୍ତି।
କନ୍ୟା
ଆଜି ଏକାଧାରରେ ଅର୍ଥ, ସମ୍ମାନ ଲାଭ ସାଙ୍ଗକୁ ବନ୍ଧୁଙ୍କ ଆତିଥ୍ୟ ଗ୍ରହଣ କରିବେ। କେତେକ ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାର ଆଶଙ୍କା ସୃଷ୍ଟି କରିପାରେ। ପାରିବାରିକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ପରକଥାରେ ପଡି ଭୁଲ୍‌ ମାର୍ଗ ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗିରହିବ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟବ୍ୟସ୍ତତା ଅଶାନ୍ତିର କାରଣ ହୋଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ଖଳଲୋକଙ୍କ ପ୍ରରୋଚନାରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିବାକୁ ବାଧ୍ୟ ହେବେ। ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା ପ୍ରଭୃତି କ୍ଷେତ୍ରରେ ସଫଳତା ମିଳିପାରେ ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରକୁ ପ୍ରଭାବିତ କରିପାରେ। ଆଜି ଆପଣ ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବାରୁ ସାଙ୍ଗସାଥୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇପାରେ। ସାମାଜିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ନିଜଲୋକଙ୍କ ପରିବର୍ତ୍ତିତ ଚିନ୍ତାଧାରା ଓ ବନ୍ଧୁଙ୍କ ସମର୍ଥନ ସହାୟକ ହୋଇପାରିବ। ମନ ଚାହୁଁ ନ ଥିଲେ ମଧ୍ୟ ଘର ପାଇଁ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିପାରେ। ପରିବାରରେ ପିଲାଙ୍କ କ୍ଷେତ୍ରରେ ଅବହେଳା କରି ଅନୁତାପ କରିପାରନ୍ତି
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ଅସଜଡ଼ା ପରିସ୍ଥିତିକୁ ସଜାଡ଼ି ନେବାର ପ୍ରୟାସ କରି ସଫଳତା ପାଇବେ। ଆର୍ଥିକ ସ୍ଥିତି ଦୁର୍ବଳ ରହିବାରୁ ବିକଳ୍ପ ଚିନ୍ତା ଓ ବ୍ୟବସ୍ଥା କରିବାକୁ ପଡ଼ିପାରେ। ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡିକ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ

ସଫଳତା ପ୍ରଚ୍ଛନ୍ନ ଭାବରେ ଲୁକ୍କାୟିତ ହୋଇଥିବାରୁ ପରୋକ୍ଷଭାବରେ ସହାୟତା ପାଇପାରିବେ। ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ଥ ହୋଇପାରନ୍ତି। ନିଜ ପରିସରରେ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?