Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ
ସାମାନ୍ୟ ଡିପ୍ରେସନ ଲାଗି ରହିଲେ ମଧ୍ୟ କୌଣସି କାମ ଅସମ୍ପୂର୍ଣ୍ଣ ରହିବ ନାହିଁ। କର୍ମକ୍ଷେତ୍ରରେ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ ଅନ୍ୟଥା ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ବୃଷ
ବୃଷ
ଆଜି ଏକ ଭିନ୍ନ ପରିବେଶରେ କର୍ମକ୍ଷେତ୍ରରୁ ଆପଣଙ୍କୁ ଅର୍ଥ ଓ ସମ୍ମାନ ମିଳିବ। ମୃଗଶିରା ନକ୍ଷତ୍ର ଆଲୋଚନା କାଳରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ହେବ। ସାଂସ୍କୃତିକ କାର୍ଯ୍ୟ ଯଥାବିଧି ସମ୍ପନ୍ନ ସକାଶେ ତପତ୍ରତା ବଢ଼ିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
ଆର୍ଦ୍ରା ନକ୍ଷତ୍ର ସକାଶେ ଆତ୍ମୀୟମାନେ ଦୂରଭିସନ୍ଧି ପୂରଣ କରିବା ସକାଶେ ଆପଣଙ୍କର ପ୍ରଶଂସା ଗାଇ ବୁଲିପାରନ୍ତି। କଳା, ସାହିତ୍ୟ ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବିବାଦୀୟ ଘଟଣାରେ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ। ଯାହା କରୁଛନ୍ତି କରନ୍ତୁ, କିନ୍ତୁ ପରିବାର ସହମତିରେ କାମ କଲେ ଉପକୃତ ହେବେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର ଜାତ ବ୍ୟକ୍ତିମାନେ ଆଜି ଘରେ ହେଉ କିମ୍ବା କର୍ମକ୍ଷେତ୍ରରେ ପୁରୁଣା କଥାକୁ ଦୋହରାଇବା ଠିକ୍‌ ହେବନି। ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗକୁ ନେଇ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ଋଣ ଅର୍ଥ ବାଣିଜ୍ୟରେ ବିନିଯୋଗ କରିବାକୁ ମନ ବଳାଇବେ। ସାମାଜିକ ସ୍ତରରେ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଈର୍ଷାଳୁ ଆତ୍ମୀୟଙ୍କ ବେଖାତିର ମନୋଭାବରୁ ବ୍ୟଥିତ ହୋଇପାରନ୍ତି। ଅର୍ଥ ସଙ୍କଟରେ ପଡ଼ିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ। ଏକ ନିର୍ଦ୍ଦିଷ୍ଟ ପ୍ରସଙ୍ଗରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ରର ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ସାମୟିକ ଖୁସି ଅନୁଭବ କରିବେ।
କନ୍ୟା
ଆପଣଙ୍କ ତ୍ୟାଗ ଓ ପରୋପକାର ପ୍ରବୃତ୍ତି ଆଧାରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ। କର୍ମକ୍ଷେତ୍ରରେ ଭଲ କଲେ ମଧ୍ୟ ସହକର୍ମୀଙ୍କ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ। ଚିତ୍ରା ନକ୍ଷତ୍ରର ପରିବାରରେ ଭୁଲ୍‌ ବୁଝାମଣାରୁ ପରିସ୍ଥିତି ଗମ୍ଭୀର ରହିବ। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ। ଶତ୍ରୁତା କରୁଥିବା ବ୍ୟକ୍ତିବିଶେଷଙ୍କ ସହ ଆଲୋଚନା ମାଧ୍ୟମରେ ସମସ୍ୟା ସମାଧାନର ଆଶା ରହିଛି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ।
ବିଛା
ବିଛା
ଆଜି ଜଣେ ବ୍ୟକ୍ତିଙ୍କ ଅଭିଯୋଗ ଅସାଧାରଣ ପରିସ୍ଥିତି ସୃଷ୍ଟି କରିବ। ଛୋଟବଡ଼ କେତେକ ସମସ୍ୟା ସମାଧାନର ଚିନ୍ତା କରି ମନ ବିଭ୍ରାନ୍ତ ରହିବ। ଜ୍ୟେଷ୍ଠା ନକ୍ଷତ୍ରର ନିଜ କାମକୁ ସୁଚାରୁରୂପେ ସମ୍ପାଦନ କରିବା କ୍ଷେତ୍ରରେ ବନ୍ଧୁଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ। ପାରିବାରିକ କ୍ଷେତ୍ରରେ ମତାନ୍ତର ସୃଷ୍ଟି ହୋଇପାରେ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରା ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ବେଶ୍‌ ପ୍ରୀତିପ୍ରଦ ରହିବ। ମାନସିକ ଅସୁସ୍ଥତା କାରଣରୁ କୌଣସି କାମ ସକାଶେ ଉତ୍ସାହିତ ହୋଇପାରିବେ ନାହିଁ। କାର୍ଯ୍ୟ ହାସଲ ସକାଶେ ବନ୍ଧୁଙ୍କ ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରିପାରିବେ ନାହିଁ। ସରକାରୀ ସ୍ତରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ।
ମକର
ମକର
ସହକର୍ମୀଙ୍କ ମାଧ୍ୟମରେ ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଧନିଷ୍ଠା ନକ୍ଷତ୍ରର ଆଜି କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
କୁମ୍ଭ
କୁମ୍ଭ
ଶାରୀରିକ ସୁସ୍ଥତା ରହିଥିଲେ ମଧ୍ୟ ମାନସିକ ସ୍ଥିତି ତାହାର ଓଲଟା ରହିବ। ଶିଳ୍ପ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଅନାବଶ୍ୟକ ଭାବରେ ଅନାହୂତ ସ୍ଥାନକୁ ଗସ୍ତ କରି କିଛି କହିବା ଦ୍ୱାରା ଉପହସିତ ହେବାକୁ ପଡ଼ିବ। ଭଲ ସମ୍ପର୍କ ଥିବା ବନ୍ଧୁ ନିଜ ସୁବିଧା ହାସଲକୁ ନେଇ ଅସୁବିଧାରେ ପକାଇପାରନ୍ତି।
ମୀନମୀନ
ବୁଝାମଣା ଠିକ୍‌ ନ ରହିବା ହେତୁ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ। କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ପୂର୍ବଭାଦ୍ର ନକ୍ଷତ୍ରର ଦୂରଯାତ୍ରାରେ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସନୀୟ କାମ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରୁ ବନ୍ଧୁମିଳନ ସାଙ୍ଗକୁ କର୍ମମୁଖର ରହିବେ। ପାରିବାରିକ ସଦ୍‌ଭାବ ମଧ୍ୟରେ ହସଖୁସିର ମଜା ଉଠାଇପାରନ୍ତି। ସଭାସମିତି, ନୃତ୍ୟ ସଙ୍ଗୀତ, ସେବା କାର୍ଯ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ ଆଜିର ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ରର ପରିସ୍ଥିତି ସ୍ବାଭାବିକ ରହିବ। ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଏବଂ ସଭାସମିତି ଓ ଆନୁଷ୍ଠାନିକ…

ରାଶିଫଳ: ମଙ୍ଗଳବାର , ଜୁଲାଇ ୧୪ ତାରିଖ – Daily Horoscope

ମେଷ ଆଜି ତୃତୀୟଭାବରେ ତିନୋଟି ଗ୍ରହଙ୍କ ସଂଯୋଗ କାରଣରୁ ବନ୍ଧୁମିଳନ,ଧାର୍ମିକ କାର୍ଯ୍ୟ ଏବଂ ଭ୍ରମଣସୌଖ୍ୟ ଲାଭ କରିବେ। ପାରିବାରିକ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମର ଆଶଙ୍କା…

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri