Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ
ଆଜି ଶାରୀରିକ ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତି ବହୁତ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ର ତଥା ହୋଟେଲ ବ୍ୟବସାୟରେ ଉନ୍ନତମାନର ଫଳ ପାଇବେ। ଆଇନ ଅଦାଲତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସମ୍ପର୍କୀୟଙ୍କ ସହ ସୁସମ୍ପର୍କ ବଜାୟ ରଖି କାମ ହାସଲ କରିପାରିବେ।
ବୃଷ
ବୃଷ
ଅନ୍ୟକୁ ସାହାଯ୍ୟ କରି ଆତ୍ମତୃପ୍ତି ଲାଭ କରିପାରନ୍ତି। ପରିବାର ମଧ୍ୟରେ ନିଜର ପତିଆରା ଦେଖାନ୍ତୁ ନାହିଁ, କାରଣ ଭଲ ବଦଳରେ ତାହା ମନ୍ଦରେ ପରିଣତ ହେବ। ଅପ୍ରିୟ ସତ୍ୟ କହି ଭୁଲ୍‌ ବୁଝାମଣାର ଶିକାର ହେବାକୁ ପଡ଼ିପାରେ। କୌଣସି ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍‌ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟଧରି ରହିପାରିଲେ କାମ ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇପାରିବ। ନୂତନ ଭାବେ କିଛିଟା ଆରମ୍ଭ କରି ଏକପ୍ରକାର ଆତ୍ମତୃପ୍ତି ଲାଭ କରିପାରନ୍ତି। ସମସ୍ୟା ସମ୍ପର୍କରେ ସମାଧାନର ଦାୟିତ୍ୱ ନେବା ପାଇଁ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କ୍ରୀଡ଼ା, ଚଳଚ୍ଚିତ୍ର ଓ ସାହିତ୍ୟରେ ଉନ୍ନତି କରିବେ।
କର୍କଟ
କର୍କଟ
ନୂତନ ଭାବେ କୌଣସି ମୂଲ୍ୟବାନ୍‌ ଜିନିଷ କିଣାବିକାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ପରିବହନରେ ସମସ୍ୟା ରହିବ, କିନ୍ତୁ ବିଶେଷ କିଛି ଅସୁବିଧା ହେବନାହିଁ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ନିଶ୍ଚିତ ଉପକୃତ ହେବେ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ସ୍ନେହ, ଶ୍ରଦ୍ଧା ଆଶାନୁରୂପ ପାଇବା ମୁସ୍କିଲ୍‌ ହୋଇପଡ଼ିବ। ଅଟକି ରହିଥିବା କୌଣସି ଖବର ହଠାତ୍‌ ପାଇ ଖୁସି ହେବେ। ଆଜି ଦିନଟିରେ ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହେବନାହିଁ। ଆର୍ଥିକ ସ୍ଥିତି ସୁଧୁରିଯିବାର ଆଶାକରି କେତେକାଂଶରେ ଖୁସି ହେବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ଆପଣଙ୍କ ଭୁଲ୍‌ ନିଷ୍ପତ୍ତି ସମସ୍ୟାକୁ ବଢ଼ାଇ ଦେଇପାରେ। ପ୍ରିୟ ବ୍ୟକ୍ତିଙ୍କ ପରାମର୍ଶ ନେଇ କାର୍ଯ୍ୟକଲେ ଉପକୃତ ହେବେ। ବିନୟ ସହକାରେ ଅନୁରୋଧ କଲେ କର୍ମକ୍ଷେତ୍ରରେ ସମ୍ମାନ୍‌ନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପାରିପାର୍ଶ୍ୱିକ ଓ ପାରିବାରିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
ତୁଳା
ତୁଳା
ଅତୀତ ଘଟଣାକୁ ବାରମ୍ବାର ଚିନ୍ତାକରି ମନକୁ ବିଭ୍ରାନ୍ତ କରିବା ଦ୍ୱାରା କିଛି ଲାଭ ହେବନି। ଆର୍ଥିକ, ଶାରୀରିକ ପୀଡ଼ା ଅବଶ୍ୟ ରହିବ, କିନ୍ତୁ କୌଣସି କାମ ଅଟକିବ ନାହିଁ। ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ବିଛା
ବିଛା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡିବ। ସାମାଜିକସ୍ତରରେ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ରାଜନୀତି, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ଧନୁ
ଧନୁ
ଆଜି ପ୍ରତିବନ୍ଧକ ମଧ୍ୟରେ କାମ ହାସଲ କରିବାକୁ ପଡ଼ିବ। ଅନ୍ୟମାନଙ୍କ କଥାକୁ ସତ ମନେକରି ପଦାଧିକାରୀ ଆପଣଙ୍କ ଉପରେ କ୍ରୋଧ ପ୍ରକାଶ କରିପାରନ୍ତି। ନୂତନ କାର୍ଯ୍ୟାରମ୍ଭରେ ପ୍ରତିବନ୍ଧକ ଯୋଗୁ ବିଶେଷ ଅଗ୍ରଗତି ହୋଇପାରିବ ନାହିଁ। ପରିବାରର ଆବଶ୍ୟକତା ପୂରଣ ପାଇଁ ଧାର ଉଧାର କରିବାକୁ ପଡ଼ିପାରେ।
ମକର
ମକର
ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଆକସ୍ମିକ ଭାବେ ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଶୁଭେଚ୍ଛୁମାନଙ୍କ ସାନ୍ନିଧ୍ୟ ଲାଭକରି ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ସ୍ଥଗିତ କାମକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ।
କୁମ୍ଭ
କୁମ୍ଭ
ଆଜି ଦିନଟିରେ ବନ୍ଧୁଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ, ନିଶ୍ଚିତ ପାଇବେ। ଦୀର୍ଘଦିନରୁ ଚିନ୍ତା କରିଥିବା ନୂତନ କର୍ମାରମ୍ଭ କରିପାରନ୍ତି। ଅନ୍ୟର ଖଳବୁଦ୍ଧିରେ ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି।
ମୀନମୀନ
ଆଜି ଆକସ୍ମିକ ଭାବେ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ପଡ଼ୋଶୀ ନିଆଁରେ ଘିଅ ଢାଳିଲା ଭଳି କଥା କହି ପରିସ୍ଥିତିକୁ ବଢ଼ାଇ ଦେଇପାରନ୍ତି। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ। ଅନିବାର୍ଯ୍ୟ କାରଣବଶତଃ ଶେଷ ସମୟରେ ଆଜିର ଯାତ୍ରା ସ୍ଥଗିତ ରହିଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri