Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୨୩ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ରର ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ବହୁତ ଦିନରୁ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଆଗମନ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ ସମ୍ପର୍କୀୟାଙ୍କ ଦ୍ୱାରା ଅପଯଶ ପାଇପାରନ୍ତି। ରୋହିଣୀ ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ।
ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ରର ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ସମ୍ଭାବନା।
କର୍କଟ
କର୍କଟ
କର୍ମକ୍ଷେତ୍ରର ସଙ୍କଟଜନକ ସ୍ଥିତିରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ। ପୁଷ୍ୟା ନକ୍ଷତ୍ର ସଭାସମିତିରେ ଯୁକ୍ତିତର୍କରୁ ଦୂରେଇ ରହିବା ଭଲ।
ସି˚ହ
ସି˚ହ
ବନ୍ଧୁଙ୍କ ଫେରିବା ବାଟର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ରର ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ପରିବାରର ଆବଶ୍ୟକ ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆସିବାର ସମ୍ଭାବନା ରହିଛି।
କନ୍ୟା
ଦୀର୍ଘ ଦିନ ହେଲା ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ସନ୍ତାନହେତୁକ ଚିନ୍ତା ଟଳିବ।
ତୁଳା
ତୁଳା
ମନ ଛଟପଟ ହେଉଥିଲେ ମଧ୍ୟ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଅନ୍ୟମାନଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବେ। ସ୍ବାତୀ ନକ୍ଷତ୍ର ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିର୍ମାଣ କାର୍ଯ୍ୟରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ।
ବିଛା
ବିଛା
ସାମାନ୍ୟ ଧୈର୍ଯ୍ୟ ଧରିଲେ ସମସ୍ୟାର ସରଳ ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ବିଶାଖା ନକ୍ଷତ୍ର ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
ଧନୁ
ଧନୁ
ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। ସାମ୍ବାଦିକତା, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଉତ୍ତରାଷାଢ଼ା ନକ୍ଷତ୍ର ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।
ମକର
ମକର
ଚିନ୍ତା ନ କରି କାମରେ ମନ ଦିଅନ୍ତୁ, ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। ଆତିଥ୍ୟ ଗ୍ରହଣ ପୂର୍ବକ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ଶ୍ରବଣା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍‌ ହେବେ।
କୁମ୍ଭ
କୁମ୍ଭ
ଗତକାଲିର ଘଟଣାବଳୀ ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ପୂର୍ବଭାଦ୍ରବ ନକ୍ଷତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।
ମୀନମୀନ
କେତେକ ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ଆଜି ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ଉତ୍ତର ଭାଦ୍ରବ ନକ୍ଷତ୍ର ଗୁରୁପାକ ଦ୍ରବ୍ୟ ଭୋଜନ ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri