Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଶୁକ୍ର ସହ ଚନ୍ଦ୍ରଙ୍କ ସଂଯୋଗ କାର୍ଯ୍ୟସିଦ୍ଧି ସାଙ୍ଗକୁ ବନ୍ଧୁମିଳନର ସୁଯୋଗ ସୃଷ୍ଟି କରିବ। ଆତ୍ମୀୟଙ୍କ ଗହଣରେ ଦୁଃଖକୁ ପାସୋରିଦେବେ। ବୁଦ୍ଧାଦିତ୍ୟ ଯୋଗ ରହିଲେ ମଧ୍ୟ ରାହୁଙ୍କ ସଂଯାଗ ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରୁ ଲାଭବାନ ହେବେ।
ବୃଷ
ବୃଷ
ମିତ୍ରକ୍ଷେତ୍ରସ୍ଥ ରାଶ୍ୟାଧିପ ହେତୁ କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗର ସୁଅ ମାଡ଼ି ଆସିବ। କାମ କରି ଚାଲନ୍ତୁ, ବିଳମ୍ବରେ କୃତକାର୍ଯ୍ୟ ହେବେ । କୌଣସି ବନ୍ଧୁଙ୍କ ପ୍ରତ୍ୟାଗମନ ଯୋଗୁ ମଉଜ ମଜଲିସରୁ ଦୂରେଇ ରହିବାକୁ ବାଧ୍ୟ ହେବେ। ନିଜର କଳାକୃତି ଓ କୃତିତ୍ୱ ହେତୁ ବନ୍ଧୁମହଲରେ ସମ୍ମାନିତ ହୋଇପାରନ୍ତି।
ମିଥୁନ
ମିଥୁନ
କିଛି ପାଇବାର ଅଭିଳାଷ ନେଇ ମାନସିକ ସ୍ତରରେ ଉତ୍ସୁକତା ଅନୁଭବ କରିବେ। ମଧୁର କଥାରେ ଅନ୍ୟମାନଙ୍କୁ ଆକର୍ଷିତ କରି କାର୍ଯ୍ୟ ହାସଲ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପୁରସ୍କୃତ କିମ୍ବା ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ ଲାଭ କରିପାରନ୍ତି। ରାହୁ ଯୁକ୍ତ ବୁଧଙ୍କ ପ୍ରଭାବ ପାରିବାରିକ କ୍ଷେତ୍ରକୁ ଗୋଳମାଳିଆ କରିପାରେ ।
କର୍କଟ
କର୍କଟ
ପାରିବାରିକ ବ୍ୟତିକ୍ରମକୁ ସହୃଦୟତାର ସହ ଗ୍ରହଣ କରିବାକୁ ବୁଦ୍ଧିଜୀବୀଙ୍କ ପ୍ରେରଣା ଲାଭ କରିବେ ।
କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିବ୍ରତ ହୋଇପାରନ୍ତି। ପ୍ରଶାସନ, ଆଇନ, ସଭାସମିତି, ଧାର୍ମିକ ତଥା ଆନୁଷ୍ଠାନିକ କାମରେ ଲକ୍ଷ୍ୟ ପୂରଣ ହେବ। ଆଜି ବନ୍ଧୁମାନଙ୍କ ଗହଣରେ ଅଧିକାଂଶ ସମୟ ଅତିବାହିତ କରିପାରନ୍ତି।
ସି˚ହ
ସି˚ହ
ଆଜି ପ୍ରତ୍ୟେକ ପ୍ରକାର କାମ ସକାଶେ ଅନୁକୂଳ ଫଳ ପାଇପାରିବେ। ଧର୍ମକାର୍ଯ୍ୟ, ବନ୍ଧୁମିଳନ, ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭରୁ ସାମୟିକ ଖୁସି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ। କିନ୍ତୁ ମତପାର୍ଥକ୍ୟ ଜନିତ କିମ୍ବା ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ଆଜି ଅନ୍ୟମାନଙ୍କର ମନ ଧରି କାମ କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରି ପାରିବେ ନାହିଁ। ଅବଶ୍ୟ ବାଣିଜ୍ୟ, ବ୍ୟବସାୟ, ପରିବହନ,ହୋଟେଲ ଶିଳ୍ପ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହନିର୍ମାଣ, ଜମି କିଣାବିକା, ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ। ମଧ୍ୟାହ୍ନରେ ଜଣେ ବନ୍ଧୁଙ୍କ ବ୍ୟବହାରକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ତୁଳା
ତୁଳା
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଏକ ପ୍ରକାର ଭଲରେ ଅତିବାହିତ ହେବ। ପାରଷ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନ ହସ ଖୁସିରେ କଟିବ। ନୂତନ କର୍ମାରମ୍ଭ, ସଭାସମିତି, ବନ୍ଧୁମିଳନ,ଆନୁଷ୍ଠାନିକ କାମ ଓ ମନୋରଞ୍ଜନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ସାୟାହ୍ନେ ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ଶନିଙ୍କ ପ୍ରଭାବରେ ଆଳସ୍ୟ ଓ ଅବହେଳାଜନିତ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ କରିପାରିବେ ନାହିଁ। କେତୁ ଆପଣଙ୍କ ନିଷ୍ପତ୍ତିକୁ ସୁନିୟନ୍ତ୍ରିତ କରିବାରେ ବିଫଳ ହେବେ। ପିଲାଙ୍କ କେତେକ ବ୍ୟତିକ୍ରମ ଓ ସମସ୍ୟା ଭାରାକ୍ରାନ୍ତ କରିପାରେ। ମାଙ୍ଗଳିକ କାମ, ଅତିଥି ଚର୍ଚ୍ଚା ଓ ବ୍ୟବସାୟିକ ସଫଳତା ହେତୁ ଉପକୃତ ହେବେ।
ଧନୁ
ଧନୁ
ନିଜ ଲୋକ ଦୂରେଇ ଯିବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପ୍ରତ୍ୟେକ ବିବାଦୀୟ ଘଟଣାରେ ନୀରବ ରହିବା ଆପଣଙ୍କ ସକାଶେ ଭଲ ହେବ। ଆର୍ଥିକ ସ୍ଥିତି କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ପ୍ରଭାବିତ ହେବ ନାହିଁ। କୌଣସି ବନ୍ଧୁଙ୍କ ସାହାଯ୍ୟ ଲାଭ କରି ସ୍ଥଗିତ କାମ ହାସଲ କରିବେ।
ମକର
ମକର
ଆକସ୍ମିକ ସମସ୍ୟାଜନିତ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା ସକାଶେ ଅନୁତାପ କରିପାରନ୍ତି। ବନ୍ଧୁଙ୍କ ଅସହିଷ୍ଣୁ ମନୋଭାବରୁ ଶାନ୍ତି ବ୍ୟାହତ ହୋଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ବିଶେଷ କିଛି ଅସୁବିଧା ହେବନାହିଁ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦ୍ୱିତା ପାଇଁ ଦିନଟି ପ୍ରତିକୂଳ ପ୍ରଭାବ ପକାଇବ।
କୁମ୍ଭ
କୁମ୍ଭ
ଦ୍ୱିତୀୟସ୍ଥ ବୃହସ୍ପତିଙ୍କ ପ୍ରଭାବରେ ବ୍ୟବହାରିକ ଜ୍ଞାନକୌଶଳ ଆପଣଙ୍କ କାର୍ଯ୍ୟକ୍ଷତ୍ରକୁ ସାହାଯ୍ୟ କରିବ। ଯାତ୍ରା, ପ୍ରକାଶନ, ପ୍ରଶାସନ, ଆଇନ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରୁ ପ୍ରଶଂସିତ ହେବେ। ଯାନ୍ତ୍ରିକ ଜିନିଷ, ବିଳାସବ୍ୟସନ ସମ୍ପର୍କିତ ବସ୍ତୁ, ଯାନବାହନ, ପ୍ରଭୃତି ପାଇଁ ମନ ବଳାଇପାରନ୍ତି।
ମୀନମୀନ
ଆଜି ଏକାଧାରରେ ଆପଣ ଅର୍ଥ, ସମ୍ମାନ, ମାନସିକ ସୁସ୍ଥତା, ବନ୍ଧୁଙ୍କ ସହୃଦୟତା ଲାଭ କରିପାରିବେ। ପାରିବାରିକ ସଦ୍‌ଭାବରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ଶୁଭେଚ୍ଛୁମାନେ ଭୂୟସୀ ପ୍ରଶଂସା କରିବା କାରଣରୁ ବନ୍ଧୁ ଗହଣରେ ଚର୍ଚ୍ଚିତ ହେବେ। ଚିକିତ୍ସାଧୀନ କୌଣସି ବନ୍ଧୁଙ୍କ ଆଶୁ ଆରୋଗ୍ୟ ଲାଭ ସକାଶେ ଚିନ୍ତିତ ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri