Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ
ଆଜି ଆତ୍ମୀୟଙ୍କ ଗହଣରେ ଦୁଃଖକୁ ପାସୋରିଦେବେ। ରାଜନୀତି କିମ୍ବା ଆନୁଷ୍ଠାନିକ କାମରେ ବିଜ୍ଞବ୍ୟକ୍ତିମାନଙ୍କ ନିକଟରୁ ଆଦର ସମ୍ମାନ ପାଇବେ। ଆଜିର ଯାତ୍ରା, କଳା, ସାହିତ୍ୟରେ ସମସ୍ୟା ସମାଧାନ ସାଙ୍ଗକୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ମଧ୍ୟ ଲାଭବାନ୍‌ ହୋଇପାରନ୍ତି। ମହିଳାମାନେ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ସାମିଲ୍‌ କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗର ସୁଅ ଛୁଟିବ। ସ୍ଥଗିତ କାମରେ ନାସ୍ତି ସୂଚନା ପାଇଲେ ମଧ୍ୟ କୃତକାର୍ଯ୍ୟ ହେବେ। ଆକସ୍ମିକ ଭାବେ ମତାନ୍ତରଜନିତ କୌଣସି ବନ୍ଧୁଙ୍କ ପ୍ରତ୍ୟାଗମନ ଯୋଗୁ ମଉଜ ମଜଲିସରୁ ଦୂରେଇ ରହିବାକୁ ବାଧ୍ୟ ହେବେ। ନିଜର କଳାକୃତି ଓ କୃତିତ୍ୱ ହେତୁ ବନ୍ଧୁ ମହଲରେ ସମ୍ମାନିତ ହୋଇପାରନ୍ତି।
ମିଥୁନ
ମିଥୁନ
କିଛି ପାଇବାର ଅଭିଳାଷ ନେଇ ମାନସିକ ସ୍ତରରେ ଉତ୍ସୁକତା ଅନୁଭବ କରିବେ। ଅନ୍ୟକୁ ଆକର୍ଷିତ କରାଇ କାର୍ଯ୍ୟ ହାସଲରେ ସମର୍ଥ ହେବେ। ପୁରସ୍କୃତ କିମ୍ବା ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ ଜୁଟିବ, ଯାହାକି ଆଦୌ ଆଶା କରି ନ ଥିବେ। ପାରିବାରିକ କ୍ଷେତ୍ରରେ ଆପଣ ସବୁ ଜାଣିଶୁଣି ମଧ୍ୟ ନୀରବ ରହିପାରିଲେ ଭଲ ହେବ।
କର୍କଟ
କର୍କଟ
ପାରିବାରିକ ବ୍ୟତିକ୍ରମକୁ ସହୃଦୟତାର ସହ ଗ୍ରହଣ କରିବାକୁ ପଡ଼ୋଶୀ ପ୍ରେରଣା ଦେବେ। କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିବ୍ରତ ହୋଇପାରନ୍ତି। ପ୍ରକାଶନ ଓ ପ୍ରଶାସନ, ଆଇନ, ସଭାସମିତି, ଧାର୍ମିକ ତଥା ଆନୁଷ୍ଠାନିକ କାମରେ ଲକ୍ଷ୍ୟ ପୂରଣ ହେବ। ଦାମ୍ପତ୍ୟ ଜୀବନରେ ଭୁଲ୍‌ ବୁଝାମଣା ମାନସିକ ଅଶାନ୍ତିକୁ ନିମନ୍ତ୍ରଣ କରିପାରେ।
ସି˚ହ
ସି˚ହ
ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ରାଜନୀତି, ଆଇନ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ମଧ୍ୟ ବିଭିନ୍ନ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବେ। ମତପାର୍ଥକ୍ୟଜନିତ କିମ୍ବା ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହେବ। ଯାହା ଆଶା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ।
କନ୍ୟା
ଆଜି ଅନ୍ୟମାନଙ୍କର ମନ ମୁତାବକ କାମ କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରି ହେବ ନାହିଁ। ଅବଶ୍ୟ ବାଣିଜ୍ୟ, ବ୍ୟବସାୟ, ପରିବହନ, ହୋଟେଲ ଶିଳ୍ପ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ ନିର୍ମାଣ, ଜମି କିଣାବିକା, ଗାଡ଼ିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ। ମଧ୍ୟାହ୍ନରେ ଜଣେ ବନ୍ଧୁଙ୍କ ବ୍ୟବହାରକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ତୁଳା
ତୁଳା
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଏକ ପ୍ରକାର ଭଲରେ ଅତିବାହିତ ହେବ। ନୂତନ କର୍ମାରମ୍ଭ, ସଭାସମିତି, ବନ୍ଧୁମିଳନ, ଆନୁଷ୍ଠାନିକ କାମ ଓ ମନୋରଞ୍ଜନ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ। କର୍ମକ୍ଷେତ୍ରରୁ ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ।
ବିଛା
ବିଛା
ଆପଣଙ୍କ ନିଷ୍ପତ୍ତିକୁ ସୁନିୟନ୍ତ୍ରିତ କରିବାରେ ବିଫଳ ହେବେ। ପିଲାମାନଙ୍କର କେତେକ ବ୍ୟତିକ୍ରମ ଓ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ଅବଶ୍ୟ ମାଙ୍ଗଳିକ କାମ, ଅତିଥି ଚର୍ଚ୍ଚା ଓ ବ୍ୟବସାୟିକ ସଫଳତା ହେତୁ ଉପକୃତ ହେବେ। ଆତ୍ମୀୟଙ୍କ ସଦ୍ଭାବ ଓ ବନ୍ଧୁମାନଙ୍କ ଶୁଭେଚ୍ଛା ସାମୟିକ ଭାବରେ ମନକୁ ଆହ୍ଲାଦିତ କରିବ।
ଧନୁ
ଧନୁ
 ଯୁକ୍ତିତର୍କକୁ ନେଇ ନିଜ ଲୋକ ଦୂରେଇ ଯିବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ। ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବିବାଦୀୟ ଘଟଣାରେ ନୀରବ ରହିବା ଭଲ ହେବ। ଆର୍ଥିକ ସ୍ଥିତି କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ପ୍ରଭାବିତ ହେବ ନାହିଁ। କୌଣସି ବନ୍ଧୁଙ୍କ ସାହାଯ୍ୟ ଲାଭ କରି ସ୍ଥଗିତ କାମ ହାସଲ କରିବେ।
ମକର
ମକର
କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ଅସହିଷ୍ଣୁ ମନୋଭାବରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ଶିଳ୍ପ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ବିଶେଷ କିଛି ଅସୁବିଧା ହେବନାହିଁ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦ୍ୱିତା ପାଇଁ ଦିନଟି ପ୍ରତିକୂଳ ପ୍ରଭାବ ପକାଇବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କିନ୍ତୁ ଯାତ୍ରା, ପ୍ରକାଶନ, ପ୍ରଶାସନ, ଆଇନ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରୁ ପ୍ରଶଂସିତ ହେବେ। ଯାନ୍ତ୍ରିକ ଜିନିଷ, ବିଳାସ ବସ୍ତୁ, ଯାନବାହନ ପ୍ରଭୃତି ପାଇଁ ମନ ବଳାଇବେ। ବନ୍ଧୁମିଳନ, ମାଙ୍ଗଳିକ କାର୍ଯ୍ୟରେ ନିଜକୁ ସହଭାଗିତା କରାଇପାରନ୍ତି।
ମୀନମୀନ
ଆଜି ବନ୍ଧୁଙ୍କ ସହୃଦୟତା, ପାରିବାରିକ ସଦ୍ଭାବ ପାଇବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ଯାନବାହନ, ତର୍କ ବିତର୍କରେ ସତର୍କ ରହିବା ଭଲ ହେବ। ଚିକିତ୍ସାଧୀନ କୌଣସି ବନ୍ଧୁଙ୍କ ଆଶୁ ଆରୋଗ୍ୟ ଲାଭ ସକାଶେ ଚିନ୍ତିତ ରହିପାରନ୍ତି। ସନ୍ତାନଙ୍କ ସଫଳାରେ ଘରେ ଆନନ୍ଦ ଲହରି ଛୁଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri