Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୨୩ ତାରିଖ – Daily Horoscope

ମେଷ
ଆଜି ଲକ୍ଷ୍ୟ ପୂରଣ ହେବା ସଙ୍ଗକୁ ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ରାଜନୀତି, ସଭାସମିତି ଓ ସାଙ୍ଗଠନିକ କାର୍ଯ୍ୟ, ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ହଟିଯିବ। ମାତ୍ର ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ନୂତନ ଭାବରେ ଆରମ୍ଭ କରିଥିବା କାମକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିବେ।
ବୃଷ
ବୃଷ
ବନ୍ଧୁଙ୍କ ସହ ବୈରମନୋଭାବ, ଜମିଜମା କାରବାରରେ କଳହ ଏବଂ ତର୍କ ବିତର୍କର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦେଖାଦେବ। ରାଜସିକ ଖାଦ୍ୟ ହୁଏତ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
କୌଣସି କାମ ଅଟକିବ ନାହିଁ ଓ ଆଶା କରୁଥିବା ଦିଗରୁ ଅର୍ଥଲାଭ ହେବ। ବନ୍ଧୁଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ କିନ୍ତୁ ଲକ୍ଷ୍ୟ ଅବଶ୍ୟ ପୂରଣ ହେବ। ରାଜନୀତି, କଳା, ସାହିତ୍ୟ, ଆନୁଷ୍ଠାନିକ କାମ ତଥା ସାଂଗଠନିକ କ୍ଷେତ୍ରରେ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ରଚନାମତ୍କ କାର୍ଯ୍ୟରେ ପ୍ରଶଂସିତ ହେବେ।
କର୍କଟ
କର୍କଟ
ଆଜି ଅସମର୍ଥିତ ସୂତ୍ରରୁ କୌଣସି ଶୁଭ ଖବର ପାଇ ମନ ସକାଳୁ ସକାଳୁ ଖୁସୀ ହୋଇଯିବ। ଭୋଗ ବିଳାସ, କଳା, ସହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍‌ ସକାଶେ ମନ ବଳାଇବେ। କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
ଆଜିର ଯାତ୍ରା, ବାଣିଜ୍ୟ ତଥା ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହୋଇପାରେ। ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ ଏବଂ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି। କୌଣସି ନୂତନ କାର୍ଯ୍ୟାରମ୍ଭ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଅଫିସରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିବେ। ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। ସାୟାହ୍ନେ ପାରିବାରିକ ସଦ୍ଭାବ ରହିବ ନାହିଁ, ସାଧାରଣ କଥାକୁ ନେଇ ମତାନ୍ତର ସୃଷ୍ଟି ହେବ । ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବାରେ ହେଳା କରିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ସହ ସମ୍ପର୍କ ବୃଦ୍ଧି ପାରିବାରିକ ସମସ୍ୟାର କାରଣ ହୋଇପାରେ। ଅଫିସରେ ଅତୀତ ଘଟଣାକୁ କେନ୍ଦ୍ରକରି କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ। ସ୍ବାସ୍ଥ୍ୟ ହାନି କାରଣରୁ କାମ ପାଇଁ ନିରୁତ୍ସାହତା ଦେଖାଦେବ।
ବିଛା
ବିଛା
ନିକଟ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛରୁ ଗୋଡ ଟାଣି ପାରନ୍ତି। ପରିବାରରେ ବିରୋଧାଭାସ କାରଣରୁ ଯୋଜନାଗୁଡ଼ିକ ସମ୍ପୂର୍ଣ୍ଣ ହେବ ନାହିଁ। ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡିବ। ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ।
ଧନୁ
ଧନୁ
ଅର୍ଥ ଓ ଆବଶ୍ୟକୀୟ ସହଯୋଗ ଆଶା ଭଣ୍ଡୁର ହୋଇଯାଇପାରେ। କର୍ମକ୍ଷେତ୍ରରେ, ପ୍ରତିଦ୍ୱନ୍ଦ୍ୱିତାରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ଅପରାହ୍ନରେ ଅଚାନକ ଆଶା ପୂରଣରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ନିଜର କେତେକ ବ୍ୟକ୍ତିଗତ କାରଣରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ପ୍ରସ୍ତୁତିରୁ ଖୁସି ରହିବେ। ବନ୍ଧୁଙ୍କ ଫେରିବା ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି। ଆଲୋଚନା ପରିସରରେ କେତେକ ମନଗଢ଼ା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ ଦିଗରୁ ଅସୁବିଧା ଭିତର ଦେଇ କାମ ହାସଲ କରିବେ। ନିଜର ସ୍ବାର୍ଥସାଧନକୁ ଆଖି ଆଗରେ ରଖି ଅତିଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ବୃଥା ଚିନ୍ତା କରି ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇପାରେ। ପରିବାର ଭିତରେ କିମ୍ବା ଆନୁଷ୍ଠାନିକ କାମରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ।
ମୀନମୀନ
କୌଣସି କାମ ପାଇଁ ଆଗ୍ରହ ପ୍ରକାଶ କରି ସଫଳତା ହାସଲ କରିପାରନ୍ତି। ବନ୍ଧୁମେଳରେ ସମୟ କଟାଇବାର ସୌଭାଗ୍ୟ ଲାଭ କରିବେ। ଯେକୌଣସି କ୍ଷେତ୍ର ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଆକସ୍ମିକ ଭାବେ ଦୂରଯାତ୍ର ଜନିତ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri