Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଶୁକ୍ର ସହ ଚନ୍ଦ୍ରଙ୍କ ସଂଯୋଗ କାର୍ଯ୍ୟସିଦ୍ଧି ସାଙ୍ଗକୁ ବନ୍ଧୁମିଳନର ସୁଯୋଗ ସୃଷ୍ଟି କରିବ। ଆତ୍ମୀୟଙ୍କ ଗହଣରେ ଦୁଃଖକୁ ପାସୋରିଦେବେ। ବୁଦ୍ଧାଦିତ୍ୟ ଯୋଗ ରହିଲେ ମଧ୍ୟ ରାହୁଙ୍କ ସଂଯାଗ ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରୁ ଲାଭବାନ ହେବେ।
ବୃଷ
ବୃଷ
ମିତ୍ରକ୍ଷେତ୍ରସ୍ଥ ରାଶ୍ୟାଧିପ ହେତୁ କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗର ସୁଅ ମାଡ଼ି ଆସିବ। କାମ କରି ଚାଲନ୍ତୁ, ବିଳମ୍ବରେ କୃତକାର୍ଯ୍ୟ ହେବେ । କୌଣସି ବନ୍ଧୁଙ୍କ ପ୍ରତ୍ୟାଗମନ ଯୋଗୁ ମଉଜ ମଜଲିସରୁ ଦୂରେଇ ରହିବାକୁ ବାଧ୍ୟ ହେବେ। ନିଜର କଳାକୃତି ଓ କୃତିତ୍ୱ ହେତୁ ବନ୍ଧୁମହଲରେ ସମ୍ମାନିତ ହୋଇପାରନ୍ତି।
ମିଥୁନ
ମିଥୁନ
କିଛି ପାଇବାର ଅଭିଳାଷ ନେଇ ମାନସିକ ସ୍ତରରେ ଉତ୍ସୁକତା ଅନୁଭବ କରିବେ। ମଧୁର କଥାରେ ଅନ୍ୟମାନଙ୍କୁ ଆକର୍ଷିତ କରି କାର୍ଯ୍ୟ ହାସଲ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପୁରସ୍କୃତ କିମ୍ବା ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ ଲାଭ କରିପାରନ୍ତି। ରାହୁ ଯୁକ୍ତ ବୁଧଙ୍କ ପ୍ରଭାବ ପାରିବାରିକ କ୍ଷେତ୍ରକୁ ଗୋଳମାଳିଆ କରିପାରେ ।
କର୍କଟ
କର୍କଟ
ପାରିବାରିକ ବ୍ୟତିକ୍ରମକୁ ସହୃଦୟତାର ସହ ଗ୍ରହଣ କରିବାକୁ ବୁଦ୍ଧିଜୀବୀଙ୍କ ପ୍ରେରଣା ଲାଭ କରିବେ ।
କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିବ୍ରତ ହୋଇପାରନ୍ତି। ପ୍ରଶାସନ, ଆଇନ, ସଭାସମିତି, ଧାର୍ମିକ ତଥା ଆନୁଷ୍ଠାନିକ କାମରେ ଲକ୍ଷ୍ୟ ପୂରଣ ହେବ। ଆଜି ବନ୍ଧୁମାନଙ୍କ ଗହଣରେ ଅଧିକାଂଶ ସମୟ ଅତିବାହିତ କରିପାରନ୍ତି।
ସି˚ହ
ସି˚ହ
ଆଜି ପ୍ରତ୍ୟେକ ପ୍ରକାର କାମ ସକାଶେ ଅନୁକୂଳ ଫଳ ପାଇପାରିବେ। ଧର୍ମକାର୍ଯ୍ୟ, ବନ୍ଧୁମିଳନ, ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭରୁ ସାମୟିକ ଖୁସି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ। କିନ୍ତୁ ମତପାର୍ଥକ୍ୟ ଜନିତ କିମ୍ବା ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ଆଜି ଅନ୍ୟମାନଙ୍କର ମନ ଧରି କାମ କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରି ପାରିବେ ନାହିଁ। ଅବଶ୍ୟ ବାଣିଜ୍ୟ, ବ୍ୟବସାୟ, ପରିବହନ,ହୋଟେଲ ଶିଳ୍ପ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହନିର୍ମାଣ, ଜମି କିଣାବିକା, ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ। ମଧ୍ୟାହ୍ନରେ ଜଣେ ବନ୍ଧୁଙ୍କ ବ୍ୟବହାରକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ତୁଳା
ତୁଳା
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଏକ ପ୍ରକାର ଭଲରେ ଅତିବାହିତ ହେବ। ପାରଷ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନ ହସ ଖୁସିରେ କଟିବ। ନୂତନ କର୍ମାରମ୍ଭ, ସଭାସମିତି, ବନ୍ଧୁମିଳନ,ଆନୁଷ୍ଠାନିକ କାମ ଓ ମନୋରଞ୍ଜନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ସାୟାହ୍ନେ ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ଶନିଙ୍କ ପ୍ରଭାବରେ ଆଳସ୍ୟ ଓ ଅବହେଳାଜନିତ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ କରିପାରିବେ ନାହିଁ। କେତୁ ଆପଣଙ୍କ ନିଷ୍ପତ୍ତିକୁ ସୁନିୟନ୍ତ୍ରିତ କରିବାରେ ବିଫଳ ହେବେ। ପିଲାଙ୍କ କେତେକ ବ୍ୟତିକ୍ରମ ଓ ସମସ୍ୟା ଭାରାକ୍ରାନ୍ତ କରିପାରେ। ମାଙ୍ଗଳିକ କାମ, ଅତିଥି ଚର୍ଚ୍ଚା ଓ ବ୍ୟବସାୟିକ ସଫଳତା ହେତୁ ଉପକୃତ ହେବେ।
ଧନୁ
ଧନୁ
ନିଜ ଲୋକ ଦୂରେଇ ଯିବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପ୍ରତ୍ୟେକ ବିବାଦୀୟ ଘଟଣାରେ ନୀରବ ରହିବା ଆପଣଙ୍କ ସକାଶେ ଭଲ ହେବ। ଆର୍ଥିକ ସ୍ଥିତି କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ପ୍ରଭାବିତ ହେବ ନାହିଁ। କୌଣସି ବନ୍ଧୁଙ୍କ ସାହାଯ୍ୟ ଲାଭ କରି ସ୍ଥଗିତ କାମ ହାସଲ କରିବେ।
ମକର
ମକର
ଆକସ୍ମିକ ସମସ୍ୟାଜନିତ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା ସକାଶେ ଅନୁତାପ କରିପାରନ୍ତି। ବନ୍ଧୁଙ୍କ ଅସହିଷ୍ଣୁ ମନୋଭାବରୁ ଶାନ୍ତି ବ୍ୟାହତ ହୋଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ବିଶେଷ କିଛି ଅସୁବିଧା ହେବନାହିଁ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦ୍ୱିତା ପାଇଁ ଦିନଟି ପ୍ରତିକୂଳ ପ୍ରଭାବ ପକାଇବ।
କୁମ୍ଭ
କୁମ୍ଭ
ଦ୍ୱିତୀୟସ୍ଥ ବୃହସ୍ପତିଙ୍କ ପ୍ରଭାବରେ ବ୍ୟବହାରିକ ଜ୍ଞାନକୌଶଳ ଆପଣଙ୍କ କାର୍ଯ୍ୟକ୍ଷତ୍ରକୁ ସାହାଯ୍ୟ କରିବ। ଯାତ୍ରା, ପ୍ରକାଶନ, ପ୍ରଶାସନ, ଆଇନ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରୁ ପ୍ରଶଂସିତ ହେବେ। ଯାନ୍ତ୍ରିକ ଜିନିଷ, ବିଳାସବ୍ୟସନ ସମ୍ପର୍କିତ ବସ୍ତୁ, ଯାନବାହନ, ପ୍ରଭୃତି ପାଇଁ ମନ ବଳାଇପାରନ୍ତି।
ମୀନମୀନ
ଆଜି ଏକାଧାରରେ ଆପଣ ଅର୍ଥ, ସମ୍ମାନ, ମାନସିକ ସୁସ୍ଥତା, ବନ୍ଧୁଙ୍କ ସହୃଦୟତା ଲାଭ କରିପାରିବେ। ପାରିବାରିକ ସଦ୍‌ଭାବରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ଶୁଭେଚ୍ଛୁମାନେ ଭୂୟସୀ ପ୍ରଶଂସା କରିବା କାରଣରୁ ବନ୍ଧୁ ଗହଣରେ ଚର୍ଚ୍ଚିତ ହେବେ। ଚିକିତ୍ସାଧୀନ କୌଣସି ବନ୍ଧୁଙ୍କ ଆଶୁ ଆରୋଗ୍ୟ ଲାଭ ସକାଶେ ଚିନ୍ତିତ ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?