Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ
ସକାଳୁ ସକାଳୁ କୌଣସି ଖବର ପାଇ ବିସ୍ମୟାଭିଭୂତ ହୋଇପାରନ୍ତି। ପ୍ରତ୍ୟେକ ଦିଗରୁ ବିଭିନ୍ନ ପ୍ରକାରର ନାସ୍ତିସୂଚକ କଥା ଶୁଣି ମାନସିକ ସ୍ଥିତି ଭଲ ରହିବ ନାହିଁ। ସମ୍ପର୍କୀୟ ବନ୍ଧୁମାନଙ୍କ ସାହାଯ୍ୟ ମିଳିଲେ ମଧ୍ୟ କାମ ହାସଲ ସକାଶେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
ବୃଷ
ବୃଷ
ଆଜି ଏକ ଭିନ୍ନ ପରିବେଶରେ କିମ୍ବା କର୍ମକ୍ଷେତ୍ରରୁ ଆପଣଙ୍କୁ ଅର୍ଥ ଓ ସମ୍ମାନ ମିଳିବ। କିନ୍ତୁ ସଭାସମିତିରେ ଆଲୋଚନା କାଳରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ହେବ। ସାଂସ୍କୃତିକ କାର୍ଯ୍ୟ ଯଥାବିଧି ସମ୍ପନ୍ନ ସକାଶେ ତପତ୍ରତା ବଢ଼ିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
ନିଜର ଦୂରଭିସନ୍ଧି ପୂରଣ କରିବା ସକାଶେ ମିତ୍ରମାନେ ଆପଣଙ୍କର ପ୍ରଶଂସା ଗାଇ ବୁଲିବେ। କଳା, ସାହିତ୍ୟ ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। କେତେକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
କର୍କଟ
କର୍କଟ
ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ପୁରୁଣା କଥାକୁ ବାରମ୍ବାର ଦୋହରାଇବା ଠିକ୍‌ ହେବନି। ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥ ସଂଗ୍ରହ କରି ବାଣିଜ୍ୟରେ ବିନିଯୋଗ କରିପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଆତ୍ମୀୟମାନଙ୍କ ବେଖାତିର ମନୋଭାବରୁ ବ୍ୟଥିତ ହୋଇପାରନ୍ତି। ଅର୍ଥ ସଙ୍କଟରେ ପଡ଼ିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ। ଏକ ନିର୍ଦ୍ଦିଷ୍ଟ ପ୍ରସଙ୍ଗର ଆଲୋଚନାରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନକୁ ସାନ୍ତ୍ବନା ମିଳିବ।
କନ୍ୟା
ଆପଣଙ୍କ ତ୍ୟାଗ ଓ ପରୋପକାର ପ୍ରବୃତ୍ତି ଆଧାରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ। କିନ୍ତୁ କର୍ମକ୍ଷେତ୍ରରେ ଭଲ କଲେ ମଧ୍ୟ ସହକର୍ମୀଙ୍କ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ପରିସ୍ଥିତି ଗମ୍ଭୀର ରହିବ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଓ କାର୍ଯ୍ୟରେ ଯୋଗଦେବେ।
ତୁଳା
ତୁଳା
ରାଜନୈତିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଛୋଟବଡ଼ ସମସ୍ୟାକୁ ଛାଡ଼ିଦେଲେ ଦିନଟି ଭଲରେ କଟିବ।
ବିଛା
ବିଛା
ଆଜି ଜଣେ ସାଧାରଣ ବ୍ୟକ୍ତିଙ୍କ ଅଭିଯୋଗ ଅସାଧାରଣ ପରିସ୍ଥିତି ସୃଷ୍ଟି କରିବ। ଛୋଟବଡ କେତେକ ସମସ୍ୟା ସମାଧାନର ଚିନ୍ତା କରି ମନ ବିଭ୍ରାନ୍ତ ରହିବ। କାମ ସମ୍ପାଦନ କ୍ଷେତ୍ରରେ ବନ୍ଧୁଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ। ପାରିବାରିକ କ୍ଷେତ୍ରରେ ମତାନ୍ତର ଜନିତ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ।
ଧନୁ
ଧନୁ
ମାନସିକ ଅସୁସ୍ଥତା କାରଣରୁ କୌଣସି କାମ ସକାଶେ ଉତ୍ସାହିତ ହୋଇପାରିବେ ନାହିଁ। ଏଣେ କାର୍ଯ୍ୟ ହାସଲ ସକାଶେ ମଧ୍ୟ ବନ୍ଧୁଙ୍କ ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରିପାରିବେ ନାହିଁ। ତଥାପି ଆପଣଙ୍କର ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ସରକାରୀ ସ୍ତରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ।
ମକର
ମକର
ଦୀର୍ଘଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ପିଲାଙ୍କ ସଫଳତାକୁ ନେଇ ଖୁସି ହେବେ।
କୁମ୍ଭ
କୁମ୍ଭ
ଶାରୀରିକ ସୁସ୍ଥତା ରହିଥିଲେ ମଧ୍ୟ ମାନସିକ ସ୍ଥିତି ତାହାର ଓଲଟା ରହିବ। ଶିଳ୍ପ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଅନାହୂତ ସ୍ଥାନରେ ପଚାରିବା ପୂର୍ବରୁ କିଛି କହିବା ଦ୍ୱାରା ଉପହସିତ ହେବାକୁ ପଡ଼ିବ। ଭଲ୍‌ ସମ୍ପର୍କ ଥିବା ବନ୍ଧୁ ନିଜ ସୁବିଧା ହାସଲକୁ ନେଇ ଅସୁବିଧାରେ ପକାଇପାରନ୍ତି।
ମୀନମୀନ

ଯାହା କରୁଛନ୍ତି ଭଲରୂପେ ବିଚାରବିମର୍ଶ କରି କରନ୍ତୁ ଅନ୍ୟଥା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ। କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଦୂରଯାତ୍ରାରେ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri