Posted inRasifala

ରାଶିଫଳ: ରବିବାର, ଜାନୁୟାରୀ ୨୩ ତାରିଖ – Daily Horoscope

ମେଷ
ସମସ୍ୟା ସମାଧାନ ସକାଶେ ଚେଷ୍ଟା କଲେ ଉଦ୍ଦେଶ୍ୟ ପୂରଣ ହୋଇଯିବ। ବନ୍ଧୁଙ୍କ ସହଯୋଗରୁ ହାତରେ ରହିଥିବା କାମ ପୂରା ଦମରେ କରିବାର ନିଷ୍ପତ୍ତି ନେବେ। କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହୋଇପାରନ୍ତି। କର୍ମକ୍ଷେତ୍ରରୁ ଫେରିବାବେଳେ ବହୁ ଦିନରୁ ବକେୟା ଥିବା ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବର୍ତ୍ତମାନର ଫାଇଦା ଉଠାଇବା ସକାଶେ ଚେଷ୍ଟା କଲେ ସଫଳତା ପାଇପାରିବେ। ସମ୍ପର୍କୀୟଙ୍କ ନିକଟରୁ ପାଉଣା ପାଇବାରେ ସମର୍ଥ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ଇଚ୍ଛା ନଥାଇ ମଧ୍ୟ ବାଧ୍ୟବାଧକତାରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ।
ମିଥୁନ
ମିଥୁନ
କାର୍ଯ୍ୟହାନି କାରଣରୁ ମାନସିକ ସୁସ୍ଥତା କେତେକାଂଶରେ ବ୍ୟାହତ ହୋଇପାରେ। ପାରିବାରିକ ସମସ୍ୟା ରହିଛି ଓ ରହିବ ମଧ୍ୟ, କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳନ୍ତୁ, ନତୁବା ଝାମେଲା ଅଧିକ ବଢ଼ିଯାଇପାରେ। ହଠାତ୍‌ ଅଫିସରେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କର୍କଟ
କର୍କଟ
ସାମାଜିକ ସ୍ତରରେ ସମ୍ମାନିତ ହେବା ସହ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଖୁସି ହେବେ। ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ଅଭିଯୋଗ ଆଣିପାରନ୍ତି। ବାଣିଜ୍ୟ, ପରିବହନ, ବ୍ୟବସାୟ ଓ ସଙ୍ଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ। ଆର୍ଥିକ ଦୃଷ୍ଟିକୋଣରୁ ଉପକୃତ ହେବେ ଓ ମନୋରଞ୍ଜନ କାର୍ଯ୍ୟକ୍ରମରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଅର୍ଥ ସଙ୍କଟଜନିତ ପାରିବାରିକ ଦୁଶ୍ଚିନ୍ତା ମନକୁ କବଳିତ କରିପାରେ। ବିଶେଷ ଭାବରେ ଅଭାବ ଓ ଧାର କରଜ ହେତୁ ମନ ବେଶି ବିବ୍ରତ ହୋଇପାରେ। ଆକସ୍ମିକ ଭାବରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ।
କନ୍ୟା
କର୍ମକ୍ଷେତ୍ରରେ ବୁଝିବିଚାରି କାମ କରନ୍ତୁ ନତୁବା ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି ଅପଶବ୍ଦ ପ୍ରୟୋଗ କରିପାରନ୍ତି। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବାର ଆଶଙ୍କା ରହିଛି। ଦୀର୍ଘଦିନରୁ ପାଇନଥିବା ଜିନିଷଟି ପାଇ ଆତ୍ମସନ୍ତୋଷ ଲାଭ କରିବେ।
ତୁଳା
ତୁଳା
ପୂର୍ବାପେକ୍ଷା ସମୟ ବଦଳି ଯାଇଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ପିଲାର ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବ୍ୟକ୍ତିଗତ ସମସ୍ୟାର କାରଣ ପାଲଟି ଯାଇପାରେ।
ବିଛା
ବିଛା
ଆଶା ପୂରଣ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ। କଳା, ସାହିତ୍ୟ, ସଙ୍ଗୀତ, ପ୍ରଶାସନ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବାଧ୍ୟବାଧକତାରେ ପରିସ୍ଥିତିରେ ପଡି ବହୁତ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ।
ଧନୁ
ଧନୁ
କୌଣସି ଗୁପ୍ତକଥା, କଳାଧନ, କଚେରି ମାମଲା ସମ୍ପର୍କୀୟ ଚିନ୍ତା କରିବେ। ଦୀର୍ଘଦିନରୁ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରୟାସ କରିବେ। ବ୍ୟବସାୟ, ପରିବହନ, ଶିଳ୍ପ, ବାଣିଜ୍ୟରେ ଉନ୍ନତି ଅବଶ୍ୟ ଘଟିବ। ପାରିବାରିିକ ସମସ୍ୟାର ସରଳ ସମାଧାନ ପରିପ୍ରେକ୍ଷୀରେ ଦେବାର୍ଚ୍ଚନା ପାଇଁ ମନ ବଳାଇପାରନ୍ତି।
ମକର
ମକର
ଆଜି ବିଶେଷ ଖର୍ଚ୍ଚାନ୍ତ ହେବେ ସିନା, କାମ ଅଟକିବ ନାହିଁ। ପ୍ରକାଶନ, ପ୍ରଶାସନ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବା ସହ ସହଜରେ କାମ ହାସଲ କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଆଜି କଠିନ ଶ୍ରମ କାରଣରୁ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରି କାର୍ଯ୍ୟ ସାଧନ କରିବାରେ ସାହାଯ୍ୟ କରିବେ। ପଡ଼ା, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହୋଇପାରନ୍ତି। ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ରହିବ।
ମୀନମୀନ
ପାରିବାରିିକ ପ୍ରତିରୋଧ ହେତୁ କେତେକ କାମ ଅଟକି ଯାଇପାରେ। ଅଫିସ୍‌ରେ କୌଣସି ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି। ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ଠିକ୍‌ ହୋଇଯିବ । ସନ୍ତାନହେତୁକ ଚିନ୍ତା ଦୂରହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri